ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ, ଦକ୍ଷିଣ ଓଡ଼ିଶାର ୫ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ । ଘଣ୍ଟା ପ୍ରତି ୫କିମି ବେଗରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି । କାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବା ଆଶଙ୍କା । ୫ ପୂର୍ବାହ୍ନରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ ଛୁଇଁବ । ଏହା ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କିଲୋମିଟର ରହିବ। ବାତ୍ୟା ପ୍ରଭାବରେ ୪ରୁ […]

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ । ଘଣ୍ଟା ପ୍ରତି ୫କିମି ବେଗରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି । କାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବା ଆଶଙ୍କା । ୫ ପୂର୍ବାହ୍ନରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ ଛୁଇଁବ । ଏହା ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କିଲୋମିଟର ରହିବ। ବାତ୍ୟା ପ୍ରଭାବରେ ୪ରୁ ୬ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ଏବଂ ଅନ୍ୟ କିଛି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ‘ଇଣ୍ଡିଆ’ ମେଣ୍ଟ ବୈଠକରେ ବିଜେଡି ସଂସଦୀୟ ଦଳ ନେତା; ଜାତୀୟ ରାଜନୀତିରେ ବିଜେଡି ଚର୍ଚ୍ଚା

ଅପରପକ୍ଷେ, ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ କୃଷି ବିଭାଗ ପକ୍ଷରୁ ୫ଜିଲ୍ଲାର କ୍ଷେତ୍ରସ୍ତରୀୟ କୃଷି ଅଧିକାରୀଙ୍କ ୬ ତାରିଖ ଯାଏଁ ଛୁଟି ବାତିଲ୍‌‌ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୬ତାରିଖ ଯାଏଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କ୍ଷେତ୍ରସ୍ତରୀୟ ଅଧିକାରୀମାନେ ହାଇ-ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦିଆଯାଇ‌‌‌ଛି। ସେହିପରି ପୂର୍ବତଟ ରେଳପଥ ଦେଇ ଯା’ଆସ କରୁଥିବା ୫୪ଟି ଦୂରଗାମୀ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ୨ରୁ ୮ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟାୟକ୍ରମେ ବାତିଲ୍‌‌ କରାଯିବାକୁ ରେଳବାଇ ନିଷ୍ପତ୍ତି ନେଇଛି।

ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଦକ୍ଷିଣ-ଓଡ଼ିଶାର କିଛି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି। ସେହିପରି ୫ତାରିଖରେ ବର୍ଷାର ବିସ୍ତୃତି ବଢ଼଼ିବା ସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା(୭ରୁ ୨୦ ସେଣ୍ଟିମିଟର) ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୬ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

03 Dec 2023 By The Sakala

ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ, ଦକ୍ଷିଣ ଓଡ଼ିଶାର ୫ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ । ଘଣ୍ଟା ପ୍ରତି ୫କିମି ବେଗରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି । କାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବା ଆଶଙ୍କା । ୫ ପୂର୍ବାହ୍ନରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ ଛୁଇଁବ । ଏହା ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କିଲୋମିଟର ରହିବ। ବାତ୍ୟା ପ୍ରଭାବରେ ୪ରୁ ୬ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ଏବଂ ଅନ୍ୟ କିଛି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।

ଅପରପକ୍ଷେ, ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ କୃଷି ବିଭାଗ ପକ୍ଷରୁ ୫ଜିଲ୍ଲାର କ୍ଷେତ୍ରସ୍ତରୀୟ କୃଷି ଅଧିକାରୀଙ୍କ ୬ ତାରିଖ ଯାଏଁ ଛୁଟି ବାତିଲ୍‌‌ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୬ତାରିଖ ଯାଏଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କ୍ଷେତ୍ରସ୍ତରୀୟ ଅଧିକାରୀମାନେ ହାଇ-ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦିଆଯାଇ‌‌‌ଛି। ସେହିପରି ପୂର୍ବତଟ ରେଳପଥ ଦେଇ ଯା’ଆସ କରୁଥିବା ୫୪ଟି ଦୂରଗାମୀ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ୨ରୁ ୮ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟାୟକ୍ରମେ ବାତିଲ୍‌‌ କରାଯିବାକୁ ରେଳବାଇ ନିଷ୍ପତ୍ତି ନେଇଛି।

୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଦକ୍ଷିଣ-ଓଡ଼ିଶାର କିଛି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି। ସେହିପରି ୫ତାରିଖରେ ବର୍ଷାର ବିସ୍ତୃତି ବଢ଼଼ିବା ସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା(୭ରୁ ୨୦ ସେଣ୍ଟିମିଟର) ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୬ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର