ରାଜ୍ୟର ୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍‌ସିଜେନ ପ୍ଲାଣ୍ଟ ଏବଂ ୭ଟି PSA ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡ, ରକ୍ତ ବର୍ଗୀକରଣ ୟୁନିଟ, କଟକରେ ଫୁସଫୁସ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଏବଂ ନବରଙ୍ଗପୁରରେ ଏକ RT-PCR ଟେଷ୍ଟ ଲାବୋରେଟୋରୀର ମଧ୍ୟ ଉଦ୍‌ଘାଟନ କରିଛନ୍ତି । […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍‌ସିଜେନ ପ୍ଲାଣ୍ଟ ଏବଂ ୭ଟି PSA ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡ, ରକ୍ତ ବର୍ଗୀକରଣ ୟୁନିଟ, କଟକରେ ଫୁସଫୁସ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଏବଂ ନବରଙ୍ଗପୁରରେ ଏକ RT-PCR ଟେଷ୍ଟ ଲାବୋରେଟୋରୀର ମଧ୍ୟ ଉଦ୍‌ଘାଟନ କରିଛନ୍ତି । ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନାର ଦ୍ବିତୀୟ ଲହରୀରେ ମେଡିକାଲ ଅକ୍‌ସିଜେନର ଆବଶ୍ୟକତା ବହୁତ ବଢିଯାଇଥିଲା। ଏହି ସମୟରେ ଓଡିଶାରେ ଅକ୍‌ସିଜେନ ଯୋଗାଣ ନେଇ କୌଣସି ସମସ୍ୟା ହୋଇନାହିଁ । ନିଜର ଆବଶ୍ୟକତାକୁ ପୂରଣ କରିବା ସହ ଓଡିଶା ୧୭ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ରକ୍ଷା କରିପାରିଛି । ଓଡିଶା ପାଇଁ ଏହା ନିଶ୍ଚିତ ଭାବରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହିତ ପ୍ରତ୍ୟେକ ଓଡିଆଙ୍କ ପାଇଁ ଏହା ଆତ୍ମସନ୍ତୋଷର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅକ୍‌ସିଜେନର ଉତ୍ପାଦନ ଠାରୁ ଆରମ୍ଭ କରି ରୋଗୀକୁ ସେବା ଯୋଗାଇ ଦେବା ପର୍ଯ୍ୟନ୍ତ ବ୍ୟବସ୍ଥା ଏକ ଜଟିଳ ପ୍ରକ୍ରିୟା । ଏଥିରେ ବହୁତ ଯନ୍ତ୍ରପାତି, ଯାନବାହାନ, ନିରନ୍ତର ତଦାରଖ ଏବଂ ଅନ୍ୟାନ୍ୟ ବ୍ୟବସ୍ଥାର ଆବଶ୍ୟକତା ଜରୁରୀ। ଓଡିଶାକୁ ଆମେ ଦେଶର ବିଭିନ୍ନ ସ୍ଥାନରୁ ଏପରିକି ଚୀନ୍‌ରୁ ମଧ୍ୟ ଅକ୍‌ସିଜେନ ସିଲିଣ୍ଡର ଆଣି ଆମର ବ୍ୟବସ୍ଥାକୁ ସୁଦୃଢ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

କରୋନା ଭୂତାଣୁ ସଂକ୍ରମଣର ଅନିଶ୍ଚିତ ଗତି ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ଠାରୁ ହିଁ ଆମକୁ ପ୍ରସ୍ତୁତ ରହିବାକୁ ହେବ। ଏଥିପାଇଁ ଆମର ସ୍ବାସ୍ଥ୍ୟ ଭିତ୍ତିଭୂମି, ସ୍ବାସ୍ଥ୍ୟ କର୍ମଚାରୀ ଓ ପ୍ରଶିକ୍ଷଣ ବ୍ୟବସ୍ଥାକୁ ଗୁରୁତ୍ବ ଦେଇ କାମ କରାଯାଉଛି । ଆଜିର ନୂଆ ବ୍ୟବସ୍ଥା ଗୁଡିକ ଲୋକଙ୍କୁ ଖୁବଶୀଘ୍ର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ଏହିସବୁ ଭିତ୍ତିଭୂମି ପାଇଁ କର୍ପୋରେଟ କ୍ଷେତ୍ରର ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର