ମୁଁ ନିର୍ବାଚନ ଲଢିବି ନାହିଁ, ଜନସେବା ମୋର ଲକ୍ଷ୍ୟ: 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

The Sakala Picture
Published On

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ବିଜେଡି ନେତା ଓ କର୍ମୀଙ୍କୁ ୫ଟି ଅଧ୍ୟକ୍ଷଙ୍କ ସମ୍ବୋଧନ । ମୁଁ ନିର୍ବାଚନ ଲଢିବି ନାହିଁ , ଜନସେବା ମୋର ଲକ୍ଷ୍ୟ ବୋଲି ସେ କହିଛନ୍ତି । ବିଜୁ ବାବୁ ଓ ନବୀବନ ବାବୁଙ୍କ ପ୍ରତି ଥିବା ଭଲ ପାଇବା ମୁଁ ଦେଖିଛି। ସେମାନଙ୍କ ଆଦର୍ଶ ଓ ନେତୃତ୍ବ ମୋତେ ଅନୁପ୍ରାଣିତ କରିିଛି। […]

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ବିଜେଡି ନେତା ଓ କର୍ମୀଙ୍କୁ ୫ଟି ଅଧ୍ୟକ୍ଷଙ୍କ ସମ୍ବୋଧନ । ମୁଁ ନିର୍ବାଚନ ଲଢିବି ନାହିଁ , ଜନସେବା ମୋର ଲକ୍ଷ୍ୟ ବୋଲି ସେ କହିଛନ୍ତି । ବିଜୁ ବାବୁ ଓ ନବୀବନ ବାବୁଙ୍କ ପ୍ରତି ଥିବା ଭଲ ପାଇବା ମୁଁ ଦେଖିଛି। ସେମାନଙ୍କ ଆଦର୍ଶ ଓ ନେତୃତ୍ବ ମୋତେ ଅନୁପ୍ରାଣିତ କରିିଛି। ଶ୍ରୀଜଗନ୍ନାଥଙ୍କ ପ୍ରତି ମୋର ଅଗାଢ଼ ବିଶ୍ବାସ ରହିଛି। ଯେଉଁଥିପାଇଁ ପ୍ରତି ଶନିବାର ମୁଁ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଯାଇଥାଏ । ଶ୍ରୀଜଗନ୍ନାଥଙ୍କ କୃପା ଓଡ଼ିଶା ଏବଂ ଓଡ଼ିଶାବାସୀଙ୍କ ପ୍ରତି ରହିଛି ବୋଲି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସରିବା ପରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ, କାର୍ତ୍ତିକ ପାଣ୍ଡିଆନ ଜନସେବା ପାଇଁ ପ୍ରଶାସନିକ ସେବା ଚାକିରି ଛାଡ଼ିଛନ୍ତି । ଆଗକୁ ମଧ୍ୟ ଜନସେବା ଜାରି ରଖିବେ । ତେବେ ସେ ନିର୍ବାଚନ ଲଢିବେ ନାହିଁ ବୋଲି କହିଛନ୍ତି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ସୂଚନାଯୋଗ୍ୟ ଯେ, ଶୁକ୍ରବାର ଦିନ ବିଜେଡି ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀରେ ୧୧ଟି ରାଜନୈତିକ, ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ୨୦୦୦ ମସିହାରୁ ବିଭିନ୍ନ ନିର୍ବାଚନରେ ଲଗାତର ବିଜୟ ପାଇଁ ଓଡିଶାବାସୀଙ୍କୁ କୃତଜ୍ଞତା ଜଣାଇଛି ବିଜେଡି। ଏହି ସଫଳତା ପାଇଁ କାର୍ଯ୍ୟକାରିଣୀରେ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛି ଦଳ। ଜଗନ୍ନାଥ ସଂସ୍କୃତି ଓ ଚେତନାର ପ୍ରଚାର ପ୍ରସାର ତଥା ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ସହ ରାଜ୍ୟର ବିଭିନ୍ନ ମନ୍ଦିରର ନବକଳେବର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ସଂଜୀବନୀ ହୋଇଛି। ଓଡିଶାରେ ସାମାଜିକ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା କାର୍ଯ୍ୟକ୍ରମ ତଥା ସ୍ୱାସ୍ଥ୍ୟ ଭିତ୍ତିଭୂମିର ଦ୍ରୁତ ରୂପାନ୍ତରୀକରଣ ପାଇଁ ନବୀନଙ୍କୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ସେହିପରି ମହିଳା ଓ ଯୁବ ବର୍ଗଙ୍କୁ ସଶକ୍ତ କରିବା ପାଇଁ ତଥା ରାଜ୍ୟର ଦ୍ରୁତ ଶିଳ୍ପାୟନ ସହିତ ନିଯୁକ୍ତି ଓ ଆତ୍ମନିଯୁକ୍ତି ସୁଯୋଗ ସୃଷ୍ଟି, ପୁଞ୍ଜିନିବେଶରେ ଓଡିଶା ଲଗାତର ଭାବେ ଭାରତର ଶୀର୍ଷ ୩ଟି ରାଜ୍ୟ ଭିତରେ ରହିଥିବା ନେଇ ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। କ୍ରୀଡା ଭିତିଭୂମିର ବିକାଶ ଏବଂ ଆଇଟି କ୍ଷେତ୍ରରେ ଦ୍ରୁତ ବିକାଶ କରି ଯୁବଶକ୍ତିର ଆକଂକ୍ଷାକୁ ପୂରଣ କରିବା ପାଇଁ ନବୀନ ସରକାର ନେଇଥିବା ବଳିଷ୍ଠ ପଦକ୍ଷେପକୁ କାର୍ଯ୍ୟକାରିଣୀରେ ପ୍ରଶଂସା କରାଯାଇଥିଲା। ଚାଷୀ ଓ ଚାଷର ଉନ୍ନତି ତଥା ଜଳସେଚନର ଅଭିବୃଦ୍ଧି ନବୀନ ସରକାରଙ୍କ ପ୍ରାଥମିକତା ଥିବାରୁ ନବୀନ ସରକାରଙ୍କୁ ଧନ୍ୟବାଦ ଦିଆଯାଇଥିଲା। ଅନୁସୁଚିତ ଜାତି ଓ ଜନଜାତି ତଥା ପଛୁଆ ବର୍ଗ, ସଂଖ୍ୟାଲଘୁଙ୍କ ପାଇଁ ନବୀନ ସରକାର ନେଇଥିବା ପଦକ୍ଷେପ ଓ କାର୍ଯ୍ୟକ୍ରମକୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି। ଟେକ୍ନୋଲୋଜିକୁ ଉପଯୋଗ କରି ୫-ଟି ରୂପାନ୍ତରଣରେ ଲୋକାଭିମୁଖୀ ପ୍ରଶାସନ ସହିତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟସ୍ତରରେ ରୂପାନ୍ତରୀକରଣ ପାଇଁ ପର୍ଯ୍ୟାପ୍ତ ଅର୍ଥ ମଂଜୁରୀ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା।

15 Dec 2023 By The Sakala

ମୁଁ ନିର୍ବାଚନ ଲଢିବି ନାହିଁ, ଜନସେବା ମୋର ଲକ୍ଷ୍ୟ: 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ବିଜେଡି ନେତା ଓ କର୍ମୀଙ୍କୁ ୫ଟି ଅଧ୍ୟକ୍ଷଙ୍କ ସମ୍ବୋଧନ । ମୁଁ ନିର୍ବାଚନ ଲଢିବି ନାହିଁ , ଜନସେବା ମୋର ଲକ୍ଷ୍ୟ ବୋଲି ସେ କହିଛନ୍ତି । ବିଜୁ ବାବୁ ଓ ନବୀବନ ବାବୁଙ୍କ ପ୍ରତି ଥିବା ଭଲ ପାଇବା ମୁଁ ଦେଖିଛି। ସେମାନଙ୍କ ଆଦର୍ଶ ଓ ନେତୃତ୍ବ ମୋତେ ଅନୁପ୍ରାଣିତ କରିିଛି। ଶ୍ରୀଜଗନ୍ନାଥଙ୍କ ପ୍ରତି ମୋର ଅଗାଢ଼ ବିଶ୍ବାସ ରହିଛି। ଯେଉଁଥିପାଇଁ ପ୍ରତି ଶନିବାର ମୁଁ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଯାଇଥାଏ । ଶ୍ରୀଜଗନ୍ନାଥଙ୍କ କୃପା ଓଡ଼ିଶା ଏବଂ ଓଡ଼ିଶାବାସୀଙ୍କ ପ୍ରତି ରହିଛି ବୋଲି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।

ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସରିବା ପରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ, କାର୍ତ୍ତିକ ପାଣ୍ଡିଆନ ଜନସେବା ପାଇଁ ପ୍ରଶାସନିକ ସେବା ଚାକିରି ଛାଡ଼ିଛନ୍ତି । ଆଗକୁ ମଧ୍ୟ ଜନସେବା ଜାରି ରଖିବେ । ତେବେ ସେ ନିର୍ବାଚନ ଲଢିବେ ନାହିଁ ବୋଲି କହିଛନ୍ତି ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ଦିନ ବିଜେଡି ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀରେ ୧୧ଟି ରାଜନୈତିକ, ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ୨୦୦୦ ମସିହାରୁ ବିଭିନ୍ନ ନିର୍ବାଚନରେ ଲଗାତର ବିଜୟ ପାଇଁ ଓଡିଶାବାସୀଙ୍କୁ କୃତଜ୍ଞତା ଜଣାଇଛି ବିଜେଡି। ଏହି ସଫଳତା ପାଇଁ କାର୍ଯ୍ୟକାରିଣୀରେ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛି ଦଳ। ଜଗନ୍ନାଥ ସଂସ୍କୃତି ଓ ଚେତନାର ପ୍ରଚାର ପ୍ରସାର ତଥା ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ସହ ରାଜ୍ୟର ବିଭିନ୍ନ ମନ୍ଦିରର ନବକଳେବର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ସଂଜୀବନୀ ହୋଇଛି। ଓଡିଶାରେ ସାମାଜିକ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା କାର୍ଯ୍ୟକ୍ରମ ତଥା ସ୍ୱାସ୍ଥ୍ୟ ଭିତ୍ତିଭୂମିର ଦ୍ରୁତ ରୂପାନ୍ତରୀକରଣ ପାଇଁ ନବୀନଙ୍କୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି।

ସେହିପରି ମହିଳା ଓ ଯୁବ ବର୍ଗଙ୍କୁ ସଶକ୍ତ କରିବା ପାଇଁ ତଥା ରାଜ୍ୟର ଦ୍ରୁତ ଶିଳ୍ପାୟନ ସହିତ ନିଯୁକ୍ତି ଓ ଆତ୍ମନିଯୁକ୍ତି ସୁଯୋଗ ସୃଷ୍ଟି, ପୁଞ୍ଜିନିବେଶରେ ଓଡିଶା ଲଗାତର ଭାବେ ଭାରତର ଶୀର୍ଷ ୩ଟି ରାଜ୍ୟ ଭିତରେ ରହିଥିବା ନେଇ ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। କ୍ରୀଡା ଭିତିଭୂମିର ବିକାଶ ଏବଂ ଆଇଟି କ୍ଷେତ୍ରରେ ଦ୍ରୁତ ବିକାଶ କରି ଯୁବଶକ୍ତିର ଆକଂକ୍ଷାକୁ ପୂରଣ କରିବା ପାଇଁ ନବୀନ ସରକାର ନେଇଥିବା ବଳିଷ୍ଠ ପଦକ୍ଷେପକୁ କାର୍ଯ୍ୟକାରିଣୀରେ ପ୍ରଶଂସା କରାଯାଇଥିଲା। ଚାଷୀ ଓ ଚାଷର ଉନ୍ନତି ତଥା ଜଳସେଚନର ଅଭିବୃଦ୍ଧି ନବୀନ ସରକାରଙ୍କ ପ୍ରାଥମିକତା ଥିବାରୁ ନବୀନ ସରକାରଙ୍କୁ ଧନ୍ୟବାଦ ଦିଆଯାଇଥିଲା। ଅନୁସୁଚିତ ଜାତି ଓ ଜନଜାତି ତଥା ପଛୁଆ ବର୍ଗ, ସଂଖ୍ୟାଲଘୁଙ୍କ ପାଇଁ ନବୀନ ସରକାର ନେଇଥିବା ପଦକ୍ଷେପ ଓ କାର୍ଯ୍ୟକ୍ରମକୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି। ଟେକ୍ନୋଲୋଜିକୁ ଉପଯୋଗ କରି ୫-ଟି ରୂପାନ୍ତରଣରେ ଲୋକାଭିମୁଖୀ ପ୍ରଶାସନ ସହିତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟସ୍ତରରେ ରୂପାନ୍ତରୀକରଣ ପାଇଁ ପର୍ଯ୍ୟାପ୍ତ ଅର୍ଥ ମଂଜୁରୀ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର