୫ଟି ଅଧ୍ୟକ୍ଷଙ୍କ କଟକ ଗସ୍ତ: ଶୀଘ୍ର ଚଣ୍ଡୀ ମନ୍ଦିର ରୂପାନ୍ତର କାମ ଶେଷ କରିବାକୁ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ କଟକ ଗସ୍ତରେ ଯାଇ ବିଭିନ୍ନ ରୂପାନ୍ତର କାମର ସମୀକ୍ଷା କରିଛନ୍ତି । ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ, ଚଣ୍ଡୀ ମନ୍ଦିର, ତାଳଦଣ୍ଡା କେନାଲ ଓ ରେଭେନ୍‌ସା ବାଳିକା ବିଦ୍ୟାଳୟ ଆଦି  ପରିଦର୍ଶନ କରିଥିଲେ । କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ରୂପାନ୍ତର କାମ ସଂପର୍କରେ ପୂଜକ, […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ କଟକ ଗସ୍ତରେ ଯାଇ ବିଭିନ୍ନ ରୂପାନ୍ତର କାମର ସମୀକ୍ଷା କରିଛନ୍ତି । ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ, ଚଣ୍ଡୀ ମନ୍ଦିର, ତାଳଦଣ୍ଡା କେନାଲ ଓ ରେଭେନ୍‌ସା ବାଳିକା ବିଦ୍ୟାଳୟ ଆଦି  ପରିଦର୍ଶନ କରିଥିଲେ ।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ରୂପାନ୍ତର କାମ ସଂପର୍କରେ ପୂଜକ, ଜିଲ୍ଲାପ୍ରଶାସନ ସହିତ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ ଯେ ୫ଟି ଉପକ୍ରମରେ ମା’ଙ୍କ ମନ୍ଦିରର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାମ ଚାଲିଛି।  ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଜଳ ନିଷ୍କାସନ, ପାର୍କିଂ ଓ ଅନ୍ୟାନ୍ୟ କାର୍ଯ୍ୟକୁ ଅନୁଧ୍ୟାନ କରି ଶ୍ରୀ ପାଣ୍ଡିଆନ ଏହାକୁ  ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମା’ଙ୍କ ଦର୍ଶନ କରିପାରିବେ ଏବଂ ଏକ ଦିବ୍ୟ ଅନୁଭବ ଲାଭ କରିବେ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ। ୫ଟି ଅଧ୍ୟକ୍ଷ ପାଣ୍ଡିଆନ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ ପରିଦର୍ଶନ କରି ଏହାର ରୂପାନ୍ତର କାମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ୪ଟି କ୍ଲିନିକାଲ ବ୍ଲକ୍‌ ଓ ୧୩ଟି ଆବାସିକ ବ୍ଲକ୍‌ର ନିର୍ମାଣ କାର୍ଯ୍ୟ ଯଥା ଶୀଘ୍ର ସମ୍ପୂର୍ଣ୍ଣ ଭାବେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

ଶ୍ରୀ ପାଣ୍ଡିଆନ ଏହାପରେ ରେଭେନ୍‌ସା ବାଳିକା ବିଦ୍ୟାଳୟ ବୁଲି  ଦେଖିଥିଲେ, ସେଠାରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ ଓ ହେରିଟେଜ ବିଲଡିଂକୁ ପୁନର ଉଦ୍ଧାର କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।  ୫ଟି ଉପକ୍ରମରେ  ସ୍କୁଲର  ବିକାଶ  କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍  ପ୍ରକାଶ କରି ଥିଲେ। 5T  ଅଧ୍ୟକ୍ଷତଙ୍କ ଗସ୍ତ ସମୟରେ ପୂର୍ତ୍ତ  ବିଭାଗ  ପ୍ରମୂଖ ସଚିବ, ଜିଲ୍ଲାପାଳ, ସିଏମସି କମିଶନର, ଡିସିପି, obcc ର ପରିଚାଳନା ନିର୍ଦ୍ଦେଶକ ଓ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।

21 Dec 2023 By The Sakala

୫ଟି ଅଧ୍ୟକ୍ଷଙ୍କ କଟକ ଗସ୍ତ: ଶୀଘ୍ର ଚଣ୍ଡୀ ମନ୍ଦିର ରୂପାନ୍ତର କାମ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ କଟକ ଗସ୍ତରେ ଯାଇ ବିଭିନ୍ନ ରୂପାନ୍ତର କାମର ସମୀକ୍ଷା କରିଛନ୍ତି । ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ, ଚଣ୍ଡୀ ମନ୍ଦିର, ତାଳଦଣ୍ଡା କେନାଲ ଓ ରେଭେନ୍‌ସା ବାଳିକା ବିଦ୍ୟାଳୟ ଆଦି  ପରିଦର୍ଶନ କରିଥିଲେ ।

କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ରୂପାନ୍ତର କାମ ସଂପର୍କରେ ପୂଜକ, ଜିଲ୍ଲାପ୍ରଶାସନ ସହିତ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ ଯେ ୫ଟି ଉପକ୍ରମରେ ମା’ଙ୍କ ମନ୍ଦିରର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାମ ଚାଲିଛି।  ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଜଳ ନିଷ୍କାସନ, ପାର୍କିଂ ଓ ଅନ୍ୟାନ୍ୟ କାର୍ଯ୍ୟକୁ ଅନୁଧ୍ୟାନ କରି ଶ୍ରୀ ପାଣ୍ଡିଆନ ଏହାକୁ  ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମା’ଙ୍କ ଦର୍ଶନ କରିପାରିବେ ଏବଂ ଏକ ଦିବ୍ୟ ଅନୁଭବ ଲାଭ କରିବେ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ। ୫ଟି ଅଧ୍ୟକ୍ଷ ପାଣ୍ଡିଆନ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ ପରିଦର୍ଶନ କରି ଏହାର ରୂପାନ୍ତର କାମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ୪ଟି କ୍ଲିନିକାଲ ବ୍ଲକ୍‌ ଓ ୧୩ଟି ଆବାସିକ ବ୍ଲକ୍‌ର ନିର୍ମାଣ କାର୍ଯ୍ୟ ଯଥା ଶୀଘ୍ର ସମ୍ପୂର୍ଣ୍ଣ ଭାବେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଶ୍ରୀ ପାଣ୍ଡିଆନ ଏହାପରେ ରେଭେନ୍‌ସା ବାଳିକା ବିଦ୍ୟାଳୟ ବୁଲି  ଦେଖିଥିଲେ, ସେଠାରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ ଓ ହେରିଟେଜ ବିଲଡିଂକୁ ପୁନର ଉଦ୍ଧାର କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।  ୫ଟି ଉପକ୍ରମରେ  ସ୍କୁଲର  ବିକାଶ  କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍  ପ୍ରକାଶ କରି ଥିଲେ। 5T  ଅଧ୍ୟକ୍ଷତଙ୍କ ଗସ୍ତ ସମୟରେ ପୂର୍ତ୍ତ  ବିଭାଗ  ପ୍ରମୂଖ ସଚିବ, ଜିଲ୍ଲାପାଳ, ସିଏମସି କମିଶନର, ଡିସିପି, obcc ର ପରିଚାଳନା ନିର୍ଦ୍ଦେଶକ ଓ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର