ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ଆଜି ପ୍ରଥମେ ପ୍ରଭୁ ଲିଙ୍ଗରାଜଙ୍କୁ କରାଗଲା ନିମନ୍ତ୍ରଣ

The Sakala Picture
Published On

ପୁରୀ: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ ସାମିଲ କରିବା ନିମନ୍ତେ ଖସଡ଼ା ପ୍ରସ୍ତୁତ ହୋଇଛି। ଦେଶର ପ୍ରମୁଖ ଦେବଦେବୀ ପୀଠ, ଚାରିଧାମର ପୀଠାଧୀଶ୍ୱର, ବିଶିଷ୍ଟ ଧର୍ମଗୁରୁ ଓ ଖ୍ୟାତନାମା ବ୍ୟକ୍ତିମାନଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରଣ ପ୍ରକ୍ରିୟା ଆରମ୍ଭ ହୋଇଛି। […]

ପୁରୀ: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ ସାମିଲ କରିବା ନିମନ୍ତେ ଖସଡ଼ା ପ୍ରସ୍ତୁତ ହୋଇଛି। ଦେଶର ପ୍ରମୁଖ ଦେବଦେବୀ ପୀଠ, ଚାରିଧାମର ପୀଠାଧୀଶ୍ୱର, ବିଶିଷ୍ଟ ଧର୍ମଗୁରୁ ଓ ଖ୍ୟାତନାମା ବ୍ୟକ୍ତିମାନଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣପତ୍ର ପ୍ରଦାନ କରାଯାଇ ସାରିଛି। ଏହି କ୍ରମରେ ମାର୍ଗଶିର ପୂର୍ଣ୍ଣିମା ଅର୍ଥାତ ଆଜି ଠାରୁ ଦେଶର ପ୍ରମୁଖ ଦେବପୀଠଗୁଡ଼ିକୁ ନିମନ୍ତ୍ରଣ ନିମନ୍ତେ ୩୦ଟି ଟିମ୍‌ ରାଜ୍ୟ ଓ ରାଜ୍ୟ ବାହାରକୁ ଯାତ୍ରା ଆରମ୍ଭ କରିବେ।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

ରାଜ୍ୟ ମଧ୍ୟରେ ପ୍ରମୁଖ ଧାର୍ମିକ ପୀଠ ଓ ଜଗନ୍ନାଥମନ୍ଦିରଗୁଡ଼ିକୁ ନିମନ୍ତ୍ରଣ ନିମନ୍ତେ ୧୩ଟି ଟିମ୍‌ ଗଠନ କରାଯାଇଛି। ପ୍ରତ୍ୟେକ ଟିମ୍‌ରେ ଜଣେ ନୋଡାଲ୍‌ ଅଫିସର ଓ ୩ ଜଣ ଲେଖାଏଁ ସେବାୟତ ରହିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାର ବିଭିନ୍ନ ପ୍ରମୁଖ ଧାର୍ମିକ ପୀଠ, ପ୍ରମୁଖ ଜଗନ୍ନାଥ ମନ୍ଦିର, ପ୍ରଭୁ ଜଗନ୍ନାଥଙ୍କ ଲୀଳାଶ୍ରୀକ୍ଷେତ୍ର, ନବକଳେବର ଦାରୁକ୍ଷେତ୍ରରେ ଏହି ପ୍ରତିନିଧିଦଳ ନିମନ୍ତ୍ରଣ ପତ୍ର ପ୍ରଦାନ କରିବେ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ଅନୁରୂପ ଭାବରେ ଦେଶର ବିଭିନ୍ନ ଅଞ୍ଚଳରେ ପ୍ରମୁଖ ଧାର୍ମିକ ପୀଠ ଓ ଧର୍ମଗୁରୁଙ୍କୁ ନିମନ୍ତ୍ରଣ ନିମନ୍ତେ ୧୭ଟି ଟିମ୍‌ରେ ୮୫ ଜଣ ସଦସ୍ୟ ରହିଛନ୍ତି। ଏହି ପ୍ରତିନିଧିମଣ୍ଡଳୀ ନୂଆଦିଲ୍ଲୀ, ମୁମ୍ବାଇ, ନାସିକ୍‌, ଜାମ୍ମୁ, କାଠମାଣ୍ଡୁ, ବିଶାଖାପାଟଣା, ଥିରୁଅନନ୍ତପୁରମ୍‌, ବିଜୟୱାଡ଼ା, ଚେନ୍ନଇ, ମଦୁରାଇ, ଡେରାଡ଼ୁନ୍‌, ଅହମ୍ମଦାବାଦ, ବନାରସ, ଇନ୍ଦୋର, କୋଲକାତା, ବେଙ୍ଗାଲୁରୁ ଆଦି ସହରକୁ ଯାତ୍ରା କରିବେ। ସେଠାରୁ ସମ୍ପୃକ୍ତ ଅଞ୍ଚଳର ଧାର୍ମିକ ପୀଠଗୁଡ଼ିକୁ ଯାତ୍ରା କରି ନିମନ୍ତ୍ରଣପତ୍ର ଦେବେ। ନିମନ୍ତ୍ରଣପତ୍ର ସହିତ ମନ୍ଦିର ପ୍ରଶାସନର ଚିଠି, ଭୋଗ ପେଡ଼ି ଓ ଓଲାଗି ବାନା ମଧ୍ୟ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ମଙ୍ଗଳବାର ସକାଳୁ ନିମନ୍ତ୍ରଣ ବାର୍ତ୍ତା ଓ ପତ୍ର ନେଇ ଏହି ଟିମ୍‌ଗୁଡ଼ିକ ପ୍ରଥମେ ଏକାମ୍ର କ୍ଷେତ୍ରାଧିପତି ମହାପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ ପାଇଁ ଭୁବନେଶ୍ୱରରେ ପହଞ୍ଚିଥିଲେ। ଆଜି ପ୍ରଥମ ନିମନ୍ତ୍ରଣ ପତ୍ର ପ୍ରଭୁ ଲିଙ୍ଗରାଜଙ୍କୁ ଦିଆଯାଇଛି। ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରିବେ। ଏହାପରେ ପ୍ରତ୍ୟେକ ଟିମ୍‌ ନିଜନିଜ ଗନ୍ତବ୍ୟସ୍ଥଳ ଅଭିମୁଖେ ଯାତ୍ରା କରିବେ।

26 Dec 2023 By The Sakala

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ଆଜି ପ୍ରଥମେ ପ୍ରଭୁ ଲିଙ୍ଗରାଜଙ୍କୁ କରାଗଲା ନିମନ୍ତ୍ରଣ

ପୁରୀ: ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ ସାମିଲ କରିବା ନିମନ୍ତେ ଖସଡ଼ା ପ୍ରସ୍ତୁତ ହୋଇଛି। ଦେଶର ପ୍ରମୁଖ ଦେବଦେବୀ ପୀଠ, ଚାରିଧାମର ପୀଠାଧୀଶ୍ୱର, ବିଶିଷ୍ଟ ଧର୍ମଗୁରୁ ଓ ଖ୍ୟାତନାମା ବ୍ୟକ୍ତିମାନଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣପତ୍ର ପ୍ରଦାନ କରାଯାଇ ସାରିଛି। ଏହି କ୍ରମରେ ମାର୍ଗଶିର ପୂର୍ଣ୍ଣିମା ଅର୍ଥାତ ଆଜି ଠାରୁ ଦେଶର ପ୍ରମୁଖ ଦେବପୀଠଗୁଡ଼ିକୁ ନିମନ୍ତ୍ରଣ ନିମନ୍ତେ ୩୦ଟି ଟିମ୍‌ ରାଜ୍ୟ ଓ ରାଜ୍ୟ ବାହାରକୁ ଯାତ୍ରା ଆରମ୍ଭ କରିବେ।

ରାଜ୍ୟ ମଧ୍ୟରେ ପ୍ରମୁଖ ଧାର୍ମିକ ପୀଠ ଓ ଜଗନ୍ନାଥମନ୍ଦିରଗୁଡ଼ିକୁ ନିମନ୍ତ୍ରଣ ନିମନ୍ତେ ୧୩ଟି ଟିମ୍‌ ଗଠନ କରାଯାଇଛି। ପ୍ରତ୍ୟେକ ଟିମ୍‌ରେ ଜଣେ ନୋଡାଲ୍‌ ଅଫିସର ଓ ୩ ଜଣ ଲେଖାଏଁ ସେବାୟତ ରହିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାର ବିଭିନ୍ନ ପ୍ରମୁଖ ଧାର୍ମିକ ପୀଠ, ପ୍ରମୁଖ ଜଗନ୍ନାଥ ମନ୍ଦିର, ପ୍ରଭୁ ଜଗନ୍ନାଥଙ୍କ ଲୀଳାଶ୍ରୀକ୍ଷେତ୍ର, ନବକଳେବର ଦାରୁକ୍ଷେତ୍ରରେ ଏହି ପ୍ରତିନିଧିଦଳ ନିମନ୍ତ୍ରଣ ପତ୍ର ପ୍ରଦାନ କରିବେ।

ଅନୁରୂପ ଭାବରେ ଦେଶର ବିଭିନ୍ନ ଅଞ୍ଚଳରେ ପ୍ରମୁଖ ଧାର୍ମିକ ପୀଠ ଓ ଧର୍ମଗୁରୁଙ୍କୁ ନିମନ୍ତ୍ରଣ ନିମନ୍ତେ ୧୭ଟି ଟିମ୍‌ରେ ୮୫ ଜଣ ସଦସ୍ୟ ରହିଛନ୍ତି। ଏହି ପ୍ରତିନିଧିମଣ୍ଡଳୀ ନୂଆଦିଲ୍ଲୀ, ମୁମ୍ବାଇ, ନାସିକ୍‌, ଜାମ୍ମୁ, କାଠମାଣ୍ଡୁ, ବିଶାଖାପାଟଣା, ଥିରୁଅନନ୍ତପୁରମ୍‌, ବିଜୟୱାଡ଼ା, ଚେନ୍ନଇ, ମଦୁରାଇ, ଡେରାଡ଼ୁନ୍‌, ଅହମ୍ମଦାବାଦ, ବନାରସ, ଇନ୍ଦୋର, କୋଲକାତା, ବେଙ୍ଗାଲୁରୁ ଆଦି ସହରକୁ ଯାତ୍ରା କରିବେ। ସେଠାରୁ ସମ୍ପୃକ୍ତ ଅଞ୍ଚଳର ଧାର୍ମିକ ପୀଠଗୁଡ଼ିକୁ ଯାତ୍ରା କରି ନିମନ୍ତ୍ରଣପତ୍ର ଦେବେ। ନିମନ୍ତ୍ରଣପତ୍ର ସହିତ ମନ୍ଦିର ପ୍ରଶାସନର ଚିଠି, ଭୋଗ ପେଡ଼ି ଓ ଓଲାଗି ବାନା ମଧ୍ୟ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି।

ମଙ୍ଗଳବାର ସକାଳୁ ନିମନ୍ତ୍ରଣ ବାର୍ତ୍ତା ଓ ପତ୍ର ନେଇ ଏହି ଟିମ୍‌ଗୁଡ଼ିକ ପ୍ରଥମେ ଏକାମ୍ର କ୍ଷେତ୍ରାଧିପତି ମହାପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ ପାଇଁ ଭୁବନେଶ୍ୱରରେ ପହଞ୍ଚିଥିଲେ। ଆଜି ପ୍ରଥମ ନିମନ୍ତ୍ରଣ ପତ୍ର ପ୍ରଭୁ ଲିଙ୍ଗରାଜଙ୍କୁ ଦିଆଯାଇଛି। ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରିବେ। ଏହାପରେ ପ୍ରତ୍ୟେକ ଟିମ୍‌ ନିଜନିଜ ଗନ୍ତବ୍ୟସ୍ଥଳ ଅଭିମୁଖେ ଯାତ୍ରା କରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର