ଓଡ଼ିଶା-ମୋ ପରିବାର ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ମାଧ୍ୟମରେ ଚଳିତ ବର୍ଷ ସଂଗ୍ରହ ହୋଇଛି ‘୧’ ଲକ୍ଷ ୟୁନିଟ ରକ୍ତ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ଓଡ଼ିଶା ମୋ ପରିବାର-ଜୀବନ ବିନ୍ଦୁ ଆନୁକୂଲ୍ୟରେ ଆୟୋଜିତ ରକ୍ତଦାନ ଅଭିଯାନକୁ ଆଶାତୀତ ସଫଳତା ମିଳିଛି। ଚଳିତ ବର୍ଷ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମରେ ସଂଗ୍ରହ ହୋଇଛି ‘୧’ ଲକ୍ଷ ୟୁନିଟ ରକ୍ତ। ବର୍ଷତମାମ ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ଜରିଆରେ ଏହି ସଫଳତା ହାସଲ ହୋଇପାରିଛି । ଯେପରି ରକ୍ତ ବିନା କୌଣସି ଓଡ଼ିଆଙ୍କ ଜୀବନ ବିପଦରେ ନପଡ଼ିବ, ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ଗୁରୁତ୍ୱ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ଓଡ଼ିଶା ମୋ ପରିବାର-ଜୀବନ ବିନ୍ଦୁ ଆନୁକୂଲ୍ୟରେ ଆୟୋଜିତ ରକ୍ତଦାନ ଅଭିଯାନକୁ ଆଶାତୀତ ସଫଳତା ମିଳିଛି। ଚଳିତ ବର୍ଷ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମରେ ସଂଗ୍ରହ ହୋଇଛି ‘୧’ ଲକ୍ଷ ୟୁନିଟ ରକ୍ତ। ବର୍ଷତମାମ ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ଜରିଆରେ ଏହି ସଫଳତା ହାସଲ ହୋଇପାରିଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଯେପରି ରକ୍ତ ବିନା କୌଣସି ଓଡ଼ିଆଙ୍କ ଜୀବନ ବିପଦରେ ନପଡ଼ିବ, ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ଗୁରୁତ୍ୱ ଦେଇଆସିଛନ୍ତି ଏବଂ ତାଙ୍କ ନେତୃତ୍ଵରେ ୨୦୨୦ ମସିହା ଅଗଷ୍ଟ ୯ ତାରିଖରେ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏଥିପାଇଁ ପ୍ରତିବର୍ଷ, ରାଜ୍ୟବ୍ୟାପୀ ରକ୍ତଦାନ ଶିବିରମାନ ଆୟୋଜନ କରାଯାଉଛି । ସମଗ୍ର ରକ୍ତଭଣ୍ଡାରଗୁଡ଼ିକରେ ଆବଶ୍ୟକ ଷ୍ଟକ ବଜାୟ ରହିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ନିର୍ଦ୍ଦେଶ ରହିଛି । ‘ଜୀବନବିନ୍ଦୁ’ ମାଧ୍ୟମରେ ବର୍ଷ ତମାମ ରକ୍ତଦାନ ଶିବିରମାନ ଆୟୋଜନ କରି ବିଗତ ଦିନରେ ଏକ ମାଇଲଖୁଣ୍ଟ ହାସଲ ମଧ୍ୟ କରିଥିଲା ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

କେବଳ ଏତିକି ନୁହେଁ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏହି ସ୍ଵତନ୍ତ୍ର ପରିକଳ୍ପନା, ଓଡ଼ିଶା-ମୋ ପରିବାର, ସାଢେ ଚାରିକୋଟି ଓଡ଼ିଆଙ୍କ ସେବାରେ ସର୍ବଦା ସମର୍ପିତ ହୋଇ ରହିଆସିଛି । ଫସି ରହିଥିବା ଶ୍ରମିକମାନଙ୍କୁ ବିଦେଶରୁ ସ୍ଥାନାନ୍ତରଣ ହେଉ କି ଡାକ୍ତରଖାନା ଗୁଡ଼ିକରେ ବିଭିନ୍ନ ପ୍ରକାର ସହାୟତା ହେଉ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ସମସ୍ତ ଜନ କଲ୍ୟାଣକାରୀ ଯୋଜନାରେ ସଂଯୋଜନା କରି ଲୋକମାନଙ୍କୁ ସାହାଯ୍ୟ ଯୋଗାଇ ଆସିଛି । ଏହି ରକ୍ତ ସଂଗ୍ରହ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିଜୁ ଜନତା ଦଳର ବରିଷ୍ଠ ନେତୃବୃନ୍ଦ, ଦଳୀୟ କର୍ମୀ, ରାଜ୍ୟର ସମସ୍ତ ବ୍ଲଡ଼ ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀମାନଙ୍କୁ ଏବଂ ରକ୍ତଦାତାଙ୍କୁ ଓଡ଼ିଶା-ମୋ ପରିବାର ପକ୍ଷରୁ ଅଶେଷ କୃତଜ୍ଞତା ଜ୍ଞାପନ କରାଯାଇଛି ।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର