ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ 5T ଅଧ୍ୟକ୍ଷ

The Sakala Picture
Published On

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ ପରିକ୍ରମାମାର୍ଗର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପଟ ବୁଲି ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ନିର୍ମାଣ ସମ୍ପର୍କରେ ଅବଗତ ହୋଇଥିବା ସହ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ।ପରେ ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ କରାଯାଉଥିବା ସ୍ୱତନ୍ତ୍ର ଚଲାପଥ ଓ ବିଶ୍ରାମସ୍ଥଳ ବୁଲି […]

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ ପରିକ୍ରମାମାର୍ଗର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ଶ୍ରୀମନ୍ଦିର ଚାରିପଟ ବୁଲି ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ନିର୍ମାଣ ସମ୍ପର୍କରେ ଅବଗତ ହୋଇଥିବା ସହ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ।ପରେ ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ କରାଯାଉଥିବା ସ୍ୱତନ୍ତ୍ର ଚଲାପଥ ଓ ବିଶ୍ରାମସ୍ଥଳ ବୁଲି ଦେଖିଥିଲେ। ଶୀତ ତାପ ନିୟନ୍ତ୍ରିତ ଚଲାପଥ ବୁଲି ଦେଖିବା ସହ ଏଥିରେ ଥିବା ବାରିକେଡ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ।ସେହିପରି ଶ୍ରୀ ମାର୍ଗ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ନେଇ ବୁଲି ଦେଖିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରବଳ ତାତି ଓ ଗୁଳୁଗୁଳି, କାଁ ଭାଁ କାଳବୈଶାଖୀ କମାଇପାରିବନି ତାତି

ଶ୍ରୀମନ୍ଦିର କାର୍ଯ୍ୟଳୟ ତଳେ କରାଯିବାକୁ ଥିବା ବିଶ୍ରାମସ୍ଥଳୀ ବୁଲି ଦେଖିବା ସହ କାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କରିଥିଲେ। ପରେ ସେ ଶ୍ରୀ ମାର୍ଗ ନିର୍ମାଣ ରାସ୍ତା ଦେଇ ଶ୍ରୀ ଜଗନ୍ନାଥ ବଲ୍ଲଭ ପିଲିଗ୍ରିମ ସେଣ୍ଟର ବୁଲି ଦେଖି ଥିବା ବେଳେ ସେଠାରୁ ଶ୍ରୀସେତୁ ରାସ୍ତା ଦେଇ ସମୀକ୍ଷା କରି ପ୍ରତ୍ୟାବର୍ତ୍ତନ କରିଥିଲେ। ପୁରୀ ଜିଲ୍ଲାପାଳ,ଏସପି, ଉପ ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ରହି ୫ଟି ଅଧ୍ୟକ୍ଷଙ୍କୁ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ ।

ଆହୁରି ପଢ଼ନ୍ତୁ: ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା ଘଟଣା: ଜାମସେଦପୁରରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ପୋଲିସ

30 Dec 2023 By The Sakala

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ 5T ଅଧ୍ୟକ୍ଷ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ ପରିକ୍ରମାମାର୍ଗର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି।

ଶ୍ରୀମନ୍ଦିର ଚାରିପଟ ବୁଲି ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ନିର୍ମାଣ ସମ୍ପର୍କରେ ଅବଗତ ହୋଇଥିବା ସହ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ।ପରେ ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ କରାଯାଉଥିବା ସ୍ୱତନ୍ତ୍ର ଚଲାପଥ ଓ ବିଶ୍ରାମସ୍ଥଳ ବୁଲି ଦେଖିଥିଲେ। ଶୀତ ତାପ ନିୟନ୍ତ୍ରିତ ଚଲାପଥ ବୁଲି ଦେଖିବା ସହ ଏଥିରେ ଥିବା ବାରିକେଡ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ।ସେହିପରି ଶ୍ରୀ ମାର୍ଗ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ନେଇ ବୁଲି ଦେଖିଥିଲେ।

ଶ୍ରୀମନ୍ଦିର କାର୍ଯ୍ୟଳୟ ତଳେ କରାଯିବାକୁ ଥିବା ବିଶ୍ରାମସ୍ଥଳୀ ବୁଲି ଦେଖିବା ସହ କାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କରିଥିଲେ। ପରେ ସେ ଶ୍ରୀ ମାର୍ଗ ନିର୍ମାଣ ରାସ୍ତା ଦେଇ ଶ୍ରୀ ଜଗନ୍ନାଥ ବଲ୍ଲଭ ପିଲିଗ୍ରିମ ସେଣ୍ଟର ବୁଲି ଦେଖି ଥିବା ବେଳେ ସେଠାରୁ ଶ୍ରୀସେତୁ ରାସ୍ତା ଦେଇ ସମୀକ୍ଷା କରି ପ୍ରତ୍ୟାବର୍ତ୍ତନ କରିଥିଲେ। ପୁରୀ ଜିଲ୍ଲାପାଳ,ଏସପି, ଉପ ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ରହି ୫ଟି ଅଧ୍ୟକ୍ଷଙ୍କୁ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର