ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ମିଳିଛି ସର୍ତ୍ତ ମୂଳକ ଜାମିନ

The Sakala Picture
Published On

ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବହୁଦିନ ଧରି ଜେଲରେ ରହିବା ପରେ ଆଜି ସେ ଝାରପଡା ଜେଲରୁ ମୁକୁଳିଛନ୍ତି । ୬ଟି ମାମଲାରେ ହାଇକୋର୍ଟରୁ ଜାମିନ ପରେ ଜେଲରୁ ବାହାରିଛନ୍ତି ପ୍ରଦୀପ । ଠକେଇ, ଜାଲିଆତି ଭଳି ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ ହୋଇ ଜେଲରେ ଥିଲେ । ୨ ଲକ୍ଷ ଟଙ୍କା ବ୍ୟକ୍ତିଗତ ମୁଚାଲିକାରେ ପ୍ରଦୀପଙ୍କୁ ଜାମିନ ଦେଇଛନ୍ତି ହାଇକୋର୍ଟ । ମେ ୨୦ ତାରିଖରେ ମାମଲାରେ କୋର୍ଟ ଜାମିନ […]

ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବହୁଦିନ ଧରି ଜେଲରେ ରହିବା ପରେ ଆଜି ସେ ଝାରପଡା ଜେଲରୁ ମୁକୁଳିଛନ୍ତି । ୬ଟି ମାମଲାରେ ହାଇକୋର୍ଟରୁ ଜାମିନ ପରେ ଜେଲରୁ ବାହାରିଛନ୍ତି ପ୍ରଦୀପ । ଠକେଇ, ଜାଲିଆତି ଭଳି ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ ହୋଇ ଜେଲରେ ଥିଲେ । ୨ ଲକ୍ଷ ଟଙ୍କା ବ୍ୟକ୍ତିଗତ ମୁଚାଲିକାରେ ପ୍ରଦୀପଙ୍କୁ ଜାମିନ ଦେଇଛନ୍ତି ହାଇକୋର୍ଟ ।

ଆହୁରି ପଢ଼ନ୍ତୁ: ମା' କୋଳରୁ ୪ ମାସର ଶିଶୁକୁ ଅପହରଣ କରିନେଲେ ଦୁର୍ବୃତ୍ତ

ମେ ୨୦ ତାରିଖରେ ମାମଲାରେ କୋର୍ଟ ଜାମିନ ଖାରଜ କରିଥିଲେ । ଏହା ବିରୋଧରେ ହାଇକୋର୍ଟରେ ଆବେଦନ କରିଥିଲେ ପ୍ରଦୀପ ପାଣିଗ୍ରାହୀ । ଚାକିରି ଦେବା ନାଁରେ ଠକେଇକୁ ନେଇ କୌଣସି ଠୋସ୍‌ ପ୍ରମାଣ ପ୍ରଦୀପଙ୍କ ବିରୋଧରେ ମିଳିନଥିବା ବେଳେ ଅଭିଯୋଗକାରୀ କାହିଁକି ବିଳମ୍ବରେ ଥାନାରେ ଅଭିଯୋଗ କଲେ ସେନେଇ ମଧ୍ୟ ସଠିକ୍‌ ଉତ୍ତର ଦେଇପାରିନଥିଲେ ।

ଆହୁରି ପଢ଼ନ୍ତୁ: ଆଗାମୀ ୨୪ ଘଣ୍ଟା ମଧ୍ୟରେ କୁଆପଥର ବର୍ଷା ପାଇଁ ସାରା ରାଜ୍ୟକୁ ଚେତାବନୀ, ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ତେବେ ପ୍ରଦୀପ ଜେଲରୁ ବାହାରିବା ପରେ ମାମଲା ସହ ଜଡ଼ିତ କୌଣସି ବ୍ୟକ୍ତିଙ୍କ ସହ ଯୋଗାଯୋଗ କିମ୍ବା ପ୍ରମାଣ ନଷ୍ଟ କରିପାରିବେ ନାହିଁ ବୋଲି କୋର୍ଟ ସର୍ତ୍ତ ରଖିଛନ୍ତି । ଏଥିସହ ଗଣମାଧ୍ୟମରେ ମଧ୍ୟ ଏନେଇ କୌଣସି ପ୍ରତିକ୍ରିୟା ରଖିପାରିବେ ନାହିଁ । ଏହିସବୁ ସର୍ତ୍ତ ଖଣ୍ଡନ କଲେ ବେଲ୍‌ ଖାରଜ ହେବ ବୋଲି ହାଇକୋର୍ଟ କହିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ କାଳବୈଶାଖୀ ଆଶଙ୍କା: ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

12 Jun 2021 By The Sakala

ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ମିଳିଛି ସର୍ତ୍ତ ମୂଳକ ଜାମିନ

ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବହୁଦିନ ଧରି ଜେଲରେ ରହିବା ପରେ ଆଜି ସେ ଝାରପଡା ଜେଲରୁ ମୁକୁଳିଛନ୍ତି । ୬ଟି ମାମଲାରେ ହାଇକୋର୍ଟରୁ ଜାମିନ ପରେ ଜେଲରୁ ବାହାରିଛନ୍ତି ପ୍ରଦୀପ । ଠକେଇ, ଜାଲିଆତି ଭଳି ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ ହୋଇ ଜେଲରେ ଥିଲେ । ୨ ଲକ୍ଷ ଟଙ୍କା ବ୍ୟକ୍ତିଗତ ମୁଚାଲିକାରେ ପ୍ରଦୀପଙ୍କୁ ଜାମିନ ଦେଇଛନ୍ତି ହାଇକୋର୍ଟ ।

ମେ ୨୦ ତାରିଖରେ ମାମଲାରେ କୋର୍ଟ ଜାମିନ ଖାରଜ କରିଥିଲେ । ଏହା ବିରୋଧରେ ହାଇକୋର୍ଟରେ ଆବେଦନ କରିଥିଲେ ପ୍ରଦୀପ ପାଣିଗ୍ରାହୀ । ଚାକିରି ଦେବା ନାଁରେ ଠକେଇକୁ ନେଇ କୌଣସି ଠୋସ୍‌ ପ୍ରମାଣ ପ୍ରଦୀପଙ୍କ ବିରୋଧରେ ମିଳିନଥିବା ବେଳେ ଅଭିଯୋଗକାରୀ କାହିଁକି ବିଳମ୍ବରେ ଥାନାରେ ଅଭିଯୋଗ କଲେ ସେନେଇ ମଧ୍ୟ ସଠିକ୍‌ ଉତ୍ତର ଦେଇପାରିନଥିଲେ ।

ତେବେ ପ୍ରଦୀପ ଜେଲରୁ ବାହାରିବା ପରେ ମାମଲା ସହ ଜଡ଼ିତ କୌଣସି ବ୍ୟକ୍ତିଙ୍କ ସହ ଯୋଗାଯୋଗ କିମ୍ବା ପ୍ରମାଣ ନଷ୍ଟ କରିପାରିବେ ନାହିଁ ବୋଲି କୋର୍ଟ ସର୍ତ୍ତ ରଖିଛନ୍ତି । ଏଥିସହ ଗଣମାଧ୍ୟମରେ ମଧ୍ୟ ଏନେଇ କୌଣସି ପ୍ରତିକ୍ରିୟା ରଖିପାରିବେ ନାହିଁ । ଏହିସବୁ ସର୍ତ୍ତ ଖଣ୍ଡନ କଲେ ବେଲ୍‌ ଖାରଜ ହେବ ବୋଲି ହାଇକୋର୍ଟ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର