ଗୁଣିଗାରେଡ଼ି ସନ୍ଦେହରେ ବାପା ପୁଅଙ୍କୁ ଗଳା କାଟି ହତ୍ୟା

The Sakala Picture
Published On

ଗଜପତି : ଅନ୍ଧବିଶ୍ୱାସକୁ ନେଇ ପୁଣି ହତ୍ୟାକାଣ୍ଡ l ଏଭଳି ଅଘଟଣ ଘଟିଛି ଗଜପତି ଜ଼ିଲ୍ଲା ଅଡବା ଥାନା ମୁଠାଗୁଡା ଗ୍ରାମରେ l ଗୁଣିଗାରେଡ଼ି ଭଳି ଅନ୍ଧ ବିଶ୍ୱାସକୁ ନେଇ ବାପା ପୁଅ ଙ୍କୁ ଗଳା କାଟି ହତ୍ୟା କରାଯାଇଛି l ବାପପୁଅଙ୍କୁ ଅତିନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକା ଦଳବେହେରା ଓ ତାଙ୍କ ପୁଅ ଅନକ ଦଳବେହେରା। ଗତ କାଲି ରାତିରେ ଲୁକା ଏବଂ […]

ଗଜପତି : ଅନ୍ଧବିଶ୍ୱାସକୁ ନେଇ ପୁଣି ହତ୍ୟାକାଣ୍ଡ l ଏଭଳି ଅଘଟଣ ଘଟିଛି ଗଜପତି ଜ଼ିଲ୍ଲା ଅଡବା ଥାନା ମୁଠାଗୁଡା ଗ୍ରାମରେ l ଗୁଣିଗାରେଡ଼ି ଭଳି ଅନ୍ଧ ବିଶ୍ୱାସକୁ ନେଇ ବାପା ପୁଅ ଙ୍କୁ ଗଳା କାଟି ହତ୍ୟା କରାଯାଇଛି l ବାପପୁଅଙ୍କୁ ଅତିନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକା ଦଳବେହେରା ଓ ତାଙ୍କ ପୁଅ ଅନକ ଦଳବେହେରା। ଗତ କାଲି ରାତିରେ ଲୁକା ଏବଂ ପୁଅ ଅନକ ନିଜ କାଜୁ ବାଡିକୁ ଯାଇଥିବା ସମୟରେ କିଛି ଦୁର୍ବୁତ୍ତ ସେମାନଙ୍କୁ ଆକ୍ରମଣ କରିଥିଲେ । ଘଟଣା ସ୍ଥଳରେ ଲୁକାଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଆହତ ଅବସ୍ଥାରେ ଅନକ ଘରେ ପହଞ୍ଚିଥିଲେ । ପରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା l

ଆହୁରି ପଢ଼ନ୍ତୁ: ବିଗତ ଛାତ୍ର ସଂସଦ ନିର୍ବାଚନରେ ବିଜେପି ସରକାର ନିମ୍ନତାର ସବୁ ସୀମା ଟପିଗଲା: ସୁଜାତା ରାଉତ କାର୍ତ୍ତିକେୟନ

ଲୁକା ନିଜ ପରିବାର ସହ ୧୦ ବର୍ଷ ହେଲା ନିଜ ଗ୍ରାମ ପାଟିପଙ୍କାରୁ ଆସି ମୁଠାଗୁଡାରେ ଚାଷବାସ କରି ରହୁଥିଲେ l ତେଵେ ଗୁଣିଗାରେଡିରୁ ହତ୍ୟାକାଣ୍ଡ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । ଆର. ଉଦୟଗିରି S. D. P. O ଙ୍କ ନେତୃତ୍ୱରେ ମୋହନା ଏବଂ ଅଡବା ପୋଲିସ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ଅନ୍ୟପଟେ ଅନେକ ଦିଗକୁ ନେଇ ପୋଲିସ ତଦନ୍ତ କରୁଥିବା S. D. P. O ଦିଲ୍ଲୀପ କୁମାର ନାୟକ ସୂଚନା ଦେଇଛନ୍ତି l

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ଲୁକା ଦଳବେହେରା ଗୁଣିଗାରେଡ଼ି କରି ଗାଁରେ ଲୋକଙ୍କୁ ହତ୍ୟା କରୁଛି ବୋଲି କିଛି ଲୋକ ସନ୍ଦେହ କରିଆସୁଥିଲେ। କିଛି ଦିନ ପୂର୍ବରୁ ଗାଁରେ ଜଣେ ନାବାଳକର ମୃତ୍ୟୁ ହେବା ପରେ ଲୋକେ ତାଙ୍କ ଉପରେ ଦୋଷ ଲଦିଥିଲେ। ସେଥିପାଇଁ ତାଙ୍କୁ ଓ ତାଙ୍କ ପୁଅକୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର