ଚିଲିକାରେ ଚାଲିଛି ଡ଼ଲଫିନ ଗଣନା, ୧୮ଟି ଟିମ୍ ନିୟୋଜିତ

The Sakala Picture
Published On

ଖୋର୍ଦ୍ଧା: ଆଜି ସକାଳ ୬ଟାରୁ ଚିଲିକାରେ ଆରମ୍ଭ ହୋଇଛି ଡଲଫିନ୍ ଗଣନା । ମଧ୍ୟାହ୍ନ ୧୨ଟା ଯାଏଁ ସାତପଡ଼ା, ବାଲୁଗାଁ ଅଞ୍ଚଳରେ ଡଲଫିନ ଗଣନା ଜାରିରହିବ। ଚିଲିକା ବନ୍ୟପ୍ରାଣୀ ଡିଭିଜନର ସାତପଡା ଓ ବାଲୁଗାଁ ୨ଟି ରେଞ୍ଜରେ ଚାଲିଛି ଡଲଫିନ ଗଣନା। ୩ଟି ସେକ୍ଟରରେ ୧୮ଟି ଟିମ ନିୟୋଜିତ ରହିଛନ୍ତି।  ପ୍ରତି ଟିମରେ ୫ରୁ ୬ ଜଣ ସଦସ୍ୟ ସମେତ ୨ ଜଣ ଡଙ୍ଗା ଚାଳକ ସାମିଲ ଅଛନ୍ତି। ବାଲୁଗାଁ ବଡ଼କୂଳରେ ୧୦ ଟିମ ଏବଂ ସାତପଡାରେ […]

ଖୋର୍ଦ୍ଧା: ଆଜି ସକାଳ ୬ଟାରୁ ଚିଲିକାରେ ଆରମ୍ଭ ହୋଇଛି ଡଲଫିନ୍ ଗଣନା । ମଧ୍ୟାହ୍ନ ୧୨ଟା ଯାଏଁ ସାତପଡ଼ା, ବାଲୁଗାଁ ଅଞ୍ଚଳରେ ଡଲଫିନ ଗଣନା ଜାରିରହିବ। ଚିଲିକା ବନ୍ୟପ୍ରାଣୀ ଡିଭିଜନର ସାତପଡା ଓ ବାଲୁଗାଁ ୨ଟି ରେଞ୍ଜରେ ଚାଲିଛି ଡଲଫିନ ଗଣନା। ୩ଟି ସେକ୍ଟରରେ ୧୮ଟି ଟିମ ନିୟୋଜିତ ରହିଛନ୍ତି।  ପ୍ରତି ଟିମରେ ୫ରୁ ୬ ଜଣ ସଦସ୍ୟ ସମେତ ୨ ଜଣ ଡଙ୍ଗା ଚାଳକ ସାମିଲ ଅଛନ୍ତି। ବାଲୁଗାଁ ବଡ଼କୂଳରେ ୧୦ ଟିମ ଏବଂ ସାତପଡାରେ ୮ ଟିମ ଡଲଫିନ୍ ଗଣନା ପାଇଁ ନିୟୋଜିତ ହୋଇ ଗଣନା କରୁଛନ୍ତି।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ଜିପିଏସ ସିଷ୍ଟମ ଓ ବାଇନା କୁଲାର ମାଧ୍ୟ୍ୟମରେ ଡଲଫିନ୍ ଗଣନା କରାଯାଉଛି। ତେବେ ଉକ୍ତ ଟିମରେ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ , ସିଡ଼ିଏର କର୍ମଚାରି, ଜଙ୍ଗଲ ବିଭାଗ କର୍ମଚାରୀ, ଓୟୁଏଟିର ଛାତ୍ରଛାତ୍ରୀ, ବୋଟ ଆସୋସିଏସନର କାର୍ଯ୍ୟକର୍ତ୍ତା ଏବଂ ସ୍ବେଚ୍ଛାସେବୀ ଆଦି ସାମିଲ ହେବେ ବୋଲି ଜଣାପଡିଛି। ତେବେ ଯଦି କୋହଲା ପାଗ ରହିବ ତେବେ ୨୧,୨୨ ଏବଂ ୨୩ ତାରିଖ ମଧ୍ୟରେ ଡଲଫିନ ଗଣନା ଶେଷ ହେବ ବୋଲି ଡ଼ିଏଫଓ କହିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଖବର ଅନୁଯାୟୀ, ଗତବର୍ଷ ଚିଲିକାରେ ସମୁଦାୟ ୧୭୩ ଗୋଟି ଡ଼ଲଫିନ ଠାବ ହୋଇଥିବା ବେଳେ ତନ୍ମଧ୍ୟରୁ୧୫୪ ଗୋଟି ଇରାୱାଡି ପ୍ରଜାତିର ଏବଂ ୧୯ଗୋଟି ବଟଲ ନୋଜ ପ୍ରଜାତିର ଡ଼ଲଫିନ ଥିଲେ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର