ବିବାହ ପ୍ରଲୋଭନ ଦେଖାଇ ଦୁଷ୍କର୍ମ

The Sakala Picture
Published On

ଭୁବନେଶ୍ୱର : ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରାଯାଇଥିବା ନେଇ ମହିଳା ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁକରି ତଦନ୍ତ କରୁଛି। ପୁଲିସ ଯୁବତୀଙ୍କ ବୟାନ ରେକର୍ଡ କରିବା ସହ ଡାକ୍ତରୀ ମାଇନା କରିଛି । ମିଳିଥିବା ସୂଚନା ଅନୁସାରେ, ଯୁବତୀ ଜଣଙ୍କ ଘର ପୁରୀ ଅଞ୍ଚଳରେ ହୋଇଥିବା ବେଳେ ସେ କ୍ୟାପିଟାଲ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ସଂସ୍ଥାରେ ରହି ଚାକିରି କରୁଥିଲେ। ଏହି ସମୟରେ […]

ଭୁବନେଶ୍ୱର : ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରାଯାଇଥିବା ନେଇ ମହିଳା ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁକରି ତଦନ୍ତ କରୁଛି। ପୁଲିସ ଯୁବତୀଙ୍କ ବୟାନ ରେକର୍ଡ କରିବା ସହ ଡାକ୍ତରୀ ମାଇନା କରିଛି । ମିଳିଥିବା ସୂଚନା ଅନୁସାରେ, ଯୁବତୀ ଜଣଙ୍କ ଘର ପୁରୀ ଅଞ୍ଚଳରେ ହୋଇଥିବା ବେଳେ ସେ କ୍ୟାପିଟାଲ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ସଂସ୍ଥାରେ ରହି ଚାକିରି କରୁଥିଲେ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ଓ ସୁନାବେଶ ପାଇଁ ପୁରୀ ପୋଲିସର ଟ୍ରାଫିକ ଆଡଭାଇଜରି ଜାରି, ଜାଣନ୍ତୁ କେଉଁଠି ରହିବ ଗାଡ଼ି...

ଏହି ସମୟରେ ସେହି ଅଫିସରେ କାମ କରୁଥିବା ଜଣେ ଯୁବକଙ୍କ ସହ ତାଙ୍କର ପରିଚିତ ହୋଇଥିଲା। ଯୁବକ ଜଣଙ୍କ ତାଙ୍କୁ ବିବାହର ପ୍ରଲୋଭନ ଦେଖାଇ ନିଜ ରୁମ୍‌କୁ ଡାକି ନେଇ ଦୁଷ୍କର୍ମ କରିଥିଲେ । ଏପରିକି ଜବରଦସ୍ତି ମଧ୍ୟ ତାଙ୍କ ଗର୍ଭପାତ କରିଥିବା ମଧ୍ୟ ଥାନାରେ ଯୁବତୀ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଆଧାରରେ ପୁଲିସ ଅଭିଯୁକ୍ତ ପ୍ରେମିକକୁ ଧରିବାକୁ ଚଢଉ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର ଆର୍ଥିକ କ୍ଷମତାକୁ ବୃଦ୍ଧି କଲେ ରାଜ୍ୟ ସରକାର

14 Jun 2021 By The Sakala

ବିବାହ ପ୍ରଲୋଭନ ଦେଖାଇ ଦୁଷ୍କର୍ମ

ଭୁବନେଶ୍ୱର : ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରାଯାଇଥିବା ନେଇ ମହିଳା ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁକରି ତଦନ୍ତ କରୁଛି। ପୁଲିସ ଯୁବତୀଙ୍କ ବୟାନ ରେକର୍ଡ କରିବା ସହ ଡାକ୍ତରୀ ମାଇନା କରିଛି । ମିଳିଥିବା ସୂଚନା ଅନୁସାରେ, ଯୁବତୀ ଜଣଙ୍କ ଘର ପୁରୀ ଅଞ୍ଚଳରେ ହୋଇଥିବା ବେଳେ ସେ କ୍ୟାପିଟାଲ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ସଂସ୍ଥାରେ ରହି ଚାକିରି କରୁଥିଲେ।

ଏହି ସମୟରେ ସେହି ଅଫିସରେ କାମ କରୁଥିବା ଜଣେ ଯୁବକଙ୍କ ସହ ତାଙ୍କର ପରିଚିତ ହୋଇଥିଲା। ଯୁବକ ଜଣଙ୍କ ତାଙ୍କୁ ବିବାହର ପ୍ରଲୋଭନ ଦେଖାଇ ନିଜ ରୁମ୍‌କୁ ଡାକି ନେଇ ଦୁଷ୍କର୍ମ କରିଥିଲେ । ଏପରିକି ଜବରଦସ୍ତି ମଧ୍ୟ ତାଙ୍କ ଗର୍ଭପାତ କରିଥିବା ମଧ୍ୟ ଥାନାରେ ଯୁବତୀ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଆଧାରରେ ପୁଲିସ ଅଭିଯୁକ୍ତ ପ୍ରେମିକକୁ ଧରିବାକୁ ଚଢଉ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର