ସାଧାରଣତନ୍ତ୍ର ଦିବସ: ଓଡ଼ିଶାର ୧୫ ଜଣଙ୍କୁ ସାହସିକତା, ୧୧ ଜଣଙ୍କୁ ସେବା ଓ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ

The Sakala Picture
Published On

ନୂଆଦିଲ୍ଲୀ: ଜାତୀୟ ସାହସିକତା ଓ ସେବା ପୁରସ୍କାର ଘୋଷଣା। ୭୫ତମ ଗଣତନ୍ତ୍ର ଦିବସ ଅବସରରେ ୨୭୭ଟି ସାହସିକତା ପୁରସ୍କାର ଅନୁମୋଦନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୧୩୨ ବିଶିଷ୍ଟ ବ୍ୟକ୍ତିଙ୍କ ପାଇଁ ପୁରସ୍କାର ଘୋଷଣା ହୋଇଛି। ପୁଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ ବର୍ଗ ପାଇଁ ଏହି ସମ୍ମାନ ପାଇବେ। ଉଲ୍ଲେଖନୀୟ ସେବା ଓ ସାହସିକତା ପାଇଁ ମିଳିବ ସମ୍ମାନ । ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ପୁରସ୍କାର ତାଲିକା ଏହି ପ୍ରକାଶ ପାଇଛି। ୨୭୭ ଜଣଙ୍କୁ […]

ନୂଆଦିଲ୍ଲୀ: ଜାତୀୟ ସାହସିକତା ଓ ସେବା ପୁରସ୍କାର ଘୋଷଣା। ୭୫ତମ ଗଣତନ୍ତ୍ର ଦିବସ ଅବସରରେ ୨୭୭ଟି ସାହସିକତା ପୁରସ୍କାର ଅନୁମୋଦନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୧୩୨ ବିଶିଷ୍ଟ ବ୍ୟକ୍ତିଙ୍କ ପାଇଁ ପୁରସ୍କାର ଘୋଷଣା ହୋଇଛି। ପୁଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ ବର୍ଗ ପାଇଁ ଏହି ସମ୍ମାନ ପାଇବେ। ଉଲ୍ଲେଖନୀୟ ସେବା ଓ ସାହସିକତା ପାଇଁ ମିଳିବ ସମ୍ମାନ । ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ପୁରସ୍କାର ତାଲିକା ଏହି ପ୍ରକାଶ ପାଇଛି। ୨୭୭ ଜଣଙ୍କୁ ମିଳିବ ସାହସିକତା ପୁରସ୍କାର ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ସୂଚନା ଅନୁଯାୟୀ, ଓଡ଼ିଶାର ୧୫ ଜଣଙ୍କୁ ଦିଆଯିବ ସାହସିକତା ପୁରସ୍କାର। ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିବ। ଗୃହବିଭାଗ ସ୍ବତନ୍ତ୍ର ସଚିବ ସନ୍ତୋଷ ବାର୍ଲାଙ୍କୁ ମିଳିବ ରାଷ୍ଟ୍ରପତି ପଦକ। ସେହିପରି କନଷ୍ଟେବଲ ସଂଯୁକ୍ତା ପଟ୍ଟନାୟକ ପାଇବେ ରାଷ୍ଟ୍ରପତି ପଦକ। ଏହାଛଡ଼ା ଓଡ଼ିଶାର ୧୧ ପୁଲିସ ଅଧିକାରୀଙ୍କୁ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯିବ। IG ସତ୍ୟବ୍ରତ ଭୋଇଙ୍କ ସହ ୩ ଜଣ DSP ରାଙ୍କ ଅଧିକାରୀ ପାଇବେ ପଦକ। DSP ସାରଦା ପ୍ରସନ୍ନ ପ୍ରଧାନଙ୍କୁ ମିଳିବ ସମ୍ମାନ। DSP ପ୍ରଦୀପ ସାମଲ ଓ ପ୍ରଶାନ୍ତ ସାହୁଙ୍କୁ ମିଳିବ ସମ୍ମାନ। ଇନ୍ସପେକ୍ଟର ରଶ୍ମୀରଂଜନ ମହାପାତ୍ର ପାଇବେ ପଦକ । ଡେପୁଟି କମାଣ୍ଡାଣ୍ଟ ରଜତ କେରକେଟା ପାଇବେ ପୁରସ୍କାର। ହାବିଲଦାର ଦିଲ୍ଲୀପ କୁମାର ନାଏକ ପାଇବେ ପଦକ। ASI  ବିଜୟ କୁମାର ପ୍ରଧାନ ପାଇବେ ପୁରସ୍କାର। ସିପାହୀ ବନମାଳୀ ରାୟ, ନାମବାହଦୁର ଛେତ୍ରୀଙ୍କୁ ସମ୍ମାନ ମିଳିବ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର