ଘନ କୁହୁଡ଼ି ପାଇଁ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସକ୍ରିୟ ଥିବା ଗୁରୁଚାପ ବଳୟ ଏବଂ ଦକ୍ଷିଣ ଛତିଶଗଡ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି କୋହଲା ପାଗ। ବର୍ତ୍ତମାନ ଦକ୍ଷିଣ ଓଡ଼ିଶାରୁ ଆନ୍ଧ୍ର ମଧ୍ୟ ଦେଇ ସୃଷ୍ଟି ହୋଇଥିବା ନିମ୍ନଚାପରେଖା ପ୍ରଭାବରେ ଆସନ୍ତା କାଲି ପର୍ଯ୍ୟନ୍ତ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କୋହଲା ପାଗ ସହ ହାଲୁକା ବର୍ଷା ହେବା ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ […]

ଭୁବନେଶ୍ୱର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସକ୍ରିୟ ଥିବା ଗୁରୁଚାପ ବଳୟ ଏବଂ ଦକ୍ଷିଣ ଛତିଶଗଡ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି କୋହଲା ପାଗ। ବର୍ତ୍ତମାନ ଦକ୍ଷିଣ ଓଡ଼ିଶାରୁ ଆନ୍ଧ୍ର ମଧ୍ୟ ଦେଇ ସୃଷ୍ଟି ହୋଇଥିବା ନିମ୍ନଚାପରେଖା ପ୍ରଭାବରେ ଆସନ୍ତା କାଲି ପର୍ଯ୍ୟନ୍ତ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କୋହଲା ପାଗ ସହ ହାଲୁକା ବର୍ଷା ହେବା ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ବିଶେଷ କରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ, ଖୋର୍ଦ୍ଧା , କଟକ, ଗଞ୍ଜାମ, ଗଜପତି, ରାୟଗଡ଼ାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ପରେ ଗୁରୁଚାପ ବଳୟ ପ୍ରଭାବ କମିବା ସହ ପାଗରେ ପରିବର୍ତ୍ତନ ହେବ। ରାଜ୍ୟରେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସେପଟେ ବାୟୁମଣ୍ଡଳରେ ଜଳୀୟ ବାଷ୍ପ ଅଧିକ ଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ। ଏଥିପାଇଁ ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। କଟକ, ଯାଜପୁର, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର , ବରଗଡ଼, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ ଏବଂ ବଲାଙ୍ଗୀରରେ ଘନ କୁହୁଡି ସର୍ତକତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୫୦ରୁ ୨୦୦ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ଦୂରତା ରହିବ। ସେଥିପାଇଁ ଯାନବାହାନ ଚଳାଚଳରେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ଜିଲ୍ଲାରେ କାଲିଠୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍‌

25 Jan 2024 By The Sakala

ଘନ କୁହୁଡ଼ି ପାଇଁ ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସକ୍ରିୟ ଥିବା ଗୁରୁଚାପ ବଳୟ ଏବଂ ଦକ୍ଷିଣ ଛତିଶଗଡ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି କୋହଲା ପାଗ। ବର୍ତ୍ତମାନ ଦକ୍ଷିଣ ଓଡ଼ିଶାରୁ ଆନ୍ଧ୍ର ମଧ୍ୟ ଦେଇ ସୃଷ୍ଟି ହୋଇଥିବା ନିମ୍ନଚାପରେଖା ପ୍ରଭାବରେ ଆସନ୍ତା କାଲି ପର୍ଯ୍ୟନ୍ତ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କୋହଲା ପାଗ ସହ ହାଲୁକା ବର୍ଷା ହେବା ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ବିଶେଷ କରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ, ଖୋର୍ଦ୍ଧା , କଟକ, ଗଞ୍ଜାମ, ଗଜପତି, ରାୟଗଡ଼ାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ପରେ ଗୁରୁଚାପ ବଳୟ ପ୍ରଭାବ କମିବା ସହ ପାଗରେ ପରିବର୍ତ୍ତନ ହେବ। ରାଜ୍ୟରେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି।

ସେପଟେ ବାୟୁମଣ୍ଡଳରେ ଜଳୀୟ ବାଷ୍ପ ଅଧିକ ଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ। ଏଥିପାଇଁ ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। କଟକ, ଯାଜପୁର, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର , ବରଗଡ଼, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ ଏବଂ ବଲାଙ୍ଗୀରରେ ଘନ କୁହୁଡି ସର୍ତକତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୫୦ରୁ ୨୦୦ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ଦୂରତା ରହିବ। ସେଥିପାଇଁ ଯାନବାହାନ ଚଳାଚଳରେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର