ଆଜିଠୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲିଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ

The Sakala Picture
Published On

ପୁରୀ: ଜାନୁଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ।ଏହି ମହତ୍ୱକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି।ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଶ୍ରୀଜଗନ୍ନାଥ ଚେତନା ଓ ଭାବଧାରା ଆଧାରରେ ସମଗ୍ର ରାଜ୍ୟରେ ପରିଭ୍ରମଣ କରିଥିଲା ଅର୍ପଣ ରଥ। ପ୍ରତ୍ୟେକ ବ୍ୟକ୍ତି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିଲେ ଅକ୍ଷତ, ଗୁଆ। ସେତେବେଳେ ସରକାର ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ଏହି ପ୍ରକଳ୍ପ […]

ପୁରୀ: ଜାନୁଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ।ଏହି ମହତ୍ୱକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି।ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଶ୍ରୀଜଗନ୍ନାଥ ଚେତନା ଓ ଭାବଧାରା ଆଧାରରେ ସମଗ୍ର ରାଜ୍ୟରେ ପରିଭ୍ରମଣ କରିଥିଲା ଅର୍ପଣ ରଥ। ପ୍ରତ୍ୟେକ ବ୍ୟକ୍ତି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିଲେ ଅକ୍ଷତ, ଗୁଆ। ସେତେବେଳେ ସରକାର ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ଏହି ପ୍ରକଳ୍ପ ପରିକ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ। ସେହି ଆଧାରରେ ସୋମବାର ଅର୍ଥାତ ଜାନୁଆରୀ ୨୯ ତାରିଖଠାରୁ ପର୍ଯ୍ୟାୟକ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି। ପ୍ରଥମ ଦିନ ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଜନସାଧାରଣ ଆସିବେ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସଗୁଡିକ ବୀରହରେକୃଷ୍ଣପୁର ଡାହାଣ ପାର୍ଶ୍ବରେ ଯାଇ ସମଙ୍ଗ ପାର୍କିଂ ସ୍ଥଳରେ ପହଞ୍ଚିବେ। ସେଠାରୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡ଼ର ବସ୍‌‌ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲଗ୍ରିମ ସେଣ୍ଟରକୁ ନିଆଯିବ। ସେଠାରୁ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ।ଏହି କାର୍ଯ୍ୟରେ ବିଭିନ୍ନ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ପ୍ରଥମ ଦିନର କାର୍ଯ୍ୟସୂଚୀ ଅନୁସାରେ ସକାଳ ୯ ଟାରେ କଟକ ମହାନଗର ନିଗମ ଓ ୧୦ଟାରେ କଟକ ଜିଲ୍ଲାର ଅନ୍ୟ ବ୍ଲକ ଅଞ୍ଚଳର ଶ୍ରଦ୍ଧାଳୁ ପହଞ୍ଚିବେ। ସେହିପରି ମୟୂରଭଞ୍ଜ, ବାଲେଶ୍ୱର ସକାଳ ୧୦ ଘଟିକା, ଗଞ୍ଜମ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଶ୍ରଦ୍ଧାଳୁ ମାନେ ଦିବା ୧୨ ଘଟିକାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁ ରୁପେ ପରିଚାଳନା କରିବା ପାଇଁ ପଞ୍ଚାୟତରାଜ ବିଭାଗ ଓ ଜିଲ୍ଲା ପ୍ରଶାସନ କ୍ୟାଲେଣ୍ଡର ସହ ନୋଡ଼ାଲ ଅଫିସରମାନଙ୍କୁ ନିୟୋଜିତ କରିଛନ୍ତି ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

29 Jan 2024 By The Sakala

ଆଜିଠୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲିଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ

ପୁରୀ: ଜାନୁଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ।ଏହି ମହତ୍ୱକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି।ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଶ୍ରୀଜଗନ୍ନାଥ ଚେତନା ଓ ଭାବଧାରା ଆଧାରରେ ସମଗ୍ର ରାଜ୍ୟରେ ପରିଭ୍ରମଣ କରିଥିଲା ଅର୍ପଣ ରଥ। ପ୍ରତ୍ୟେକ ବ୍ୟକ୍ତି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିଲେ ଅକ୍ଷତ, ଗୁଆ। ସେତେବେଳେ ସରକାର ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ଏହି ପ୍ରକଳ୍ପ ପରିକ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ। ସେହି ଆଧାରରେ ସୋମବାର ଅର୍ଥାତ ଜାନୁଆରୀ ୨୯ ତାରିଖଠାରୁ ପର୍ଯ୍ୟାୟକ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି। ପ୍ରଥମ ଦିନ ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଜନସାଧାରଣ ଆସିବେ।

ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସଗୁଡିକ ବୀରହରେକୃଷ୍ଣପୁର ଡାହାଣ ପାର୍ଶ୍ବରେ ଯାଇ ସମଙ୍ଗ ପାର୍କିଂ ସ୍ଥଳରେ ପହଞ୍ଚିବେ। ସେଠାରୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡ଼ର ବସ୍‌‌ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲଗ୍ରିମ ସେଣ୍ଟରକୁ ନିଆଯିବ। ସେଠାରୁ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ।ଏହି କାର୍ଯ୍ୟରେ ବିଭିନ୍ନ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ପ୍ରଥମ ଦିନର କାର୍ଯ୍ୟସୂଚୀ ଅନୁସାରେ ସକାଳ ୯ ଟାରେ କଟକ ମହାନଗର ନିଗମ ଓ ୧୦ଟାରେ କଟକ ଜିଲ୍ଲାର ଅନ୍ୟ ବ୍ଲକ ଅଞ୍ଚଳର ଶ୍ରଦ୍ଧାଳୁ ପହଞ୍ଚିବେ। ସେହିପରି ମୟୂରଭଞ୍ଜ, ବାଲେଶ୍ୱର ସକାଳ ୧୦ ଘଟିକା, ଗଞ୍ଜମ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଶ୍ରଦ୍ଧାଳୁ ମାନେ ଦିବା ୧୨ ଘଟିକାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁ ରୁପେ ପରିଚାଳନା କରିବା ପାଇଁ ପଞ୍ଚାୟତରାଜ ବିଭାଗ ଓ ଜିଲ୍ଲା ପ୍ରଶାସନ କ୍ୟାଲେଣ୍ଡର ସହ ନୋଡ଼ାଲ ଅଫିସରମାନଙ୍କୁ ନିୟୋଜିତ କରିଛନ୍ତି ବୋଲି ସୂଚନା ମିଳିଛି।

https://www.thesakala.in/latest-odisha-news/pilgrims-from-different-districts-will-see-the-project-shree-mandir-parikrama-prakalpa/article-29489
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର