କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ଗ୍ରୀନ ପ୍ୟାସେଜ ଯୋଜନାରେ ଅନ୍ତ୍ରର୍ଭୁକ୍ତ କରିବେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ୱର: କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ରାଜ୍ୟ ସରକାରଙ୍କ Green Passage ଯୋଜନାରେ ସାମିଲ କରାଯିବ। ପିଲାଙ୍କ ଶିକ୍ଷା ଖର୍ଚ୍ଚ ଦେବେ ରାଜ୍ୟ ସରକାର। ସେମାନଙ୍କ ବୈଷୟିକ ଶିକ୍ଷା ଯଥା ମେଡିକାଲ ଓ ଇଂଜିନିୟରିଂ ପାଠ ଖର୍ଚ୍ଚ ବି ରାଜ୍ୟ ସରକାର ବହନ କରିବେ । ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ, ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ସମସ୍ତ ଖର୍ଚ୍ଚ ଦିଆଯିବା ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସୂଚନା ମୁତାବକ ବର୍ତ୍ତମାନ ଅନାଥ ଶିଶୁଙ୍କୁ 2000 ଟଙ୍କା ଷ୍ଟାଇପେଣ୍ଡ […]

ଭୁବନେଶ୍ୱର: କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ରାଜ୍ୟ ସରକାରଙ୍କ Green Passage ଯୋଜନାରେ ସାମିଲ କରାଯିବ। ପିଲାଙ୍କ ଶିକ୍ଷା ଖର୍ଚ୍ଚ ଦେବେ ରାଜ୍ୟ ସରକାର। ସେମାନଙ୍କ ବୈଷୟିକ ଶିକ୍ଷା ଯଥା ମେଡିକାଲ ଓ ଇଂଜିନିୟରିଂ ପାଠ ଖର୍ଚ୍ଚ ବି ରାଜ୍ୟ ସରକାର ବହନ କରିବେ । ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ, ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ସମସ୍ତ ଖର୍ଚ୍ଚ ଦିଆଯିବା ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ସୂଚନା ମୁତାବକ ବର୍ତ୍ତମାନ ଅନାଥ ଶିଶୁଙ୍କୁ 2000 ଟଙ୍କା ଷ୍ଟାଇପେଣ୍ଡ ମିଳୁଛି। କୋଭିଡରେ ଅନାଥ ହୋଇଥିବା ଶିଶୁଙ୍କ ପାଇଁ ମଧ୍ୟ ଏହି ଷ୍ଟାଇପେଣ୍ଡ ଯୋଜନା କରାଯାଉଥିବା ମହିଳା ଓ ଶିଶୁ ବିକାଶ ବିଭାଗ ଉପଦେଷ୍ଟା ସୁଲତା ଦେଓ କହିଛନ୍ତି । କୋଭିଡ ମହାମାରୀ ସମୟରେ ଅନକେ ପିଲା ଅନାଥ ହୋଇଛନ୍ତି । ପିତା ମାତା ଚାଲିଯିବା ଫଳରେ ସାମାନଙ୍କ ପାଠ ପଢିବା ସହ ଅନ୍ୟ ଆନୁସଙ୍ଗିକ ବ୍ୟବସ୍ଥାରେ ସମସ୍ୟା ପରିଲିଖିତ ହୋଇଛି ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଏପରି ସମୟରେ ଓଡ଼ିଶା ସରକାର ଏହି ଅନାଥ ପିଲାଙ୍କ ପାଇଁ ସହୟତା ଦେବାକୁ ହାତ ବଢାଇଛନ୍ତି । କୋଭିଡରେ ପିତା ମାତା ଚାଲିଯାଇଥିବା ପିଲାଙ୍କୁ ରାଜ୍ୟ ସରକାର ଏହି ସହୟତା ଅର୍ଥ ପ୍ରଦାନ କରିବେ । ଏହା ସହିତ ପାଢ ପଢା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର । ଏଥିପାଇଁ ଏକ ସ୍ୱତନ୍ତ୍ର ପ୍ୟାକେଜ ବ୍ୟବସ୍ଥା କରିଛନ୍ତି ସରକାର । ଗ୍ରୀନ ପ୍ୟାସେଜ ଯୋଜନାରେ ଏହି ଅନାଥ ପିଲାଙ୍କୁ ଯୋଡ଼ିବେ ସରକାର । ଯଦ୍ୱାରା ତାଙ୍କୁ ସମସ୍ତ ସୁବିଧା ଉପଲବ୍ଧ ହୋଇପାରିବ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

14 Jun 2021 By The Sakala

କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ଗ୍ରୀନ ପ୍ୟାସେଜ ଯୋଜନାରେ ଅନ୍ତ୍ରର୍ଭୁକ୍ତ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ରାଜ୍ୟ ସରକାରଙ୍କ Green Passage ଯୋଜନାରେ ସାମିଲ କରାଯିବ। ପିଲାଙ୍କ ଶିକ୍ଷା ଖର୍ଚ୍ଚ ଦେବେ ରାଜ୍ୟ ସରକାର। ସେମାନଙ୍କ ବୈଷୟିକ ଶିକ୍ଷା ଯଥା ମେଡିକାଲ ଓ ଇଂଜିନିୟରିଂ ପାଠ ଖର୍ଚ୍ଚ ବି ରାଜ୍ୟ ସରକାର ବହନ କରିବେ । ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ, ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ସମସ୍ତ ଖର୍ଚ୍ଚ ଦିଆଯିବା ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ସୂଚନା ମୁତାବକ ବର୍ତ୍ତମାନ ଅନାଥ ଶିଶୁଙ୍କୁ 2000 ଟଙ୍କା ଷ୍ଟାଇପେଣ୍ଡ ମିଳୁଛି। କୋଭିଡରେ ଅନାଥ ହୋଇଥିବା ଶିଶୁଙ୍କ ପାଇଁ ମଧ୍ୟ ଏହି ଷ୍ଟାଇପେଣ୍ଡ ଯୋଜନା କରାଯାଉଥିବା ମହିଳା ଓ ଶିଶୁ ବିକାଶ ବିଭାଗ ଉପଦେଷ୍ଟା ସୁଲତା ଦେଓ କହିଛନ୍ତି । କୋଭିଡ ମହାମାରୀ ସମୟରେ ଅନକେ ପିଲା ଅନାଥ ହୋଇଛନ୍ତି । ପିତା ମାତା ଚାଲିଯିବା ଫଳରେ ସାମାନଙ୍କ ପାଠ ପଢିବା ସହ ଅନ୍ୟ ଆନୁସଙ୍ଗିକ ବ୍ୟବସ୍ଥାରେ ସମସ୍ୟା ପରିଲିଖିତ ହୋଇଛି ।

ଏପରି ସମୟରେ ଓଡ଼ିଶା ସରକାର ଏହି ଅନାଥ ପିଲାଙ୍କ ପାଇଁ ସହୟତା ଦେବାକୁ ହାତ ବଢାଇଛନ୍ତି । କୋଭିଡରେ ପିତା ମାତା ଚାଲିଯାଇଥିବା ପିଲାଙ୍କୁ ରାଜ୍ୟ ସରକାର ଏହି ସହୟତା ଅର୍ଥ ପ୍ରଦାନ କରିବେ । ଏହା ସହିତ ପାଢ ପଢା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର । ଏଥିପାଇଁ ଏକ ସ୍ୱତନ୍ତ୍ର ପ୍ୟାକେଜ ବ୍ୟବସ୍ଥା କରିଛନ୍ତି ସରକାର । ଗ୍ରୀନ ପ୍ୟାସେଜ ଯୋଜନାରେ ଏହି ଅନାଥ ପିଲାଙ୍କୁ ଯୋଡ଼ିବେ ସରକାର । ଯଦ୍ୱାରା ତାଙ୍କୁ ସମସ୍ତ ସୁବିଧା ଉପଲବ୍ଧ ହୋଇପାରିବ ।

https://www.thesakala.in/latest-odisha-news/state-govt-to-bear-education-expenses-of-children-orphaned-by-covid19/article-2948
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର