ରାଜ୍ୟରେ ଆସନ୍ତାକାଲିଠୁ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସହ କୁହୁଡ଼ି ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ପୁଣି ରାଜ କରିବ କୋହଲା ପାଗ। କାଲିଠୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡ଼ି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା କରିବ ଅସ୍ତବ୍ୟସ୍ତ। ରାଜ୍ୟରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିଭଳି ୨ ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର ଏବଂ କେନ୍ଦୁଝରରେ ବର୍ଷା ନେଇ […]

ଭୁବନେଶ୍ବର: ରାଜ୍ୟରେ ପୁଣି ରାଜ କରିବ କୋହଲା ପାଗ। କାଲିଠୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡ଼ି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା କରିବ ଅସ୍ତବ୍ୟସ୍ତ। ରାଜ୍ୟରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିଭଳି ୨ ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର ଏବଂ କେନ୍ଦୁଝରରେ ବର୍ଷା ନେଇ ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ସେହିଭଳି ୩ ତାରିଖ ବେଳକୁ ରାଜ୍ୟରେ ପୁଣି ପାଗରେ ପରିବର୍ତ୍ତନ ହେବ। ଅଧିକାଂଶ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ସେପଟେ ବାୟୁମଣ୍ଡଳରେ ଜଳିୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ। ବିଶେଷ କରି କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ ଏବଂ ନୟାଗଡ଼ରେ ହାଲୁକା କୁହୁଡି ଦୃଶ୍ୟମାନ ହେବ। ବର୍ତ୍ତମାନ ଓଡିଶା ଉପରେ କୌଣସି ପାଣିପାଗ ନିୟାମକ ନ ଥିବାରୁ ୪, ୫ ଏବଂ ୬ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାର ପାଗ ଶୁଖିଲା ରହିବ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର