ବିଜେଡିରେ ସାମିଲ ହେଲେ ବିଶିଷ୍ଟ କର୍ପୋରେଟ ଅଧିକାରୀ ସଂତୃପ୍ତ ମିଶ୍ର

The Sakala Picture
Published On

ଭୁବନେଶ୍ୱର: ବିଜେଡିରେ ଯୋଗ ଦେଲେ ବିଶିଷ୍ଟ କର୍ପୋରେଟ ଅଧିକାରୀ ତଥା ଓଡିଆ ପୁଅ ସଂତୃପ୍ତ ମିଶ୍ର । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସଂତୃପ୍ତ। ଏହି ଅବସରରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ବାଗତ କରିଥିଲେ । ନିକଟରେ ଉପସ୍ଥିତ ଥିଲେ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ସେହ୍ନାଙ୍ଗିନୀ […]

ଭୁବନେଶ୍ୱର: ବିଜେଡିରେ ଯୋଗ ଦେଲେ ବିଶିଷ୍ଟ କର୍ପୋରେଟ ଅଧିକାରୀ ତଥା ଓଡିଆ ପୁଅ ସଂତୃପ୍ତ ମିଶ୍ର । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସଂତୃପ୍ତ। ଏହି ଅବସରରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ବାଗତ କରିଥିଲେ । ନିକଟରେ ଉପସ୍ଥିତ ଥିଲେ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ସେହ୍ନାଙ୍ଗିନୀ ଛୁରିଆଙ୍କ ସମେତ ଅନେକ ପ୍ରମୁଖ ବିଜେଡି ନେତା । ଡିସେମ୍ବରରେ ସେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ । ଏକାମ୍ର ପ୍ରକଳ୍ପ ଉପଦେଷ୍ଟା କମିଟିର ଅଧ୍ୟକ୍ଷ ମଧ୍ୟ ଥିଲେ ସଂତୃପ୍ତ । ମୁଖ୍ୟମନ୍ତ୍ରୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଥିବା ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

ଦଳରେ ସାମିଲ ହେବା ପରେ ସଂତୃପ୍ତ କହିଛନ୍ତି, ଓଡ଼ିଶାର ସେବା କରିବାକୁ ମୋତେ ବିଜେଡି ତରଫରୁ ସୁଯୋଗ ମିଳିଛି । ଭାରତୀୟ ରାଜନୀତିରେ ବିଜେଡି ହେଉଛି ସବୁଠୁ ପ୍ରଗତିଶୀଳ ରାଜନୈତିକ ଦଳ । ବହୁରାଷ୍ଟୀୟ କମ୍ପାନିରେ କାମ କରୁଥିବାରୁ ଓଡ଼ିଶା ବାହାରେ ରହୁଥିଲି । କିନ୍ତୁ ଜନ୍ମସ୍ଥାନକୁ ଫେରି ଓଡ଼ିଶା ପାଇଁ କାମ କରିବାକୁ ମନରେ ଇଚ୍ଛା ଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ଆଗକୁ ନେବା ସହ ମୌଳିକତା ଆଧାରରେ ୨୫ ବର୍ଷ ହେବ ଓଡ଼ିଶାର ଶାସନଭାର ସମ୍ଭାଳିଛନ୍ତି । ପରିକ୍ରମା ପ୍ରକଳ୍ପ, ସମଲେଇ ପ୍ରକଳ୍ପ,ଏକାମ୍ର ପ୍ରକଳ୍ପ ଜରିଆରେ ଓଡ଼ିଶାରେ ଆଧ୍ୟାତ୍ମିକ ଭାବନା ଆଣିଛନ୍ତି ନବୀନ । ଏହା ଦେଖିବା ପରେ ମୁଁ ଅନେକ ପ୍ରେରଣା ପାଇଛି । ଓଡ଼ିଶାବାସୀଙ୍କ ପାଇଁ ସେବା କରିବାକୁ ବିଜେଡିରେ ଯୋଗ ଦେଇଥିବା ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

ଆଦିତ୍ଯ ବିର୍ଲା ଗ୍ରୁପର ପୂର୍ବତନ ସିଇଓ ତଥା ଏକାମ୍ର ପ୍ରକଳ୍ପ ଉପଦେଷ୍ଟା କମିଟିର ଅଧ୍ଯକ୍ଷ ଥିବା ସଂତୃପ୍ତ ମିଶ୍ର କର୍ପୋରେଟ ଜଗତର ଜଣେ ବଡ଼ ବ୍ଯକ୍ତିତ୍ବ । ସୀମିତ ସମୟରେ ସଫଳତାର ଏତେ ସୋପାନ ଆରୋହଣ କରିବାର ସ୍ବପ୍ନ ଦେଖୁଥିବା ଅଧିକାଂଶ ଯୁବ ପିଢି ପାଇଁ ସେ ହେଉଛନ୍ତି ଆଦର୍ଶ । ବିର୍ଲା ଗ୍ରୁପର ସଫଳତା ପଛରେ ତାଙ୍କର ଅବଦାନ ବେଶ ଗୁରୁତ୍ବପୂର୍ଣ୍ଣ । କମ୍ପାନୀର ପାଞ୍ଚ ପାଞ୍ଚଟି ପଦବୀରେ ରହି ସେ ସଫଳତାର ସହ ଦାୟିତ୍ବ ତୁଲାଇବାରେ ସମର୍ଥ ହୋଇଥିଲେ । ବିଚକ୍ଷଣ ବିଜିନେସ୍ ଅପରେସନ୍, ଷ୍ଟ୍ରାଟେଜି, ଭିଜନ୍, ମ୍ୟାନେଜମେଣ୍ଟ ଓ ଚେଞ୍ଜ୍ ଅପରେସନ୍ ପାଇଁ ଜଣାଶୁଣା ସଂତୃପ୍ତ ମିଶ୍ର ଦେଶ ବିଦେଶରୁ ଅନେକ କର୍ପୋରେଟ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ 'ନୋ ଡ୍ରୋନ୍ ଜୋନ୍' ଘୋଷଣା

09 Feb 2024 By The Sakala

ବିଜେଡିରେ ସାମିଲ ହେଲେ ବିଶିଷ୍ଟ କର୍ପୋରେଟ ଅଧିକାରୀ ସଂତୃପ୍ତ ମିଶ୍ର

ଭୁବନେଶ୍ୱର: ବିଜେଡିରେ ଯୋଗ ଦେଲେ ବିଶିଷ୍ଟ କର୍ପୋରେଟ ଅଧିକାରୀ ତଥା ଓଡିଆ ପୁଅ ସଂତୃପ୍ତ ମିଶ୍ର । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସଂତୃପ୍ତ। ଏହି ଅବସରରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ବାଗତ କରିଥିଲେ । ନିକଟରେ ଉପସ୍ଥିତ ଥିଲେ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ସେହ୍ନାଙ୍ଗିନୀ ଛୁରିଆଙ୍କ ସମେତ ଅନେକ ପ୍ରମୁଖ ବିଜେଡି ନେତା । ଡିସେମ୍ବରରେ ସେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ । ଏକାମ୍ର ପ୍ରକଳ୍ପ ଉପଦେଷ୍ଟା କମିଟିର ଅଧ୍ୟକ୍ଷ ମଧ୍ୟ ଥିଲେ ସଂତୃପ୍ତ । ମୁଖ୍ୟମନ୍ତ୍ରୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଥିବା ସେ କହିଛନ୍ତି ।

ଦଳରେ ସାମିଲ ହେବା ପରେ ସଂତୃପ୍ତ କହିଛନ୍ତି, ଓଡ଼ିଶାର ସେବା କରିବାକୁ ମୋତେ ବିଜେଡି ତରଫରୁ ସୁଯୋଗ ମିଳିଛି । ଭାରତୀୟ ରାଜନୀତିରେ ବିଜେଡି ହେଉଛି ସବୁଠୁ ପ୍ରଗତିଶୀଳ ରାଜନୈତିକ ଦଳ । ବହୁରାଷ୍ଟୀୟ କମ୍ପାନିରେ କାମ କରୁଥିବାରୁ ଓଡ଼ିଶା ବାହାରେ ରହୁଥିଲି । କିନ୍ତୁ ଜନ୍ମସ୍ଥାନକୁ ଫେରି ଓଡ଼ିଶା ପାଇଁ କାମ କରିବାକୁ ମନରେ ଇଚ୍ଛା ଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ଆଗକୁ ନେବା ସହ ମୌଳିକତା ଆଧାରରେ ୨୫ ବର୍ଷ ହେବ ଓଡ଼ିଶାର ଶାସନଭାର ସମ୍ଭାଳିଛନ୍ତି । ପରିକ୍ରମା ପ୍ରକଳ୍ପ, ସମଲେଇ ପ୍ରକଳ୍ପ,ଏକାମ୍ର ପ୍ରକଳ୍ପ ଜରିଆରେ ଓଡ଼ିଶାରେ ଆଧ୍ୟାତ୍ମିକ ଭାବନା ଆଣିଛନ୍ତି ନବୀନ । ଏହା ଦେଖିବା ପରେ ମୁଁ ଅନେକ ପ୍ରେରଣା ପାଇଛି । ଓଡ଼ିଶାବାସୀଙ୍କ ପାଇଁ ସେବା କରିବାକୁ ବିଜେଡିରେ ଯୋଗ ଦେଇଥିବା ସେ କହିଛନ୍ତି ।

ଆଦିତ୍ଯ ବିର୍ଲା ଗ୍ରୁପର ପୂର୍ବତନ ସିଇଓ ତଥା ଏକାମ୍ର ପ୍ରକଳ୍ପ ଉପଦେଷ୍ଟା କମିଟିର ଅଧ୍ଯକ୍ଷ ଥିବା ସଂତୃପ୍ତ ମିଶ୍ର କର୍ପୋରେଟ ଜଗତର ଜଣେ ବଡ଼ ବ୍ଯକ୍ତିତ୍ବ । ସୀମିତ ସମୟରେ ସଫଳତାର ଏତେ ସୋପାନ ଆରୋହଣ କରିବାର ସ୍ବପ୍ନ ଦେଖୁଥିବା ଅଧିକାଂଶ ଯୁବ ପିଢି ପାଇଁ ସେ ହେଉଛନ୍ତି ଆଦର୍ଶ । ବିର୍ଲା ଗ୍ରୁପର ସଫଳତା ପଛରେ ତାଙ୍କର ଅବଦାନ ବେଶ ଗୁରୁତ୍ବପୂର୍ଣ୍ଣ । କମ୍ପାନୀର ପାଞ୍ଚ ପାଞ୍ଚଟି ପଦବୀରେ ରହି ସେ ସଫଳତାର ସହ ଦାୟିତ୍ବ ତୁଲାଇବାରେ ସମର୍ଥ ହୋଇଥିଲେ । ବିଚକ୍ଷଣ ବିଜିନେସ୍ ଅପରେସନ୍, ଷ୍ଟ୍ରାଟେଜି, ଭିଜନ୍, ମ୍ୟାନେଜମେଣ୍ଟ ଓ ଚେଞ୍ଜ୍ ଅପରେସନ୍ ପାଇଁ ଜଣାଶୁଣା ସଂତୃପ୍ତ ମିଶ୍ର ଦେଶ ବିଦେଶରୁ ଅନେକ କର୍ପୋରେଟ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର