ଅସୁସ୍ଥ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଯାତ୍ରା

The Sakala Picture
Published On

ଭୁବନେଶ୍ଵର: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଚେନ୍ନାଇ ଯାଇଛନ୍ତି । ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ଯାଇଛନ୍ତି। ସୂଚନାଯୋଗ୍ୟ ଯେ, […]

ଭୁବନେଶ୍ଵର: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଚେନ୍ନାଇ ଯାଇଛନ୍ତି । ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ଯାଇଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ସୂଚନାଯୋଗ୍ୟ ଯେ, ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ ହୋଇ ବର୍ତ୍ତମାନ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଶ୍ରୀମତୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଏବଂ ସେ ୧୦ ଥର ବିଧାୟିକା ଭାବରେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଖଲିକୋଟ ରାଣୀ ଭାବେ ମଧ୍ୟ ସେ ସୁପରିଚିତ ଅଟନ୍ତି।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର