ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ
ଗଞ୍ଜାମ: ପ୍ରବାଦପୁରୁଷ ବିଜୁବାବୁଙ୍କ ଅନ୍ୟତମ ଘନିଷ୍ଠ ସହଯୋଗୀ, ବିଶିଷ୍ଟ ରାଜନୀତିଜ୍ଞ ତଥା ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଚେନ୍ନାଇର ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ହୋଇଛି। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇରେ ଚିକିତ୍ସାଧୀନ ସୁଜ୍ଞାନଙ୍କୁ ଭେଟି ତାଙ୍କର ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ବିଧାନସଭାକୁ ଦଶଥର ନିର୍ବାଚିତ ହୋଇଥିଲେ ଭି. ସୁଜ୍ଞାନ କୁମାରୀ ଦେଓ। ବିଜୁ ପଟ୍ଟନାୟକଙ୍କ ସମୟରୁ ସେ ରାଜନୀତିରେ ଯୋଗ ଦେଇଛନ୍ତି। ଖଲିକୋଟ […]
ଗଞ୍ଜାମ: ପ୍ରବାଦପୁରୁଷ ବିଜୁବାବୁଙ୍କ ଅନ୍ୟତମ ଘନିଷ୍ଠ ସହଯୋଗୀ, ବିଶିଷ୍ଟ ରାଜନୀତିଜ୍ଞ ତଥା ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଚେନ୍ନାଇର ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ହୋଇଛି। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇରେ ଚିକିତ୍ସାଧୀନ ସୁଜ୍ଞାନଙ୍କୁ ଭେଟି ତାଙ୍କର ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ବିଧାନସଭାକୁ ଦଶଥର ନିର୍ବାଚିତ ହୋଇଥିଲେ ଭି. ସୁଜ୍ଞାନ କୁମାରୀ ଦେଓ। ବିଜୁ ପଟ୍ଟନାୟକଙ୍କ ସମୟରୁ ସେ ରାଜନୀତିରେ ଯୋଗ ଦେଇଛନ୍ତି। ଖଲିକୋଟ ଓ କବିସୂର୍ଯ୍ୟ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସେ ରାଜ୍ୟ ବିଧାନସଭାକୁ ୧୦ଥର ନିର୍ବାଚିତ ହୋଇଛନ୍ତି।
୧୯୩୭ ମସିହା ଅଗଷ୍ଟ ୫ରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ କୁମାରୀ। ସୁଜ୍ଞାନ କୁମାରୀଙ୍କ ବାପାଙ୍କ ନାମ ରାଜା ଆର.ଭି.ଏମ୍ ନିଳାଦ୍ରୀ ଦେଓ ଏବଂ ସ୍ୱାମୀଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ମର୍ଦ୍ଦରାଜ ଦେଓ।
୧୯୭୪, ୧୯୭୭, ୧୯୮୫, ୧୯୯୦, ୧୦୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ରେ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ସୁଜ୍ଞାନ। ପ୍ରଥମ ଥର ପାଇଁ ସେ ୧୯୬୧-୬୭ ପର୍ଯ୍ୟନ୍ତ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକଟରେ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ଦ୍ୱିତୀୟ ଥର ପାଇଁ ଉତ୍କଳ କଂଗ୍ରେସ ତରଫରୁ ୧୯୭୪-୧୯୭୭ ପର୍ଯ୍ୟନ୍ତ ହୋଇଥିଲେ ବିଧାୟିକା। ତୃତୀୟ ଥର ପାଇଁ ଜନତା ଟିକଟରେ ବିଜୟ ଲାଭ କରି ୧୯୭୭-୧୯୮୦ ପର୍ଯ୍ୟନ୍ତ ଖଲ୍ଲିକୋଟର ବିଧାୟିକା ହୋଇଥିଲେ ସୁଜ୍ଞାନ।
ଏହାପରେ ଜନତା ପାର୍ଟିରୁ ୧୯୮୫-୧୯୯୦ ଯାଏଁ ଚତୁର୍ଥ ଥର ପାଇଁ ବନିଥିଲେ ବିଧାୟିକା। ସେ ୧୯୯୦-୯୫ ପର୍ଯ୍ୟନ୍ତ ଜନତା ଦଳ ତରଫରୁ ଖଲ୍ଲିକୋଟରୁ ପଞ୍ଚମ ଥର ଲାଗି ନିର୍ବାଚିତ ହୋଇଥିଲେ । ସେ ୧୯୯୫-୨୦୦୦ ପର୍ଯ୍ୟନ୍ତ ପୁଣି ଥରେ ଜନତା ଦଳ ତରଫରୁ ନିର୍ବାଚନ ଲଢି ସେ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳ ତରଫରୁ ୨୦୦୯ରୁ ୨୦୧୪ ଏବଂ ୨୦୧୪ରୁ ୨୦୧୯ ଯାଏଁ ବିଧାୟିକା ଭାବେ ନିର୍ବାଚିତ ହୋଇଛନ୍ତି ସୁଜ୍ଞାନ। ଏହାସହ ସେ ବିଧାନସଭାର ବିଭିନ୍ନ କମିଟିରେ ସଦସ୍ୟ ରହିଆସିଥିଲେ।