ସକାଳୁ ସକାଳୁ ସମ୍ବଲପୁରରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ
ସମ୍ବଲପୁର: ସମ୍ବଲପୁରରେ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତକାଲି ରାତିରେ ସମ୍ବଲପୁରରେ ପହଞ୍ଚିବା ପରେ ଆଜି ସକାଳୁ ସକାଳୁ ପ୍ରଥମେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିଥିଲେ । ଏହା ପରେ ସମ୍ବଲପୁରରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ। ପ୍ରଥମେ ମହାନଦୀ ହାଫ୍ ମାରାଥନର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଫାଇଭ-ଟି ଅଧ୍ୟକ୍ଷ କହିଛନ୍ତି, ବୁର୍ଲାରେ ମୁଖ୍ୟମନ୍ତ୍ରୀ ଇଣ୍ଡୋର ଷ୍ଟାଡିୟମ ଉଦଘାଟନ କରିଛନ୍ତି। ଏଠାରେ ଭଲ ସୁବିଧା ରହିଛି। ମଣ୍ଡଳିଆ ପଡ଼ିଆରେ ସମ୍ବଲପୁର […]
ସମ୍ବଲପୁର: ସମ୍ବଲପୁରରେ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତକାଲି ରାତିରେ ସମ୍ବଲପୁରରେ ପହଞ୍ଚିବା ପରେ ଆଜି ସକାଳୁ ସକାଳୁ ପ୍ରଥମେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିଥିଲେ । ଏହା ପରେ ସମ୍ବଲପୁରରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ। ପ୍ରଥମେ ମହାନଦୀ ହାଫ୍ ମାରାଥନର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଫାଇଭ-ଟି ଅଧ୍ୟକ୍ଷ କହିଛନ୍ତି, ବୁର୍ଲାରେ ମୁଖ୍ୟମନ୍ତ୍ରୀ ଇଣ୍ଡୋର ଷ୍ଟାଡିୟମ ଉଦଘାଟନ କରିଛନ୍ତି। ଏଠାରେ ଭଲ ସୁବିଧା ରହିଛି। ମଣ୍ଡଳିଆ ପଡ଼ିଆରେ ସମ୍ବଲପୁର ଫୁଟବଲ ଏକାଡେମୀ କରାଯାଉଛି।
ସେହିପରି ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବହୁତ ବଡ କ୍ରୀଡା ଭିତ୍ତିଭୂମିର ବିକାଶ କରାଯାଉଛି। ସମ୍ବଲପୁରରେ ବଡ କ୍ରିକେଟ ଷ୍ଟାଡିୟମ କରିବା ପାଇଁ ଜାଗା ଚିହ୍ନଟ କରାଯାଉଛି । ଏହାସହ ଭଲ ଫୁଟବଲ ଷ୍ଟାଡିୟମ ତିଆରି କରିବା ପାଇଁ ଜାଗା ଚିହ୍ନଟ କରାଯାଉଛି ବୋଲି କହିଛନ୍ତି 5T ଅଧ୍ୟକ୍ଷ। ଏହାପରେ ସମଲେଇ ମନ୍ଦିର ପରିସରକୁ ବୁଲି ଦେଖିବା ପରେ ମା’ ସମଲେଶ୍ବରୀ ମନ୍ଦିକୁ ଯାଇ ମା’ଙ୍କୁ ଦର୍ଶନ କରିଥିଲେ 5T ଅଧ୍ୟକ୍ଷ। ମନ୍ଦିର ଉନ୍ନତିକରଣ ନେଇ ଟ୍ରଷ୍ଟ ବୋର୍ଡ ଓ ସେବାୟତଙ୍କ ସହ ଆଲୋଚନା କରିଥିଲେ। ପରେ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟି ଦାବି ପତ୍ର ଗ୍ରହଣ କରିଥିଲେ କାର୍ତ୍ତିକ ପାଣ୍ଡିଆନ୍।