ବିଏସ୍‌‌କେୱାଇକୁ ‘ସ୍କଚ୍‌‌ ଗୋଲ୍ଡ୍‌‌ ଆୱାର୍ଡ’ ଏବଂ ସ୍କୁଲ୍‌‌ ରୂପାନ୍ତରଣ କାର୍ଯ୍ୟକ୍ରମ ଓ ‘ମୋ ସ୍କୁଲ ଅଭିଯାନ’କୁ ମିଳିଲା ‘ସ୍କଚ୍‌‌ ଆୱାର୍ଡ’

The Sakala Picture
Published On

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମହାତ୍ୱାକାଂକ୍ଷୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌‌କେୱାଇ)କୁ ମିଳିଛି ଶ୍ରେଷ୍ଠ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ପୁରସ୍କାର। ବିଏସ୍‌‌କେୱାଇକୁ ସ୍ୱର୍ଣ୍ଣ ବର୍ଗରେ ସ୍କଚ୍‌‌ ଆୱାର୍ଡ ମିଳିଛି। ନୂଆଦିଲ୍ଲୀରେ ଆୟୋଜିତ କାର୍ଯ୍ୟକ୍ରମରେ ଏନ୍‌‌ଏଚ୍‌‌ଏମ୍‌‌, ଓଡ଼ିଶା ନିର୍ଦ୍ଦେଶିକା ଡାକ୍ତର ବୃନ୍ଦା ଡି ଏହି ପୁରସ୍କାର ଗ୍ରହଣ କରିଛନ୍ତି। ପୂର୍ଣ୍ଣ ନିଷ୍ଠା ଓ ଦକ୍ଷତାର ସହ ଓଡ଼ିଶାବାସୀଙ୍କ ସ୍ୱାସ୍ଥ୍ୟ ସେବା ଆବଶ୍ୟକତା ପୂରଣ ଦିଗରେ ଏହି ପୁରସ୍କାର ରାଜ୍ୟର ସ୍ୱାସ୍ଥ୍ୟକର୍ମୀମାନଙ୍କୁ ପ୍ରୋତ୍ସାହିତ କରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ […]

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମହାତ୍ୱାକାଂକ୍ଷୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌‌କେୱାଇ)କୁ ମିଳିଛି ଶ୍ରେଷ୍ଠ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ପୁରସ୍କାର। ବିଏସ୍‌‌କେୱାଇକୁ ସ୍ୱର୍ଣ୍ଣ ବର୍ଗରେ ସ୍କଚ୍‌‌ ଆୱାର୍ଡ ମିଳିଛି। ନୂଆଦିଲ୍ଲୀରେ ଆୟୋଜିତ କାର୍ଯ୍ୟକ୍ରମରେ ଏନ୍‌‌ଏଚ୍‌‌ଏମ୍‌‌, ଓଡ଼ିଶା ନିର୍ଦ୍ଦେଶିକା ଡାକ୍ତର ବୃନ୍ଦା ଡି ଏହି ପୁରସ୍କାର ଗ୍ରହଣ କରିଛନ୍ତି। ପୂର୍ଣ୍ଣ ନିଷ୍ଠା ଓ ଦକ୍ଷତାର ସହ ଓଡ଼ିଶାବାସୀଙ୍କ ସ୍ୱାସ୍ଥ୍ୟ ସେବା ଆବଶ୍ୟକତା ପୂରଣ ଦିଗରେ ଏହି ପୁରସ୍କାର ରାଜ୍ୟର ସ୍ୱାସ୍ଥ୍ୟକର୍ମୀମାନଙ୍କୁ ପ୍ରୋତ୍ସାହିତ କରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଗରିବ ଲୋକଙ୍କୁ ବିନା ମୂଲ୍ୟରେ ଉତ୍ତମ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ମସିହାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଥିଲେ। ହିତାଧିକାରୀଙ୍କ ନିଃଶୁଳ୍କ ଚିକିତ୍ସା ପାଇଁ ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନା ଏବଂ ରାଜ୍ୟ ଭିତରେ ତଥା ବାହାରେ ଥିବା ୭୦୦ରୁ ଅଧିକ ଡାକ୍ତରଖାନାରେ ସରକାର ପ୍ରତି ମାସରେ ୨୨୫ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଲକ୍ଷ ଲକ୍ଷ ଟଙ୍କାର ଚିକିତ୍ସା ସମ୍ପୂର୍ଣ୍ଣ ମାଗଣାରେ ସମ୍ପାଦିତ ହେଉଛି। ମହିଳାଙ୍କ ପାଇଁ ୧୦ ଲକ୍ଷ ଓ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ସୁନିଶ୍ଚିତ କରାଯାଇଛି। ତେବେ ଆଉ ଏକ ପାଦ ଆଗକୁ ଯାଇ ରାଜ୍ୟ ସରକାର ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାରକୁ ସାମିଲ କରିବା ପାଇଁ ବିଏସ୍‌‌କେୱାଇ ନବୀନ କାର୍ଡର ପ୍ରଚଳନ କରିବାକୁ ଯାଉଛନ୍ତି। ଆଗାମୀ ବଜେଟରେ ବିଏସ୍‌‌କେୱାଇ ପାଇଁ ସରକାର ୫୪୫୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

ସେହିପରି ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶାକୁ ସମ୍ମାନଜନକ ସ୍କଚ୍‌‌ ଆୱାର୍ଡ ମିଳିଛି। ମୋ ସ୍କୁଲ୍‌‌ ଅଭିଆନର ‘ପୁରାତନ ଛାତ୍ର ସଂଯୋଗ କାର୍ଯ୍ୟକ୍ରମ’ ଏବଂ ‘୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ’ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ଜାତୀୟସ୍ତରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ମାନର ସୁବିଧା ଯୋଗାଇ ଦିଆଯାଇଛି। ଉଚ୍ଚ ବିଦ୍ୟାଳୟର ଭିଭିଭୂମି ସୁଦୃଢ଼ ହୋଇଛି। ଉନ୍ନତ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାକୁ ପ୍ରାଥମିକତା ଦିଆଯାଉଛି। ଶ୍ରେଷ୍ଠ ଶିକ୍ଷା ବ୍ୟବସ୍ଥା ସହ ଶୈକ୍ଷିକ ବାତାବରଣ ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଏହି କ୍ରମରେ ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ପର୍ଯ୍ୟାୟକ୍ରମେ ରାଜ୍ୟର ମୋଟ୍‌‌ ୮୬୭୭ଟି ହାଇସ୍କୁଲ ରୂପାନ୍ତରିତ ହୋଇଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ବର୍ତ୍ତମାନର ଛାତ୍ରଛାତ୍ରୀମାନେ ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ ମାଧ୍ୟମରେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ସକ୍ଷମ ହୋଇପାରୁଛନ୍ତି। କ୍ରୀଡ଼ା କ୍ଷେତ୍ରରେ ମଧ୍ୟ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ଉତ୍ତମ ପ୍ରଦର୍ଶନ କରୁଛନ୍ତି। ୨୦୧୭ ମସିହା ନଭେମ୍ୱର ୧୪ ତାରିଖ, ଶିଶୁ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍‌‌ଦର୍ଶନରେ ଏହି ପ୍ରୟାସ ଆରମ୍ଭ ହୋଇଥିଲା। ପୁରାତନ ଛାତ୍ରଛାତ୍ରୀଙ୍କୁ ସେମାନେ ପଢ଼଼ିଥିବା ବିଦ୍ୟାଳୟ ସହ ସମ୍ପୃକ୍ତ କରି ରାଜ୍ୟରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ବିକାଶ କରିବାକୁ ‘ମୋ ସ୍କୁଲ୍‌‌ ଅଭିଯାନ’ ପରିକଳ୍ପନା କରାଯାଇଥିଲା। ଏହି ଅଭିଯାନକୁ ଇତିମଧ୍ୟରେ ୬ବର୍ଷ ପୂରଣ କରି ୭ବର୍ଷରେ ପଦାର୍ପଣ କରିଛି। ମାତ୍ର ସ୍ୱଳ୍ପ ସମୟ ମଧ୍ୟରେ ଏକ ଅଭିଯାନରୁ ଏକ ଆନ୍ଦୋଳନରେ ପରିଣତ ହୋଇଛି। ମୋ ସ୍କୁଲ୍‌‌ ଅଭିଯାନ ୩୦ ଲକ୍ଷରୁ ଊର୍ଦ୍ଧ୍ବ ପୁରାତନ ଛାତ୍ରଛାତ୍ରୀଙ୍କ ସହିତ ଯୋଡ଼ି ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭ ଲକ୍ଷରୁ ଊର୍ଦ୍ଧ୍ବ ପୁରାତନ ଛାତ୍ରଛାତ୍ରୀ ଆର୍ଥିକ ସହଯୋଗ ପ୍ରଦାନ କରିଛନ୍ତି। ସେହିଭଳି ୧୩ଲକ୍ଷରୁ ଊର୍ଦ୍ଧ୍ବ ପୁରାତନ ଛାତ୍ରଛାତ୍ରୀ ବିଭିନ୍ନ ମାଧ୍ୟମରେ ‘ମୋ ସ୍କୁଲ୍‌‌’ ମାଧ୍ୟମରେ ନିଜ ସ୍କୁଲ ସହ ଯୋଡ଼ି ହୋଇ ସ୍କୁଲର ବିକାଶ ପ୍ରକ୍ରିୟାରେ ଭାଗୀଦାରି ହୋଇଛନ୍ତି। ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ପଢ଼଼ୁଥିବା ୫୩ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ନିକଟରେ ‘ମୋ ସ୍କୁଲ୍‌‌’ ପହଞ୍ଚିବାରେ ସଫଳ ହୋଇଛି। ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଯୋଗଦେଇ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୋ ସ୍କୁଲର ସଦସ୍ୟ ସଚିବ ଅନୁପମ ସାହା କହିଛନ୍ତି, ଶିକ୍ଷାଗତ ଦୃଶ୍ୟପଟ୍ଟରେ ପରିବର୍ତ୍ତନ ଆଣିବା ପାଇଁ ହୋଇଥିବା ଉଦ୍ୟମ ଏହି ସଫଳତା ଆଣି ଦେଇଛି। ମୋ ସ୍କୁଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମରଜିତ୍‌‌ ଜେନା ମଧ୍ୟ ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

11 Feb 2024 By The Sakala

ବିଏସ୍‌‌କେୱାଇକୁ ‘ସ୍କଚ୍‌‌ ଗୋଲ୍ଡ୍‌‌ ଆୱାର୍ଡ’ ଏବଂ ସ୍କୁଲ୍‌‌ ରୂପାନ୍ତରଣ କାର୍ଯ୍ୟକ୍ରମ ଓ ‘ମୋ ସ୍କୁଲ ଅଭିଯାନ’କୁ ମିଳିଲା ‘ସ୍କଚ୍‌‌ ଆୱାର୍ଡ’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମହାତ୍ୱାକାଂକ୍ଷୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌‌କେୱାଇ)କୁ ମିଳିଛି ଶ୍ରେଷ୍ଠ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ପୁରସ୍କାର। ବିଏସ୍‌‌କେୱାଇକୁ ସ୍ୱର୍ଣ୍ଣ ବର୍ଗରେ ସ୍କଚ୍‌‌ ଆୱାର୍ଡ ମିଳିଛି। ନୂଆଦିଲ୍ଲୀରେ ଆୟୋଜିତ କାର୍ଯ୍ୟକ୍ରମରେ ଏନ୍‌‌ଏଚ୍‌‌ଏମ୍‌‌, ଓଡ଼ିଶା ନିର୍ଦ୍ଦେଶିକା ଡାକ୍ତର ବୃନ୍ଦା ଡି ଏହି ପୁରସ୍କାର ଗ୍ରହଣ କରିଛନ୍ତି। ପୂର୍ଣ୍ଣ ନିଷ୍ଠା ଓ ଦକ୍ଷତାର ସହ ଓଡ଼ିଶାବାସୀଙ୍କ ସ୍ୱାସ୍ଥ୍ୟ ସେବା ଆବଶ୍ୟକତା ପୂରଣ ଦିଗରେ ଏହି ପୁରସ୍କାର ରାଜ୍ୟର ସ୍ୱାସ୍ଥ୍ୟକର୍ମୀମାନଙ୍କୁ ପ୍ରୋତ୍ସାହିତ କରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଗରିବ ଲୋକଙ୍କୁ ବିନା ମୂଲ୍ୟରେ ଉତ୍ତମ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ମସିହାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଥିଲେ। ହିତାଧିକାରୀଙ୍କ ନିଃଶୁଳ୍କ ଚିକିତ୍ସା ପାଇଁ ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନା ଏବଂ ରାଜ୍ୟ ଭିତରେ ତଥା ବାହାରେ ଥିବା ୭୦୦ରୁ ଅଧିକ ଡାକ୍ତରଖାନାରେ ସରକାର ପ୍ରତି ମାସରେ ୨୨୫ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଲକ୍ଷ ଲକ୍ଷ ଟଙ୍କାର ଚିକିତ୍ସା ସମ୍ପୂର୍ଣ୍ଣ ମାଗଣାରେ ସମ୍ପାଦିତ ହେଉଛି। ମହିଳାଙ୍କ ପାଇଁ ୧୦ ଲକ୍ଷ ଓ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ସୁନିଶ୍ଚିତ କରାଯାଇଛି। ତେବେ ଆଉ ଏକ ପାଦ ଆଗକୁ ଯାଇ ରାଜ୍ୟ ସରକାର ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାରକୁ ସାମିଲ କରିବା ପାଇଁ ବିଏସ୍‌‌କେୱାଇ ନବୀନ କାର୍ଡର ପ୍ରଚଳନ କରିବାକୁ ଯାଉଛନ୍ତି। ଆଗାମୀ ବଜେଟରେ ବିଏସ୍‌‌କେୱାଇ ପାଇଁ ସରକାର ୫୪୫୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି।

ସେହିପରି ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶାକୁ ସମ୍ମାନଜନକ ସ୍କଚ୍‌‌ ଆୱାର୍ଡ ମିଳିଛି। ମୋ ସ୍କୁଲ୍‌‌ ଅଭିଆନର ‘ପୁରାତନ ଛାତ୍ର ସଂଯୋଗ କାର୍ଯ୍ୟକ୍ରମ’ ଏବଂ ‘୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ’ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ଜାତୀୟସ୍ତରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ମାନର ସୁବିଧା ଯୋଗାଇ ଦିଆଯାଇଛି। ଉଚ୍ଚ ବିଦ୍ୟାଳୟର ଭିଭିଭୂମି ସୁଦୃଢ଼ ହୋଇଛି। ଉନ୍ନତ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାକୁ ପ୍ରାଥମିକତା ଦିଆଯାଉଛି। ଶ୍ରେଷ୍ଠ ଶିକ୍ଷା ବ୍ୟବସ୍ଥା ସହ ଶୈକ୍ଷିକ ବାତାବରଣ ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଏହି କ୍ରମରେ ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ପର୍ଯ୍ୟାୟକ୍ରମେ ରାଜ୍ୟର ମୋଟ୍‌‌ ୮୬୭୭ଟି ହାଇସ୍କୁଲ ରୂପାନ୍ତରିତ ହୋଇଛି।

ବର୍ତ୍ତମାନର ଛାତ୍ରଛାତ୍ରୀମାନେ ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ ମାଧ୍ୟମରେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ସକ୍ଷମ ହୋଇପାରୁଛନ୍ତି। କ୍ରୀଡ଼ା କ୍ଷେତ୍ରରେ ମଧ୍ୟ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ଉତ୍ତମ ପ୍ରଦର୍ଶନ କରୁଛନ୍ତି। ୨୦୧୭ ମସିହା ନଭେମ୍ୱର ୧୪ ତାରିଖ, ଶିଶୁ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍‌‌ଦର୍ଶନରେ ଏହି ପ୍ରୟାସ ଆରମ୍ଭ ହୋଇଥିଲା। ପୁରାତନ ଛାତ୍ରଛାତ୍ରୀଙ୍କୁ ସେମାନେ ପଢ଼଼ିଥିବା ବିଦ୍ୟାଳୟ ସହ ସମ୍ପୃକ୍ତ କରି ରାଜ୍ୟରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ବିକାଶ କରିବାକୁ ‘ମୋ ସ୍କୁଲ୍‌‌ ଅଭିଯାନ’ ପରିକଳ୍ପନା କରାଯାଇଥିଲା। ଏହି ଅଭିଯାନକୁ ଇତିମଧ୍ୟରେ ୬ବର୍ଷ ପୂରଣ କରି ୭ବର୍ଷରେ ପଦାର୍ପଣ କରିଛି। ମାତ୍ର ସ୍ୱଳ୍ପ ସମୟ ମଧ୍ୟରେ ଏକ ଅଭିଯାନରୁ ଏକ ଆନ୍ଦୋଳନରେ ପରିଣତ ହୋଇଛି। ମୋ ସ୍କୁଲ୍‌‌ ଅଭିଯାନ ୩୦ ଲକ୍ଷରୁ ଊର୍ଦ୍ଧ୍ବ ପୁରାତନ ଛାତ୍ରଛାତ୍ରୀଙ୍କ ସହିତ ଯୋଡ଼ି ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭ ଲକ୍ଷରୁ ଊର୍ଦ୍ଧ୍ବ ପୁରାତନ ଛାତ୍ରଛାତ୍ରୀ ଆର୍ଥିକ ସହଯୋଗ ପ୍ରଦାନ କରିଛନ୍ତି। ସେହିଭଳି ୧୩ଲକ୍ଷରୁ ଊର୍ଦ୍ଧ୍ବ ପୁରାତନ ଛାତ୍ରଛାତ୍ରୀ ବିଭିନ୍ନ ମାଧ୍ୟମରେ ‘ମୋ ସ୍କୁଲ୍‌‌’ ମାଧ୍ୟମରେ ନିଜ ସ୍କୁଲ ସହ ଯୋଡ଼ି ହୋଇ ସ୍କୁଲର ବିକାଶ ପ୍ରକ୍ରିୟାରେ ଭାଗୀଦାରି ହୋଇଛନ୍ତି। ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ପଢ଼଼ୁଥିବା ୫୩ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ନିକଟରେ ‘ମୋ ସ୍କୁଲ୍‌‌’ ପହଞ୍ଚିବାରେ ସଫଳ ହୋଇଛି। ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଯୋଗଦେଇ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୋ ସ୍କୁଲର ସଦସ୍ୟ ସଚିବ ଅନୁପମ ସାହା କହିଛନ୍ତି, ଶିକ୍ଷାଗତ ଦୃଶ୍ୟପଟ୍ଟରେ ପରିବର୍ତ୍ତନ ଆଣିବା ପାଇଁ ହୋଇଥିବା ଉଦ୍ୟମ ଏହି ସଫଳତା ଆଣି ଦେଇଛି। ମୋ ସ୍କୁଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମରଜିତ୍‌‌ ଜେନା ମଧ୍ୟ ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

https://www.thesakala.in/latest-odisha-news/skoch-gold-award-to-bsky/article-29817
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର