ଯୁବ ସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’–ସ୍ୱତନ୍ତ୍ର ଯୁବ ଉଦ୍ୟମୀ: ବିନା ସୁଧରେ ମିଳିବ ୧ ଲକ୍ଷ ପର୍ଯ୍ୟନ୍ତ ଋଣ, ଜାଣନ୍ତୁ କ’ଣ ରହିଛି ବ୍ୟବସ୍ଥା…..

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଯୁବ ସମାଜକୁ ସାମିଲ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ ‘ସ୍ୱୟମ’ ନାମରେ ଏକ ନୂତନ ଯୋଜନାକୁ ଅନୁମତି ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟର ବ୍ୟବସାୟିକ ବାତାବରଣ ଆହୁରି ଉଜ୍ଜ୍ୱଳ ହୋଇପାରିବ ବୋଲି […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଯୁବ ସମାଜକୁ ସାମିଲ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ ‘ସ୍ୱୟମ’ ନାମରେ ଏକ ନୂତନ ଯୋଜନାକୁ ଅନୁମତି ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟର ବ୍ୟବସାୟିକ ବାତାବରଣ ଆହୁରି ଉଜ୍ଜ୍ୱଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

‘ସ୍ୱୟମ’ ହେଉଛି ସ୍ୱତନ୍ତ୍ର ଯୁବ ଉଦ୍ୟମୀ ( Swatantra Yuba Udyami) । ଏହି ଯୋଜନାରେ ୧୮ରୁ ୩୫ ବର୍ଷ ବୟମର ଯୁବକ ଯୁବତୀମାନଙ୍କୁ ବ୍ୟବସାୟ କରିବା ପାଇଁ ୧ ଲକ୍ଷ ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ବିନା ସୁଧରେ ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟ ସରକାର ପ୍ରାଥମିକ ପର୍ଯ୍ୟାୟରେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୧ ଲକ୍ଷ ଯୋଗ୍ୟ ଯୁବକ ଯୁବତୀମାନଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଏଥି ପାଇଁ ରାଜ୍ୟ ସରକାର ତାଙ୍କ ନିଜ ବଜେଟରୁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରିବେ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ  କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଯୁବକ ଯୁବତୀମାନେ ବ୍ୟବସାୟ ବାଣିଜ୍ୟ ପାଇଁ ସରକାରଙ୍କ ସ୍ୱତନ୍ତ୍ର ସହାୟତା ପାଇଁ ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆସିବା ପରେ ଏ ସଂପର୍କିତ ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ପାଇଁ ଯାଇଥିଲା ଏବଂ ଆଜି ଏହା ଅନୁମୋଦନ ଲାଭ କରିଛି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ଏହି ଯୋଜନାରେ ୧୮ରୁ ୩୫ ବର୍ଷ ବୟମର ଯୁବକ ଯୁବତୀମାନେ ସାମିଲ ହୋଇପାରିବେ। ଅନୁସୂଚିତ ଜାତି ଜନଜାତି ଓ ଭିନ୍ନକ୍ଷମ ବର୍ଗର ପିଲାଙ୍କ ପାଇଁ ଏହି ବୟମ ସୀମା ୧୮ ରୁ ୪୦ ବର୍ଷ । ଆବେଦନକାରୀଙ୍କ ପରିବାର କାଳିଆ କିମ୍ବା BSKY ଯୋଜନାରେ ସାମିଲ ହୋଇଥିବେ କିମ୍ବା ସେମାନଙ୍କ ବାର୍ଷିକ ପାରିବାରିକ ରୋଜଗାର ୨ ଲକ୍ଷରୁ କମ ହେବା ଆବଶ୍ୟକ। ପରିବାରର ଅର୍ଥ ଏଠାରେ ହେଉଛି ଆବେଦନକାରୀ ଓ ତାଙ୍କ ପତି ବା ପତ୍ନୀ। ଆବେଦନକାରୀଙ୍କର ଉଦ୍ୟମୀ ପଞ୍ଜିକୃତ କିମ୍ବା ଉଦ୍ୟମୀ ସହାୟତା ନମ୍ବର ରହିବା ଆବଶ୍ୟକ।

ବ୍ୟାଙ୍କ କିମ୍ବା ଅନ୍ୟ କୌଣସି ଆର୍ଥିକ ଅନୁଷ୍ଠାନରୁ ଋଣ ନେଇ defaulter ହୋଇଥିବା କିମ୍ବା କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ କୌଣସି ଯୋଜନାର ବକୈୟା ଋଣ ଥିଲେ, ଆବେଦନକାରୀଙ୍କୁ ଏହି ଯୋଜନାର ସୁବିଧା ମିଳିବ ନାହିଁ। କେନ୍ଦ୍ର ଓ ରାଜ୍ୟ ସରକାର କିମ୍ବା କୌଣସି ସରକାରୀ ଉଦ୍ୟୋଗର କର୍ମଚାରୀ ବା ସାମ୍ବିଧାନିକ ସଂସ୍ଥାର କର୍ମଚାରୀ ଏବଂ ତାଙ୍କ ପରିବାରଙ୍କୁ ଏହି ଋଣ ମିଳିବ ନାହିଁ। ପରିବାରର ଜଣେ ସଦସ୍ୟ ଏହି ସୁବିଧା ନେଇଥିଲେ ଅନ୍ୟ ସଦସ୍ୟ ଏହା ପାଇପାରିବେ ନାହିଁ।

ଏହି ଯୋଜନାରେ ରାଜ୍ୟ ସରକାର ଅଣୁ ଓ କ୍ଷୁଦ୍ର ବ୍ୟବସାୟୀମାନଙ୍କ ପାଇଁ ଉପଲବ୍ଧ ୮୫ ପ୍ରତିଶତ ଋଣ ଗ୍ୟାରେଣ୍ଟି ବ୍ୟତିତ (Credit Guarantee Fund Trust for Micro and Small Enterprises (CGTMSE)) ଆହୁରି ୧୫ ପ୍ରତିଶତ ଋଣ ଗ୍ୟାରେଣ୍ଟି ପ୍ରଦାନ କରିବେ। ରାଜ୍ୟ ସରକାର ଋଣର ସମସ୍ତ ସୁଧ ଭାର ବହନ କରିବେ। CGTMSE ର ବାର୍ଷିକ ଗ୍ୟାରେଣ୍ଟି ଦେୟ ମଧ୍ୟ ରାଜ୍ୟ ସରକାର ବହନ କରିବେ। ଏଥିପାଇଁ ଆବେଦନକାରୀମାନଙ୍କୁ ଋଣ ପାଇଁ କୌଣସି ବନ୍ଧକ ବା ପ୍ରୋସେସିଙ୍ଗ ଦେବାକୁ ପଡିବ ନାହିଁ। ୪ ବର୍ଷରେ ଆବେଦନକାରୀମାନେ ମୂଳ ଋଣ ସୁଝି ପାରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର