ଆଜି ପବିତ୍ର ମାଘ ସପ୍ତମୀ; ବୁଡ ପକାଇବାକୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼

The Sakala Picture
Published On

ପୁରୀ: ଆଜି ପବିତ୍ର ମାଘ ସପ୍ତମୀ । ଭଗବାନ ସୂର୍ଯ୍ୟ ଦେବଙ୍କ ଆବିର୍ଭାବ ତିଥି। ବୁଡ ପକାଇବାକୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଏଥିପାଇଁ ଚଳଚଞ୍ଚଳ ହୋଇଛି ଅର୍କକ୍ଷେତ୍ର କୋଣାର୍କର ଚନ୍ଦ୍ରଭାଗା । ଚନ୍ଦ୍ରଭାଗା ତୀର୍ଥରେ କୃଷ୍ଣଙ୍କ ପୁତ୍ର ଶାମ୍ବ ସୂର୍ଯ୍ୟନାରାୟଣଙ୍କୁ ଉପାସନା କରି ଅଭିଶାପରୁ ମୁକ୍ତି ଲାଭ କରିଥିଲେ । ତେଣୁ ଲୋକଙ୍କ ବିଶ୍ୱାସ ରହିଛି ଆଜି ଭଳି ପବିତ୍ର ଦିନରେ ଚନ୍ଦ୍ରଭାଗାରେ ବୁଡ଼ ପକାଇ ସୂର୍ଯ୍ୟ ଭଗବାନଙ୍କୁ ଦର୍ଶନ କରିବା […]

ପୁରୀ: ଆଜି ପବିତ୍ର ମାଘ ସପ୍ତମୀ । ଭଗବାନ ସୂର୍ଯ୍ୟ ଦେବଙ୍କ ଆବିର୍ଭାବ ତିଥି। ବୁଡ ପକାଇବାକୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଏଥିପାଇଁ ଚଳଚଞ୍ଚଳ ହୋଇଛି ଅର୍କକ୍ଷେତ୍ର କୋଣାର୍କର ଚନ୍ଦ୍ରଭାଗା । ଚନ୍ଦ୍ରଭାଗା ତୀର୍ଥରେ କୃଷ୍ଣଙ୍କ ପୁତ୍ର ଶାମ୍ବ ସୂର୍ଯ୍ୟନାରାୟଣଙ୍କୁ ଉପାସନା କରି ଅଭିଶାପରୁ ମୁକ୍ତି ଲାଭ କରିଥିଲେ । ତେଣୁ ଲୋକଙ୍କ ବିଶ୍ୱାସ ରହିଛି ଆଜି ଭଳି ପବିତ୍ର ଦିନରେ ଚନ୍ଦ୍ରଭାଗାରେ ବୁଡ଼ ପକାଇ ସୂର୍ଯ୍ୟ ଭଗବାନଙ୍କୁ ଦର୍ଶନ କରିବା ଫଳରେ କୋଟି ଜନ୍ମ ପାପକ୍ଷୟ ହୋଇଥାଏ ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ପୌରାଣିକ ମତାନୁସାରେ ଏହି ପବିତ୍ର ଦିନରେ ସୂର୍ଯ୍ୟ ଭଗବାନ ବା ମିତ୍ରାଦିତ୍ୟଙ୍କ ଜନ୍ମ ଦିନ। ଏହି ଦିନରେ କୃଷ୍ଣଙ୍କ ପୁତ୍ର ଶାମ୍ବ ଚନ୍ଦ୍ରଭାଗା ନଦୀ ତଟରେ ତପସ୍ୟା କରି ଶ୍ରାପ ଜନିତ ରୋଗରୁ ମୁକ୍ତି ହୋଇଥିଲେ। ଏହି ଦିନରେ ଲାଙ୍ଗୁଳା ନରସିଂହଦେବ ସୂର୍ଯ୍ୟ ମନ୍ଦିର ପ୍ରତିଷ୍ଠା କରିଥିଲେ। ତେଣୁ ନିଜ ପରିବାରକୁ ରୋଗ ଶୋକ ଭୟରୁ ମୁକ୍ତ ରଖିବା ପାଇଁ ହିନ୍ଦୁ ଧର୍ମାଲମ୍ବୀ ମାନେ ଏହି ପବିତ୍ର ଦିନରେ ଏହି ତୀର୍ଥରେ ବୁଡ ପକାଇ ସୂର୍ଯ୍ୟଦୋୟ ଦର୍ଶନ କରିଥାନ୍ତି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଭୋରରୁ ଭକ୍ତଙ୍କ ବୁଡ଼ ଆରମ୍ଭ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ୫ଜଣ ଆଡିସନାଲ ଏସପିଙ୍କ ସହିତ ୧୨ଜଣ ଡିଏସପି ୩୯ଜଣ ଇନସପେକ୍ଟର, ୧୨୨ ଜଣ ଏଏସଆଇ ୫୩୪ ଜଣ କନେଷ୍ଟବଳଙ୍କ ସମେତ ୩୩ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର