ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ, ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ
ବରଗଡ: ବରଗଡ଼ ଜିଲ୍ଲା ବିଜେପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୫ ମହଲା ବିଶିଷ୍ଟ ଏକ ବିରାଟ କ୍ୟାନ୍ସର ହସ୍ପିଟାଲ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହାସହ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ୧୦୬ କୋଟି ୬ ଲକ୍ଷ ଟଙ୍କା ବିନିମୟରେ ୧୨ ହଜାର ୬୮୨ ବର୍ଗ ମିଟରରେ ନିର୍ମାଣ ହୋଇଛି ଏହି ହସ୍ପିଟାଲ । ଏହାବାଦ୍ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ […]
ବରଗଡ: ବରଗଡ଼ ଜିଲ୍ଲା ବିଜେପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୫ ମହଲା ବିଶିଷ୍ଟ ଏକ ବିରାଟ କ୍ୟାନ୍ସର ହସ୍ପିଟାଲ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହାସହ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ୧୦୬ କୋଟି ୬ ଲକ୍ଷ ଟଙ୍କା ବିନିମୟରେ ୧୨ ହଜାର ୬୮୨ ବର୍ଗ ମିଟରରେ ନିର୍ମାଣ ହୋଇଛି ଏହି ହସ୍ପିଟାଲ । ଏହାବାଦ୍ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ପରେ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ହୋଇଛି ବ୍ୟାପକ ବନ୍ଦୋବସ୍ତ।
୨୦୧୯ ମସିହାରେ ସୋହେଲା ଠାରେ ଆୟୋଜିତ ଏକ ସଭାରେ କ୍ୟାନ୍ସର ହସ୍ପିଟାଲ୍ ନିର୍ମାଣ ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏହା ଆଜି ବାସ୍ତବରୂପ ନେବାକୁ ଯାଉଛି । କ୍ଯାନ୍ସର ହସପିଟାଲରେ ରହିଛି ୧୦୦ ଶଯ୍ୟା । ଇନଡୋର ୱାର୍ଡ ପାଇଁ ୪୦ ଶଯ୍ୟା, ଡେ- କେୟାର କେମୋଥେରାପି ପାଇଁ ୨୦ ଶଯ୍ୟା , ଆଇସିୟୁ ପାଇଁ ୬ ଶଯ୍ୟା, ହାଇ ଡିପେନ୍ଡେସି ଇଉନିଟ୍ ପାଇଁ ୬ ଶଯ୍ୟା, ପ୍ରି-ସର୍ଜରୀ ପାଇଁ ୬ ଟି, ପୋଷ୍ଟ୍ ସର୍ଜରୀ ପାଇଁ ୬ଟି ଶଯ୍ୟା।
ସେହିପରି ଆଇସୋଲେସନ୍ ଶଯ୍ୟା ୪ ଟି ଥିବାବେଳେ ୧୨ ଟି କ୍ୟାବିନ୍ ବ୍ୟବସ୍ଥା କରାଯାଇଛି। ରେଡିଏନ୍ସ ଅଙ୍କୋଲୋଜିଷ୍ଟ, ମେଡିକାଲ ଅଙ୍କୋଲୋଜିଷ୍ଟ, ପାଲୋଜିଷ୍ଟ, ସର୍ଜରୀ ସ୍ପେସିଆଲିଷ୍ଟ, ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ, କର୍ଣ୍ଣ-ନାଶା-ଗଳା ବିଶେଷଜ୍ଞ, ଦାନ୍ତ ରୋଗ ବିଶେଷଜ୍ଞ, ମେଡିସିନ ସ୍ପେସିଆଲିଷ୍ଟ, ରେଡିଏଂଶ ଟେକ୍ନୋଲୋଜିଷ୍ଟ , ଫାର୍ମାସିଷ୍ଟ, ଲ୍ଯାବ ଟେକ୍ନିସିଆନ ଓ ନର୍ସିଂ ଅଫିସରର ଆଦି ନିଯୁକ୍ତି ପାଇସାରିଛନ୍ତି ।
ସେହିଭଳି ୨୨ କୋଟି ୭୮ ଲକ୍ଷ ଟଙ୍କା ବିନିମୟରେ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ୩୪୨ କୋଟି ୬୯ ଲକ୍ଷ ୬୩ ହଜାର ଟଙ୍କା ବ୍ୟୟରେ ୫୯ ଗୋଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ସହ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟରେ ୨୧ ଗୋଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।