ବଦଳିଲା ପାଗ, ଖରାରୁ ମିଳିଲା ଆଶ୍ୱସ୍ତି; ୨୭ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସଂପର୍କରେ ସୂଚନା ଦିଆଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୨୫ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ-ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ୨୬ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। […]

ଭୁବନେଶ୍ୱର: ଆସନ୍ତା ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସଂପର୍କରେ ସୂଚନା ଦିଆଯାଇଛି। କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ୨୫ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ-ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ସେହିପରି ୨୬ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୨୭ ତାରିଖରେ ଉତ୍ତର-ଉପକୂଳ ଓଡ଼ିଶାର କେତେକ ସ୍ଥାନ ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ୨୮ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅପରକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଅନୁଭୂତ ହୋଇଥିବା ବେଳେ କେତେକ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର