ଲୋକାର୍ପିତ ହେଲା ଆଉ ୬୭ଟି ‘ଆମ ହସ୍ପିଟାଲ’: ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନା ହେବ ‘ଆମ ହସ୍ପିଟାଲ’

The Sakala Picture
Published On

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ଟି ଜିଲ୍ଲାରେ ୬୭ଟି ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲେସିସ୍‌ ସେଣ୍ଟର, ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡାରେ BMRC କାର୍ଡିଆକ୍ କେୟାର ହସ୍ପିଟାଲ ଲୋକାର୍ପିତ କରିଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଉପଜିଲ୍ଲା ଡାକ୍ତରଖାନାର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି। ଆମ ହସ୍ପିଟାଲ ଯୋଜନାର ଆଜି ଦ୍ଵିତୀୟ ପର୍ଯ୍ୟାୟରେ ଅନୁଗୋଳ ଜିଲ୍ଲାରେ ୬, ବଲାଙ୍ଗୀରର ୫, ଦେବଗଡ଼ର ୧, ସୁବର୍ଣ୍ଣପୁରର […]

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ଟି ଜିଲ୍ଲାରେ ୬୭ଟି ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲେସିସ୍‌ ସେଣ୍ଟର, ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡାରେ BMRC କାର୍ଡିଆକ୍ କେୟାର ହସ୍ପିଟାଲ ଲୋକାର୍ପିତ କରିଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଉପଜିଲ୍ଲା ଡାକ୍ତରଖାନାର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଦେବାକୁ ସବୁ ଜିଲ୍ଲାପାଳଙ୍କୁ ଗଣଶିକ୍ଷା ବିଭାଗର ଚିଠି

ଆମ ହସ୍ପିଟାଲ ଯୋଜନାର ଆଜି ଦ୍ଵିତୀୟ ପର୍ଯ୍ୟାୟରେ ଅନୁଗୋଳ ଜିଲ୍ଲାରେ ୬, ବଲାଙ୍ଗୀରର ୫, ଦେବଗଡ଼ର ୧, ସୁବର୍ଣ୍ଣପୁରର ୨, ବାଲେଶ୍ଵରରେ ୮, ଭଦ୍ରକରେ ୪, କଟକରେ ୮, ଯାଜପୁରରେ ୫, ନୟାଗଡ଼ରେ ୩, ପୁରୀରେ ୫, ଖୋର୍ଦ୍ଧାରେ ୭ , ବୌଦ୍ଧରେ ୨, କୋରାପୁଟରେ ୪, ନବରଙ୍ଗପୁରରେ ୩, ଗଜପତିରେ ୨ଟି ରୂପାନ୍ତରିତ ସରକାରୀ ଚିକିତ୍ସାଳୟର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ:  ଆଜି ଅଶୋକାଷ୍ଟମୀ, ରଥଦାଣ୍ଡରେ ଗଡ଼ିବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଅଣଲେଉଟା ରୁକୁଣା ରଥ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଆମ ହସ୍ପିଟାଲ’ରେ ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍ ହେଉଛି ରୋଗୀଙ୍କ ସୁବିଧା ଓ ସେମାନଙ୍କ ପାଇଁ ଉନ୍ନତ ଚିକିତ୍ସା ବ୍ୟବସ୍ଥା। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଗୁଡିକ ଏକ ନୂଆ ଯୁଗ ରାଜ୍ୟରେ ଆରମ୍ଭ କରିବ। ସରକାରୀ ହସ୍ପିଟାଲ ଗୁଡିକରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆହୁରି ପଢ଼ନ୍ତୁ: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ଯୁବକ ନିଖୋଜ

ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି ବୋଲି ସେ କହିଥିଲେ। ଏହା ସରକାରୀ ସ୍ତରରେ ଆମର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ବୋଲି କହି ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5T ଉପକ୍ରମରେ ହସ୍ପିଟାଲ ଗୁଡିକର ଭିତ୍ତିଭୂମି ବ୍ୟବସ୍ଥା, ରେଗୀମାନଙ୍କ ପାଇଁ ମୌଳିକ ସୁବିଧା ସୁଯୋଗ ଏବଂ ସେବା ଯୋଗାଇବା ପଦ୍ଧତିରେ ଉନ୍ନତି ଆଣାଯାଇଛି। ଗୁଣବତ୍ତାକୁ ମଧ୍ୟ ଏଠାରେ ସୁନିଶ୍ଚିତ କରାଯାଇଛି। ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନାକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ଏବଂ ଏଥି ପାଇଁ ୨୦୨୩-୨୮ ମଧ୍ୟରେ ୩୩ ଶହ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ସଂପ୍ରତି ୧୪୯ଟି ଡାକ୍ତରଖାନାର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି ବୋଲି ସେ ସୂଚନା ଦେଇଥିଲେ।

ରାଜ୍ୟର ସ୍ୱାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କୁ ଭଲ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଗତ ୧ ବର୍ଷ ମଧ୍ୟରେ ୪,୦୦୦ ଡାକ୍ତର ଓ ୩,୭୦୦ ରୁ ଅଧିକ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି। ଧନୀ, ଗରୀବ ସମସ୍ତଙ୍କ ପାଇଁ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା କରାଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଜି ସାରା ଓଡିଶାରେ ମଡେଲ ହୋଇଛି। ଓଡିଶାବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିଛି। ‘ମୋ ପାଇଁ ସବୁ ଜୀବନ ମୂଲ୍ୟବାନ’ ଏହି ମନ୍ତ୍ରକୁ କାର୍ଯ୍ୟକାରୀ କରି ଆମେ ସମସ୍ତଙ୍କ ସହଯୋଗରେ ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ସ୍ୱପ୍ନ ନିଶ୍ଚୟ ପୂରଣ କରିବୁ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୁଜାରୀ କହିଥିଲେ ଯେ, ଆଜି ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଓଡିଶାର ଜନସାଧାରଣ ପ୍ରାଇଭେଟ ହସ୍ପିଟାଲ ଭଳି ସୁବିଧା ସୁଯୋଗ ସରକାରୀ ହସ୍ପିଟାଲରେ ପାଉଛନ୍ତି। 5T ଉପକ୍ରମରେ ସୋନପୁରରେ ଓଡିଶାର ଜିଲ୍ଲାସ୍ତରୀୟ ସବୁଠାରୁ ବଡ ହସ୍ପିଟାଲ ବହୁତ କମ୍ ସମୟ ମଧ୍ୟରେ ପ୍ରତିଷ୍ଠା ହୋଇଛି। ସୋନପୁରବାସୀଙ୍କ ବହୁ ଦିନର ସ୍ୱପ୍ନ ଏହା ମାଧ୍ୟମରେ ସାକାର ହୋଇଛି।

କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ  କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ ଏବଂ କହିଥିଲେ ବର୍ତ୍ତମାନ ସୁଦ୍ଧା ଦୁଇଟି ପର୍ଯ୍ୟାୟରେ ୧୪୦ଟି ‘ଆମ ହସ୍ପିଟାଲ’ ଲୋକାର୍ପିତ ହେଲା । ଏଥିପାଇଁ ୭୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ସମସ୍ତଙ୍କ ସହଯୋଗରେ ଏହି କାମ ସଫଳ ହୋଇଛି । ଏଥି ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ଏହିସବୁ ହସ୍ପିଟାଲଗୁଡିକୁ ନିଜ ସଂପତ୍ତି ଭଳି ରକ୍ଷଣାବେକ୍ଷଣ କରିବା ପାଇଁ ଅନୁରୋଧ କରିଥିଲେ।

କାର୍ଯ୍ୟକ୍ରମରେ ଗଜପତି ପାରଳାଖେମୁଣ୍ଡିରୁ ସାଂସଦ ଚନ୍ଦ୍ର ଶେଖର ସାହୁ, ଅନୁଗୋଳ ଜିଲ୍ଲା କୋଶଳାରୁ ବିଧାୟକ ସୁଶାନ୍ତ କୁମାର ବେହେରା, ପୁରୀ ଜିଲ୍ଲା ରେବଣା ନୂଆଗାଁରୁ ରାଜ୍ୟ ଯୋଜନା ବୋର୍ଡ ପୂର୍ବତନ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, ଭଦ୍ରକ ଜିଲ୍ଲା ଧାମନଗରରୁ ବିଧାୟକ ପ୍ରଫୁଲ ସାମଲ, ନୟାଗଡ ଜିଲ୍ଲା ରଣପୁରରୁ ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ନବରଙ୍ଗପୁର ଜିଲ୍ଲା ଉମରକୋଟରୁ ବ୍ଲକ ଅଧ୍ୟକ୍ଷା ନବୀନ ନାୟକ, ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଝିରୁ ସରକାରୀ ଦଳ ଉପମୁଖ୍ୟ ସଚେତକ ସରୋଜ କୁମାର ମେହେର, ଝାରସୁଗୁଡାରୁ ବିଧାୟକା ଦିପାଳୀ ଦାସ ଯୋଗ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିରେ ପ୍ରତିଟି ଜୀବନ ତାଙ୍କ ପାଇଁ ମୂଲ୍ୟବାନ। ଏଥିପାଇଁ ରାଜ୍ୟବାସୀଙ୍କୁ ଉନ୍ନତ ମାନର ସ୍ୱାସ୍ଥ୍ୟସେବା ପ୍ରଦାନକୁ ସେ ସବୁବେଳେ ଉଚ୍ଚ ପ୍ରାଥମିକତା ଦେଇ ଆସିଛନ୍ତି। ଆଜି ସରକାରୀ ଡାକ୍ତରଖାନା ଉପରେ ରାଜ୍ୟବାସୀଙ୍କ ଆସ୍ଥା ବଢିଛି ବୋଲି ସେମାନେ ମତ ଦେଇଥିଲେ।

କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲା ନିଳଗିରୀରୁ ସସ୍ମିପ୍ରଭା ରାଉତ, ଦେବଗଡ ଜିଲ୍ଲାରୁ ସୁନୀତା ରାଣୀ ପୃଷ୍ଟି, ବଲାଙ୍ଗିର ଜିଲ୍ଲା ଲୋଇସିଙ୍ଗାରୁ ସାବିତ୍ରୀ ମେହେର, ଖୋର୍ଦ୍ଧା ଜିଲ୍ଲା ବୋଲଗଡରୁ ସୁନନ୍ଦିତା ସାହୁ, କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରରୁ ଆରତି କୁଲଦୀପ, ଯାଜପୁର ଜିଲ୍ଲା ବଡଚଣାରୁ ସୋନାଲି ଦାସ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ‘ସ୍ୱାସ୍ଥ୍ୟ ହିଁ ସମ୍ପଦ’ ତାକୁ ଠିକ୍ ଭାବେ ବୁଝିଛନ୍ତି ଆମ ମୁଖ୍ୟମନ୍ତ୍ରୀ। ସେଥିପାଇଁ ଆମ ପାଇଁ ଏଭଳି ଭଲ ହସ୍ପିଟାଲ ନିର୍ମାଣ କରିଛନ୍ତି। ‘ଆମ ହସ୍ପିଟାଲ’ କାର୍ଯ୍ୟକ୍ରମରେ ଆମ ଅଞ୍ଚଳରେ ଥିବା ହସ୍ପିଟାଲଗୁଡିକର ବ୍ୟାପକ ରୂପାନ୍ତର ଘଟି ରୂପରେଖ ବଦଳି ଯାଇଛି। ମାଗଣାରେ ସବୁ ସେବା ଉପଲବ୍ଧ ହେଉଛି। ଏଥିପାଇଁ ଆମେ ବହୁତ ଖୁସି। ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ସେମାନେ କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ସ୍ବାଗତ ଭାଷଣ ଦେଇଥିଲେ ଓ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

26 Feb 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର