ସମାବର୍ତ୍ତନ ଉତ୍ସବ କେବଳ ପ୍ରମାଣପତ୍ର ନୁହେଁ ସାଧନାର ଉତ୍ସବ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଶ୍ଵବିଦ୍ୟାଳୟର ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ହୋଇଛି ସମାବର୍ତ୍ତନ ଉତ୍ସବ। ଏହି ଅବସରରେ କୃତି ଛାତ୍ରଛାତ୍ରୀଙ୍କୁ ସ୍ଵର୍ଣ୍ଣପଦକ ପ୍ରଦାନ କରିଥିଲେ ରାଷ୍ଟ୍ରପତି। ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ ରାଷ୍ଟ୍ରପତି। ୧୯୬୭ରେ ସ୍ଥାପିତ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିଆସୁଛି। ବିଭିନ୍ନ କ୍ଷେତ୍ରରେ ମହିଳାମାନେ ପାରଦର୍ଶିତା ଅର୍ଜନ କରିଛନ୍ତି। ବିଜ୍ଞାନଠାରୁ […]

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଶ୍ଵବିଦ୍ୟାଳୟର ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ହୋଇଛି ସମାବର୍ତ୍ତନ ଉତ୍ସବ। ଏହି ଅବସରରେ କୃତି ଛାତ୍ରଛାତ୍ରୀଙ୍କୁ ସ୍ଵର୍ଣ୍ଣପଦକ ପ୍ରଦାନ କରିଥିଲେ ରାଷ୍ଟ୍ରପତି।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ ରାଷ୍ଟ୍ରପତି। ୧୯୬୭ରେ ସ୍ଥାପିତ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିଆସୁଛି। ବିଭିନ୍ନ କ୍ଷେତ୍ରରେ ମହିଳାମାନେ ପାରଦର୍ଶିତା ଅର୍ଜନ କରିଛନ୍ତି। ବିଜ୍ଞାନଠାରୁ ଆରମ୍ଭ କରି ସେନାବାହିନୀ ପର୍ଯ୍ୟନ୍ତ ନିଜର ଦକ୍ଷତା ପ୍ରଦର୍ଶନ କରିଛନ୍ତି। ପ୍ରତ୍ୟେକ କ୍ଷେତ୍ରରେ ମହିଳାମାନେ ନେତୃତ୍ଵ ନେଉଛନ୍ତି। ମହିଳାଙ୍କ ଆତ୍ମବିଶ୍ଵାସ ଓ ସୃଜଶୀଳତାରେ ଖୁସି ପ୍ରକାଶ କରିଛନ୍ତି ରାଷ୍ଟ୍ରପତି। ଦେଶର ଉନ୍ନତି କରିବାକୁ ହେଲେ ମହିଳାଙ୍କୁ ସଶକ୍ତ କରିବାକୁ ପଡିବ। ସମାଜର ବିକାଶ ପାଇଁ ଉଭୟ ନାରୀ ଓ ପୁରୁଷଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ସମାବର୍ତ୍ତନ ଉତ୍ସବ କେବଳ ପ୍ରମାଣପତ୍ର ନୁହେଁ ସାଧନାର ଉତ୍ସବର ବୋଲି କହିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମାଜ କଲ୍ୟାଣରେ ନିଜର ଜ୍ଞାନର ଉପଯୋଗ କରିବାକୁ ସେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ନିଜ କଥା ସହ ଦେଶର ଉନ୍ନତି ବିଷୟରେ ଭାବିବା ଆବଶ୍ୟକ ବୋଲି କହିଛନ୍ତି ରାଷ୍ଟ୍ରପତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ବହ୍ମପୁର ବିଶ୍ଵବିଦ୍ୟାଳୟ କାର୍ୟ୍ୟକ୍ରମ ପରେ ସେଠାରୁ ବାହାରି ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ରାଜଭବନରେ ମଧ୍ୟାହ୍ନ ଭୋଜନ କରିବା ପରେ ଅପରାହ୍ନ ୩ଟା ୫୦ରେ କଟକ ଇନଡୋର ଷ୍ଟାଡିୟମରେ ବ୍ରହ୍ମାକୁମାରୀ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ସାମିଲ ହେବେ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର