ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି, ଆଜି ଓ କାଲି ରାଜ୍ୟର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ତାତି ଭିତରେ ବର୍ଷା ଆଶଙ୍କା । ଆଜି ଓ କାଲି ରାଜ୍ୟର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଜି ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବରଗଡ, ସମ୍ବଲପୁର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ। ସେହିପରି ୪ ତାରିଖରେ କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ବାକି ଜିଲ୍ଲାରେ ପାଗ […]

ଭୁବନେଶ୍ୱର: ତାତି ଭିତରେ ବର୍ଷା ଆଶଙ୍କା । ଆଜି ଓ କାଲି ରାଜ୍ୟର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଜି ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବରଗଡ, ସମ୍ବଲପୁର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ। ସେହିପରି ୪ ତାରିଖରେ କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ବାକି ଜିଲ୍ଲାରେ ପାଗ ଶୁଖିଲା ରହିବା ନେଇ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ଗତକାଲି ରାଜ୍ୟର ୧୩ ସହରର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ମାଲକାନଗିରିରେ ଗତକାଲି ଦିନରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ରହିଥିବା ବେଳେ ଏହା ତଳକୁ ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆସନ୍ତା ୨ ଦିନ ଦିନ ତାପମାତ୍ରାରେ ୨ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ଘଟିବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁଯାୟୀ ଗତକାଲି ମାଲକାନଗିରି, ଭୁବନେଶ୍ୱର ବ୍ୟତୀତ ଝାରସୁଗୁଡା, ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ, ସୋନପୁର, ନୟାଗଡ, ବୌଦ୍ଧ, ପାରଳାଖେମୁଣ୍ଡି, ରାୟଗଡା, ଢେଙ୍କନାଳ ଓ ଜଗତସିଂହପୁରରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର