ରାତି ପାହିଲେ ମହାଶିବରାତ୍ରି: ଜାଣନ୍ତୁ ବାବା ଲିଙ୍ଗରାଜଙ୍କ ମନ୍ଦିରର ନୀତିକାନ୍ତି ସମୟ

The Sakala Picture
Published On

ଭୁବନେଶ୍ୱର: ରାତି ପାହିଲେ ମହାଶିବରାତ୍ରି। ଚଳଚଞ୍ଚଳ ହୋଇଛି ଏକାମ୍ର କ୍ଷେତ୍ର। ଜାଗର ପାଇଁ ସଜେଇ ହୋଇଛି ବାବା ଲିଙ୍ଗରାଜଙ୍କ ମନ୍ଦିର । ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦେଇଛି ମନ୍ଦିର ପ୍ରଶାସନ। ଆସନ୍ତାକାଲି ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ମଙ୍ଗଳ ଆଳତୀ ଓ ଅବକାଶ ଅନୁଷ୍ଠିତ ହେବ। ଭୋର ୩ଟା ୩୦ରୁ ଦିନ ୧୧ଟା ଯାଏଁ ସାହାଣମେଲା ଦର୍ଶନ। ଏହାପରେ ଅନ୍ୟାନ୍ୟ ନୀତି କରାଯାଇ ଶେଷରେ ରାତି ରାତି ୧୦ରୁ ୧୧ଟା ଭିତରେ ମହାଦୀପ ଉଠିବା […]

ଭୁବନେଶ୍ୱର: ରାତି ପାହିଲେ ମହାଶିବରାତ୍ରି। ଚଳଚଞ୍ଚଳ ହୋଇଛି ଏକାମ୍ର କ୍ଷେତ୍ର। ଜାଗର ପାଇଁ ସଜେଇ ହୋଇଛି ବାବା ଲିଙ୍ଗରାଜଙ୍କ ମନ୍ଦିର । ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦେଇଛି ମନ୍ଦିର ପ୍ରଶାସନ। ଆସନ୍ତାକାଲି ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ମଙ୍ଗଳ ଆଳତୀ ଓ ଅବକାଶ ଅନୁଷ୍ଠିତ ହେବ। ଭୋର ୩ଟା ୩୦ରୁ ଦିନ ୧୧ଟା ଯାଏଁ ସାହାଣମେଲା ଦର୍ଶନ। ଏହାପରେ ଅନ୍ୟାନ୍ୟ ନୀତି କରାଯାଇ ଶେଷରେ ରାତି ରାତି ୧୦ରୁ ୧୧ଟା ଭିତରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଛି ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଶ୍ରୀଲିଙ୍ଗରାଜ ଓ କପିଳେଶ୍ଵରଙ୍କ ଶୃଙ୍ଖଳିତ ଜାଗରଯାତ୍ରା ଲାଗି ବିଏମସି ମାର୍ଗଦର୍ଶିକା ଜାରିକରିଛି। ଅତିରିକ୍ତ କମିସନରଙ୍କୁ ପରିଚାଳନା ଦାୟିତ୍ବ ଦିଆଯାଇଛି । ସେହିପରି ବିଏମସି ସ୍ବାସ୍ଥ୍ୟ ଅଧିକାରୀଙ୍କୁ ୨ ମନ୍ଦିରର ନୋଡାଲ୍ ଅଫିସର ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି। ୩ଟି ସିଫ୍ଟରେ ପୂରା ଏକାମ୍ର କ୍ଷେତ୍ରରେ ସଫେଇ କରାଯିବ । ଏଥିଲାଗି ଶ୍ରୀଲିଙ୍ଗରାଜ ମନ୍ଦିର ଓ କପିଳେଶ୍ଵର ମନ୍ଦିର ଅଞ୍ଚଳରେ ଅତିରିକ୍ତ ସଫେଇକର୍ମୀ ନିୟୋଜିତ କରିବାକୁ ବିଏମ୍ସି ଘରୋଇ ସଫେଇ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛି । ସେହିପରି ବିନ୍ଦୁସାଗର ଘାଟ ସଫା କରିବାକୁ ସଫେଇ ସଂସ୍ଥାକୁ କୁହାଯାଇଥିବାବେଳେ ଆଜି ସୁଦ୍ଧା ସଫେଇ ଶେଷ କରିବାକୁ କୁହାଯାଇଛି। ବିନ୍ଦୁସାଗରର ଆଲୋକୀକରଣ କରିବାକୁ ମୁଖ୍ୟ କାର୍ୟ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମନ୍ଦିର ଚାରିପଟେ ଲିଚୁ ମାଳ ପକାଯାଇ ସୌନ୍ଦର୍ୟ୍ୟକରଣ କରାଯାଉଛି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଏଥିଲାଗି ବିଏମସିର ଇଲେକ୍ଟ୍ରିକାଲ ଯନ୍ତ୍ରୀଙ୍କୁ ଦାୟିତ୍ବ ଦିଆଯାଇଛି। ଏହାସହ ମେୟରଙ୍କ ନିର୍ଦ୍ଦେଶ ମୁତାବକ ୪୦ ହଜାର ଟଙ୍କା ବ୍ୟୟରେ ମନ୍ଦିର ମୁଖଶାଳାର ସୌନ୍ଦର୍ୟ୍ୟକରଣ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଖାଲି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ନୁହେଁ ବରଂ ସିଂହଦ୍ଵାର, ଭୋଗ ମଣ୍ଡପ, ଜଗମୋହନ, ଚାହାଣି ମଣ୍ଡପ, ଉତ୍ତର ଦ୍ବାର, ଦକ୍ଷିଣ ଦ୍ବାର, ମନ୍ଦିର ପଚେରି, କେଦାରଗୌରୀ ମନ୍ଦିର ଓ ମୁକ୍ତେଶ୍ଵର ମନ୍ଦିର ସୌନ୍ଦର୍ୟ୍ୟକରଣ କରାଯିବ। ମେକାନିକାଲ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କୁ ୨ଟି ପାଣି ଟ୍ୟାଙ୍କର ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ଏକ ଭ୍ରାମ୍ୟମାଣ ଶୌଚାଳୟ ପ୍ରସ୍ତୁତ ରଖିବାକୁ କୁହାଯାଇଛି । ୯ ତାରିଖ ସକାଳ ଯାଏଁ ୩ ସିଫ୍ଟରେ ସ୍ବଚ୍ଛତା କର୍ମୀଙ୍କୁ ନିୟୋଜିତ କରାଯିବ, ଯେଉଁମାନେ କି ନିୟମିତ ଭ୍ରାମ୍ୟମାଣ ଶୌଚାଳୟକୁ ସଫା ରଖିବେ । ମେଡିସିନ୍, ଆମ୍ବୁଲାନ୍ସ ଓ ଫାଷ୍ଟଏଡ କିଟ୍ ମହଜୁଦ ରଖିବାକୁ ବିଏମସି ହସ୍ପିଟାଲକୁ ନିର୍ଦ୍ଦେଶ ମିଳିଛି । ଜୋନାଲ ଡେପୁଟି କମିସନର ନିୟମିତ କ୍ଷେତ୍ରସ୍ତରୀୟ ଯାଞ୍ଚ କରିବେ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

07 Mar 2024 By The Sakala

ରାତି ପାହିଲେ ମହାଶିବରାତ୍ରି: ଜାଣନ୍ତୁ ବାବା ଲିଙ୍ଗରାଜଙ୍କ ମନ୍ଦିରର ନୀତିକାନ୍ତି ସମୟ

ଭୁବନେଶ୍ୱର: ରାତି ପାହିଲେ ମହାଶିବରାତ୍ରି। ଚଳଚଞ୍ଚଳ ହୋଇଛି ଏକାମ୍ର କ୍ଷେତ୍ର। ଜାଗର ପାଇଁ ସଜେଇ ହୋଇଛି ବାବା ଲିଙ୍ଗରାଜଙ୍କ ମନ୍ଦିର । ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦେଇଛି ମନ୍ଦିର ପ୍ରଶାସନ। ଆସନ୍ତାକାଲି ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ମଙ୍ଗଳ ଆଳତୀ ଓ ଅବକାଶ ଅନୁଷ୍ଠିତ ହେବ। ଭୋର ୩ଟା ୩୦ରୁ ଦିନ ୧୧ଟା ଯାଏଁ ସାହାଣମେଲା ଦର୍ଶନ। ଏହାପରେ ଅନ୍ୟାନ୍ୟ ନୀତି କରାଯାଇ ଶେଷରେ ରାତି ରାତି ୧୦ରୁ ୧୧ଟା ଭିତରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଛି ।

ଶ୍ରୀଲିଙ୍ଗରାଜ ଓ କପିଳେଶ୍ଵରଙ୍କ ଶୃଙ୍ଖଳିତ ଜାଗରଯାତ୍ରା ଲାଗି ବିଏମସି ମାର୍ଗଦର୍ଶିକା ଜାରିକରିଛି। ଅତିରିକ୍ତ କମିସନରଙ୍କୁ ପରିଚାଳନା ଦାୟିତ୍ବ ଦିଆଯାଇଛି । ସେହିପରି ବିଏମସି ସ୍ବାସ୍ଥ୍ୟ ଅଧିକାରୀଙ୍କୁ ୨ ମନ୍ଦିରର ନୋଡାଲ୍ ଅଫିସର ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି। ୩ଟି ସିଫ୍ଟରେ ପୂରା ଏକାମ୍ର କ୍ଷେତ୍ରରେ ସଫେଇ କରାଯିବ । ଏଥିଲାଗି ଶ୍ରୀଲିଙ୍ଗରାଜ ମନ୍ଦିର ଓ କପିଳେଶ୍ଵର ମନ୍ଦିର ଅଞ୍ଚଳରେ ଅତିରିକ୍ତ ସଫେଇକର୍ମୀ ନିୟୋଜିତ କରିବାକୁ ବିଏମ୍ସି ଘରୋଇ ସଫେଇ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛି । ସେହିପରି ବିନ୍ଦୁସାଗର ଘାଟ ସଫା କରିବାକୁ ସଫେଇ ସଂସ୍ଥାକୁ କୁହାଯାଇଥିବାବେଳେ ଆଜି ସୁଦ୍ଧା ସଫେଇ ଶେଷ କରିବାକୁ କୁହାଯାଇଛି। ବିନ୍ଦୁସାଗରର ଆଲୋକୀକରଣ କରିବାକୁ ମୁଖ୍ୟ କାର୍ୟ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମନ୍ଦିର ଚାରିପଟେ ଲିଚୁ ମାଳ ପକାଯାଇ ସୌନ୍ଦର୍ୟ୍ୟକରଣ କରାଯାଉଛି।

ଏଥିଲାଗି ବିଏମସିର ଇଲେକ୍ଟ୍ରିକାଲ ଯନ୍ତ୍ରୀଙ୍କୁ ଦାୟିତ୍ବ ଦିଆଯାଇଛି। ଏହାସହ ମେୟରଙ୍କ ନିର୍ଦ୍ଦେଶ ମୁତାବକ ୪୦ ହଜାର ଟଙ୍କା ବ୍ୟୟରେ ମନ୍ଦିର ମୁଖଶାଳାର ସୌନ୍ଦର୍ୟ୍ୟକରଣ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଖାଲି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ନୁହେଁ ବରଂ ସିଂହଦ୍ଵାର, ଭୋଗ ମଣ୍ଡପ, ଜଗମୋହନ, ଚାହାଣି ମଣ୍ଡପ, ଉତ୍ତର ଦ୍ବାର, ଦକ୍ଷିଣ ଦ୍ବାର, ମନ୍ଦିର ପଚେରି, କେଦାରଗୌରୀ ମନ୍ଦିର ଓ ମୁକ୍ତେଶ୍ଵର ମନ୍ଦିର ସୌନ୍ଦର୍ୟ୍ୟକରଣ କରାଯିବ। ମେକାନିକାଲ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କୁ ୨ଟି ପାଣି ଟ୍ୟାଙ୍କର ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ଏକ ଭ୍ରାମ୍ୟମାଣ ଶୌଚାଳୟ ପ୍ରସ୍ତୁତ ରଖିବାକୁ କୁହାଯାଇଛି । ୯ ତାରିଖ ସକାଳ ଯାଏଁ ୩ ସିଫ୍ଟରେ ସ୍ବଚ୍ଛତା କର୍ମୀଙ୍କୁ ନିୟୋଜିତ କରାଯିବ, ଯେଉଁମାନେ କି ନିୟମିତ ଭ୍ରାମ୍ୟମାଣ ଶୌଚାଳୟକୁ ସଫା ରଖିବେ । ମେଡିସିନ୍, ଆମ୍ବୁଲାନ୍ସ ଓ ଫାଷ୍ଟଏଡ କିଟ୍ ମହଜୁଦ ରଖିବାକୁ ବିଏମସି ହସ୍ପିଟାଲକୁ ନିର୍ଦ୍ଦେଶ ମିଳିଛି । ଜୋନାଲ ଡେପୁଟି କମିସନର ନିୟମିତ କ୍ଷେତ୍ରସ୍ତରୀୟ ଯାଞ୍ଚ କରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର