ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା !

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଜାରି ରହିବ। ବିଶେଷ କରି ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ବଢୁଥିବାରୁ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି […]

ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଜାରି ରହିବ। ବିଶେଷ କରି ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ବଢୁଥିବାରୁ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଆଜି ରାଜଧାନୀ ଭୁବନେଶ୍ବରରେ ଆକାଶ ମେଘୁଆ ରହିବା ସହ ଅପରାହ୍ନରେ ଘଡଘଡି ବିଜୁଳି ସହ ବର୍ଷା ହୋଇଛି। ଏହାସହ କଟକ, ଖୋର୍ଦ୍ଧା, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଆଦି ଜିଲ୍ଲାରେ ହାଲୁକା ବର୍ଷା ରେକର୍ଡ ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁରରେ ମଧ୍ୟମ ଧରଣର ବର୍ଷା ହେବ। ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ ଏବଂ କଟକରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

ବର୍ଷା ପ୍ରଭାବରେ ତାପମାତ୍ରା ସ୍ବାଭାବକି ଠାରୁ କମ୍ ରହିବ। ୧୨ ତାରିଖ ଠାରୁ ପାଗରେ ପରିବର୍ତ୍ତନ ହେବା ସହ ତାତି ବଢିବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ। ଗତକାଲି ରାଜ୍ୟର ୧୧ଟି ସହରର ତାପମାତ୍ରା ୩୬ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରହିଥିଲା । ୩୮ ଡିଗ୍ରୀ ସହ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବରେ ରେକର୍ଡ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

07 Mar 2024 By The Sakala

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା !

ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଜାରି ରହିବ। ବିଶେଷ କରି ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ବଢୁଥିବାରୁ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଆଜି ରାଜଧାନୀ ଭୁବନେଶ୍ବରରେ ଆକାଶ ମେଘୁଆ ରହିବା ସହ ଅପରାହ୍ନରେ ଘଡଘଡି ବିଜୁଳି ସହ ବର୍ଷା ହୋଇଛି। ଏହାସହ କଟକ, ଖୋର୍ଦ୍ଧା, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଆଦି ଜିଲ୍ଲାରେ ହାଲୁକା ବର୍ଷା ରେକର୍ଡ ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁରରେ ମଧ୍ୟମ ଧରଣର ବର୍ଷା ହେବ। ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ ଏବଂ କଟକରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଛି।

ବର୍ଷା ପ୍ରଭାବରେ ତାପମାତ୍ରା ସ୍ବାଭାବକି ଠାରୁ କମ୍ ରହିବ। ୧୨ ତାରିଖ ଠାରୁ ପାଗରେ ପରିବର୍ତ୍ତନ ହେବା ସହ ତାତି ବଢିବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ। ଗତକାଲି ରାଜ୍ୟର ୧୧ଟି ସହରର ତାପମାତ୍ରା ୩୬ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରହିଥିଲା । ୩୮ ଡିଗ୍ରୀ ସହ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବରେ ରେକର୍ଡ କରାଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର