ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି, ତଦାରଖ କମିଟିର ପ୍ରଥମ ବୈଠକ ଆଜି

The Sakala Picture
Published On

ପୁରୀ: ଶନିବାର ଅନୁଷ୍ଠିତ ହେବ ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ କମିଟିର ପ୍ରଥମ ବୈଠକ। ଅପରାହ୍ନ ୨ଟାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ ଅଧ୍ୟକ୍ଷତା କରିବେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ୱସୱାନ କିମ୍ବା ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କମିଟି ଗଠନ କରିବା ପରେ ଏହା ପ୍ରଥମ ବୈଠକ ହେବ। ଏହି ୧୨ ଜଣିଆ କମିଟିର ଅଧ୍ୟକ୍ଷ […]

ପୁରୀ: ଶନିବାର ଅନୁଷ୍ଠିତ ହେବ ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ କମିଟିର ପ୍ରଥମ ବୈଠକ। ଅପରାହ୍ନ ୨ଟାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ ଅଧ୍ୟକ୍ଷତା କରିବେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ୱସୱାନ କିମ୍ବା ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କମିଟି ଗଠନ କରିବା ପରେ ଏହା ପ୍ରଥମ ବୈଠକ ହେବ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଏହି ୧୨ ଜଣିଆ କମିଟିର ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ରହିଥିବା ବେଳେ ଉପାଧ୍ୟକ୍ଷ ଅଛନ୍ତି ପ୍ରସିଦ୍ଧ ହୃଦ୍‌‌ରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା। କମିଟିର ଅନ୍ୟ ସଦସ୍ୟମାନେ ହେଲେ ଆଲ୍ଲହାବାଦ ବ୍ୟାଙ୍କର ପୂର୍ବତନ ସିଏମ୍‌‌ଡି ଡ. ବିଧୁଭୂଷଣ ସାମଲ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ, ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପ୍ରତିନିଧି, ଏଏସ୍‌ଆଇର ପ୍ରତିନିଧି, ପରିଚାଳନା କମିଟି ସେବକ ପ୍ରତିନିଧି ଦୁର୍ଗାପ୍ରସାଦ ଦାସ ମହାପାତ୍ର, ମାଧବ ଚନ୍ଦ୍ର ମହାପାତ୍ର ଓ ଜଗନ୍ନାଥ କର, ଭଣ୍ଡାର ମେକାପ ସେବକ ଗଣେଶ ମେକାପ, ପୁରୀ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ସଦସ୍ୟ ଆବାହକ ଭାବେ ରହିଛନ୍ତି।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର