ଖରିଫ ଚାଷ ପାଇଁ ଚାଷୀଙ୍କ ଆକାଉଣ୍ଟକୁ ‘କାଳିଆ’ ଟଙ୍କା ହସ୍ତାନ୍ତର କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଚାଷୀଙ୍କୁ ମିଳିଲା କାଳିଆ ସହାୟତା ଅର୍ଥ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିଛନ୍ତି।  ଖରିଫ ଚାଷ ପାଇଁ ଏହି କାଳିଆ ସହାୟତା ପ୍ରଦାନ କରାଯାଇଛି। ୪୬ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାର ଉପକୃତ ହେବେ । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି। ଏହାଛଡା ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକ ପରିବାରଙ୍କୁ ୩୬୦ […]

ଭୁବନେଶ୍ବର: ଚାଷୀଙ୍କୁ ମିଳିଲା କାଳିଆ ସହାୟତା ଅର୍ଥ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିଛନ୍ତି।  ଖରିଫ ଚାଷ ପାଇଁ ଏହି କାଳିଆ ସହାୟତା ପ୍ରଦାନ କରାଯାଇଛି। ୪୬ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାର ଉପକୃତ ହେବେ । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି। ଏହାଛଡା ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକ ପରିବାରଙ୍କୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ ସହ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌‌ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର