ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୩୪୨୭ ପଜିଟିଭ

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୪୨୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫୪ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୭୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୩୯୨୫ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୪୨୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫୪ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୭୩ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୩୯୨୫ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୫୫୩ ସଂକ୍ରମିତ । ଅନୁଗୁଳରୁ ୧୩୮ , ବାଲେଶ୍ୱରରୁ ୨୬୧, ବରଗଡ଼ ୫୨, ଭଦ୍ରକ ୧୩୯, ବଲାଙ୍ଗୀର ୪୦ , ବୌଦ୍ଧ ୩୧, କଟକ ୩୯୬ , ଦେବଗଡ଼ ୨୨, ଢେଙ୍କାନାଳ ୭୮, ଗଜପତି ୨୭, ଗଞ୍ଜାମ ୨୬, ଜଗତସିଂହପୁର ୧୦୮, ଯାଜପୁର ୨୮୫, ଝାରସୁଗୁଡ଼ା ୧୦, କଳାହାଣ୍ଡି ୩୫ , କନ୍ଧମାଳ ୪୧, କେନ୍ଦ୍ରାପଡ଼ା ୧୧୧, କେନ୍ଦୁଝର ୪୭, କୋରାପୁଟ ୭୨, ମାଲକାନଗିରି ୩୮ , ମୟୂରଭଞ୍ଜ ୧୬୨, ନବରଙ୍ଗପୁର ୬୦, ନୟାଗଡ଼ ୧୪୨, ନୂଆପଡ଼ା ୨୦, ପୁରୀ ୨୧୭, ରାୟଗଡ଼ା ୯୪, ସମ୍ୱଲପୁର ୩୨, ସୋନପୁର ୩୦ , ସୁନ୍ଦରଗଡ଼ ୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର