ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା: ଆଜି ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ତାତି ଓ କାଳବୈଶାଖୀର ମିଶ୍ରିତ ପ୍ରଭାବ ଜାରି ରହିଛି। ପୂର୍ବାହ୍ନରେ ଟାଣଖରା ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଅପରାହ୍ଣରେ ଅଧିକାଂଶ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଗତ ଦୁଇ ଦିନ ହେବ ରାଜ୍ୟରେ ଏଭଳି ପାଗ ଦେଖିବାକୁ ମିଳିଛି ଓ ଏହି ସ୍ଥିତି ଆହୁରି ୪-୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଆକଳନ କରାଯାଉଛି। ଅ ନ୍ୟପଟେ ୧୬ରୁ ୧୮ତାରିଖ ମଧ୍ୟରେ ୩ ଦିନ […]
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ତାତି ଓ କାଳବୈଶାଖୀର ମିଶ୍ରିତ ପ୍ରଭାବ ଜାରି ରହିଛି। ପୂର୍ବାହ୍ନରେ ଟାଣଖରା ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଅପରାହ୍ଣରେ ଅଧିକାଂଶ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଗତ ଦୁଇ ଦିନ ହେବ ରାଜ୍ୟରେ ଏଭଳି ପାଗ ଦେଖିବାକୁ ମିଳିଛି ଓ ଏହି ସ୍ଥିତି ଆହୁରି ୪-୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଆକଳନ କରାଯାଉଛି। ଅ
ନ୍ୟପଟେ ୧୬ରୁ ୧୮ତାରିଖ ମଧ୍ୟରେ ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହି ୩ ଦିନରେ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିପରି ପାଣିପାଗ କେନ୍ଦ୍ରର ମଧ୍ୟମ ଅବଧି ଆକଳନ ଅନୁଯାୟୀ, ଆସନ୍ତା ୨୨ରୁ ୨୮ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ତାତି ଯଥେଷ୍ଟ ଅଧିକ ରହିବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିପାରେ ବୋଲି ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।
ଦିନ ବେଳା ତାତି ସାଙ୍ଗକୁ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହିତ ହେଉଥିବାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ପାଗ ଅନୁକୂଳ ହେଉଛି। ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଥିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ବର୍ଷା ଯୋଗୁଁ ଆସନ୍ତା ଦୁଇ ତିନିଦିନ ମଧ୍ୟରେ ୩ ଡ଼ିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।