ରାଜ୍ୟ କ୍ୟାବିନେଟ ବୈଠକରେ ୭ ବିଭାଗର ୧୪ ପ୍ରସ୍ତାବକୁ ମୋହର

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ୭ ବିଭାଗର ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗର ୬ଟି ପ୍ରସ୍ତାବକୁ ମଞ୍ଜୁର ମିଳିଥିବା ଜଣାପଡ଼ିଛି। ମହାନଦୀରେ ଆଉ ଏକ ସେତୁ ନିର୍ମାଣ ପାଇଁ କ୍ୟାବିନେଟ ମଂଜୁରୀ ମିଳିଛି। ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ହେବ ସେତୁ । ଏଥିପାଇଁ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବ।  ୩ ବର୍ଷରେ ସେତୁ ନିର୍ମାଣ କାମ ସରିବ। ସହଜ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ୭ ବିଭାଗର ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗର ୬ଟି ପ୍ରସ୍ତାବକୁ ମଞ୍ଜୁର ମିଳିଥିବା ଜଣାପଡ଼ିଛି। ମହାନଦୀରେ ଆଉ ଏକ ସେତୁ ନିର୍ମାଣ ପାଇଁ କ୍ୟାବିନେଟ ମଂଜୁରୀ ମିଳିଛି। ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ହେବ ସେତୁ । ଏଥିପାଇଁ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବ।  ୩ ବର୍ଷରେ ସେତୁ ନିର୍ମାଣ କାମ ସରିବ। ସହଜ ହେବ କଟକରୁ ପାରାଦୀପ ଓ କଟକରୁ ଚାନ୍ଦବାଲିକୁ ଯାତାୟତ। ସେହିପରି ଚନ୍ଦ୍ରଶେଖରପୁରରେ ହେବ ଯାଦବ ଭବନ । ଉତ୍କଳ ଯାଦବ ମହାସଭାର ୫କୋଟି ୬୦ ଲକ୍ଷ ପ୍ରିମିୟମ ଛାଡ଼ ପାଇଁ କ୍ୟାବିନେଟ ଅନୁମୋଦନ ମିିଳିଛି।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ତାଳଚେର ଫର୍ଟିଲାଇଜର ଲିମିଟେଡକୁ ୮୫୬ ଏକର ଜାଗା ପଞ୍ଜିକରଣ ହେବ। ଷ୍ଟାମ୍ପ ଭେଣ୍ଡରଙ୍କ କମିସନ ବୃଦ୍ଧି। କଟକ ଚାଉଳିଆଗଞ୍ଜରେ ହେବ ଡିଏଭି ଏସସିବି ମେଡିକାଲ ପବ୍ଲିକ ସ୍କୁଲ। ଅଢେଇ ଏକର ଜମି ବିନା ପ୍ରିମିୟମରେ ପ୍ରଦାନ କରାଯିବି। ୨୯ କୋଟି ୩୭ ଲକ୍ଷ ପ୍ରିମିୟମ ଛାଡ ପାଇଁ କ୍ୟାବିନେଟରେ ନଷ୍ପତ୍ତି ହୋଇଛି।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ସେହିପରି ଶକ୍ତି ବିଭାଗର ୧୮୪୫.୭୬ କୋଟିର ପ୍ରସ୍ତାବକୁ ଅନୁମୋଦନ ମିଳିଛି। ସ୍ଥାପନ ହେବ ୬ଟି ହାଇଭୋଲଟେଜ୍‌ ଗ୍ରୀଡ୍‌। ଖୁଂଟୁଣୀ ଗ୍ରୀଡର ଅବଗ୍ରେଡେସନ୍‌ କରାଯିବ। ଶିଳ୍ପାୟନକୁ ଦୃଷ୍ଟିରେ ରଖି ଶକ୍ତି ବିଭାଗର ଏହି ପ୍ରସ୍ତାବକୁ ମଞ୍ଜୁରି ଦେଉଛନ୍ତି ରାଜ୍ୟ ସରକାର। ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର କ୍ୟାଡର ପୁନଃର୍ଗଠନ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରି ମିଳିଛି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ଅମିନ ଓ ଏଆରଆଇଙ୍କ ପଦୋନ୍ନତିକୁ ଅନୁମତି ଦେବାସହ ବିଭାଗରେ ୨୫ ନୂଆ ପଦବୀ ସୃଷ୍ଟି କରିବା ପାଇଁ କ୍ୟାବିନେଟର ମୋହର ବାଜିଛି। ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗର ୬ଟି ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରାଯାଇଛି। ଜଳସେଚିତ ଅଂଚଳରେ ପୁରୁଣା କରନାଳୀର ପୁନଃନିର୍ମାଣ କାମର ଅବଧି ୫ବର୍ଷ ବୃଦ୍ଧି କରାଯିବା ସହ ଏଥିପାଇଁ ଖର୍ଚ୍ଚ ହେବ ୫୭୪.୭୪ କୋଟି ଟଙ୍କା। ଲାଇସେନ୍ସ ପ୍ରାପ୍ତ ଷ୍ଟାମ୍ପ ଭେଣ୍ଡରଙ୍କ କମିଶନ ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି। ଆଦାୟ ଷ୍ଟାମ୍ପ ଉପରେ ୦.୮୫ ପ୍ରତିଶତ ପ୍ରଦାନ କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର