ରାଜ୍ୟରେ ଉପରମୁହାଁ ପାରଦ, ଆଜି ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ ସହର

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ପାରଦ । ଅସହ୍ୟ ତାତି ଯୋଗୁଁ ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ଆଜି ରାଜ୍ୟର ୫ ସହରର ତାପମାତ୍ରା ୩୯ ଡ଼ିଗ୍ରୀ ଛୁଇଁଛି। ୩୯.୮ ଡ଼ିଗ୍ରୀ ସହ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ପାଲଟିଛି ସବୁଠୁ ଉତ୍ତପ୍ତ ସହର। ସେହିପରି ବୌଦ୍ଧରେ ୩୯.୫, ନୟାଗଡ଼ରେ ୩୯.୨, ଟିଟିଲାଗଡ଼ରେ ୩୯.୨ ଓ ଭବାନୀପାଟଣାରେ ପାରା ୩୯ ଡିଗ୍ରି ପହଞ୍ଚିଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ୩୭.୩ ଡିଗ୍ରୀ ଏବଂ କଟକରେ ୩୮.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ […]

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ପାରଦ । ଅସହ୍ୟ ତାତି ଯୋଗୁଁ ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ଆଜି ରାଜ୍ୟର ୫ ସହରର ତାପମାତ୍ରା ୩୯ ଡ଼ିଗ୍ରୀ ଛୁଇଁଛି। ୩୯.୮ ଡ଼ିଗ୍ରୀ ସହ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ପାଲଟିଛି ସବୁଠୁ ଉତ୍ତପ୍ତ ସହର। ସେହିପରି ବୌଦ୍ଧରେ ୩୯.୫, ନୟାଗଡ଼ରେ ୩୯.୨, ଟିଟିଲାଗଡ଼ରେ ୩୯.୨ ଓ ଭବାନୀପାଟଣାରେ ପାରା ୩୯ ଡିଗ୍ରି ପହଞ୍ଚିଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ୩୭.୩ ଡିଗ୍ରୀ ଏବଂ କଟକରେ ୩୮.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

ଆଜି ରାଜ୍ୟର ୧୩ ସହରରେ ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ ଅତିକ୍ରମ କରିଥିବା ବେଳେ ଆଗାମୀ ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁବା ସମ୍ଭାବନା ରହିଛି। ସେପଟେ ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ୧ ତାରିଖ ଯାଏ କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ହୋଇପାରେ । ବିଜୁଳି ଓ ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

28 Mar 2024 By The Sakala

ରାଜ୍ୟରେ ଉପରମୁହାଁ ପାରଦ, ଆଜି ୩୯.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ପାରଦ । ଅସହ୍ୟ ତାତି ଯୋଗୁଁ ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ଆଜି ରାଜ୍ୟର ୫ ସହରର ତାପମାତ୍ରା ୩୯ ଡ଼ିଗ୍ରୀ ଛୁଇଁଛି। ୩୯.୮ ଡ଼ିଗ୍ରୀ ସହ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ପାଲଟିଛି ସବୁଠୁ ଉତ୍ତପ୍ତ ସହର। ସେହିପରି ବୌଦ୍ଧରେ ୩୯.୫, ନୟାଗଡ଼ରେ ୩୯.୨, ଟିଟିଲାଗଡ଼ରେ ୩୯.୨ ଓ ଭବାନୀପାଟଣାରେ ପାରା ୩୯ ଡିଗ୍ରି ପହଞ୍ଚିଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ୩୭.୩ ଡିଗ୍ରୀ ଏବଂ କଟକରେ ୩୮.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।

ଆଜି ରାଜ୍ୟର ୧୩ ସହରରେ ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ ଅତିକ୍ରମ କରିଥିବା ବେଳେ ଆଗାମୀ ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁବା ସମ୍ଭାବନା ରହିଛି। ସେପଟେ ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ୧ ତାରିଖ ଯାଏ କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ହୋଇପାରେ । ବିଜୁଳି ଓ ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର