ଚାରି ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ସମ୍ବଲପୁରଠାରେ ସମ୍ବଲପୁର, ବରଗଡ଼, ଢେଙ୍କାନାଳ ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସମ୍ବଲପୁର ମ୍ୟୁନିସିପାଲ କର୍ପୋରେସନ ସମ୍ମିଳନୀ କକ୍ଷରେ ଆୟୋଜିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ସମ୍ବଲପୁର , ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ଆରକ୍ଷୀ ଅଧୀକ୍ଷକ ଓ ରିଟର୍ଣ୍ଣିଂ ଅଫିସରମାନେ ଯୋଗଦେଇ ନିର୍ବାଚନ ପ୍ରସ୍ତୁତି ନେଇ […]
ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ସମ୍ବଲପୁରଠାରେ ସମ୍ବଲପୁର, ବରଗଡ଼, ଢେଙ୍କାନାଳ ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସମ୍ବଲପୁର ମ୍ୟୁନିସିପାଲ କର୍ପୋରେସନ ସମ୍ମିଳନୀ କକ୍ଷରେ ଆୟୋଜିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ସମ୍ବଲପୁର , ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ଆରକ୍ଷୀ ଅଧୀକ୍ଷକ ଓ ରିଟର୍ଣ୍ଣିଂ ଅଫିସରମାନେ ଯୋଗଦେଇ ନିର୍ବାଚନ ପ୍ରସ୍ତୁତି ନେଇ ସବିଶେଷ ତଥ୍ୟ ରଖିଥିଲେ ।
ସମୀକ୍ଷା ବୈଠକର ପ୍ରଥମ ସଂପାନରେ ମୁଖ୍ୟ ନିର୍ବାଚନ ଅଧିକାରୀ ଚାରି ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ୭ଟି ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ସମସ୍ତ ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳମାନଙ୍କ ସହ ବିସ୍ତୃତ ଭାବରେ ନିର୍ବାଚନ ପ୍ରସ୍ତୁତି ବିଷୟରେ ଆଲୋଚନା କରିଥିଲେ । ସମସ୍ତ ଜିଲ୍ଲାର ଜିଲ୍ଲାପାଳ ପିପିଟି ପ୍ରେଜେଣ୍ଟେସନ୍ ମାଧ୍ୟମରେ ନିଜ ନିଜ ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ସବିଶେଷ ତଥ୍ୟ ରଖିଥିଲେ । ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମସ୍ତ ତଥ୍ୟ ବାବଦରେ ଅବଗତ ହେବା ସହ ପ୍ରସ୍ତୁତିର ବିଭିନ୍ନ ଦିଗ ଓ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ଯରେ ସଫଳ ନିର୍ବାଚନ ପରିଚାଳନା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ବିଷୟରେ ଚର୍ଚ୍ଚା କରିଥିଲେ । ଏହା ସହିତ ମୁଖ୍ୟ ନିର୍ବାଚନ ଅଧିକାରୀ ସି – ଭିଜିଲ୍ ସୁବିଧା ପୋର୍ଟାଲ, ଏନ୍କର ନୋଡାଲ ଆଦି ଆପ୍ ଦ୍ଵାରା ନିର୍ବାଚନ ପରିଚାଳନା କିପରି ସହଜ ଭାବରେ ହେବ ତାହା ଆଲୋଚନା କରିଥିଲେ ।
ନକ୍ସଲ ପ୍ରଭାବିତ ଅଞ୍ଚଳ, ପୋଷ୍ଟାଲ ବାଲାଟ୍, ନିର୍ବାଚନ ଆଚରଣ ବିଧି ବିଷୟରେ ସବିଶେଷ ଆଲୋଚନା କରି ମତଦାତାମାନଙ୍କୁ କେନ୍ଦ୍ରରେ ରଖି ନିର୍ବାଚନ ପରିଚାଳନା ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ନିର୍ବାଚନ ଅଧିକାରୀ। ଅଧିକରୁ ଅଧିକ ଭୋଟର ଯେପରି ମତଦାନ କରିବେ ସେ ଉପରେ ବିଶେଷ ଆଲୋଚନା ହୋଇଥିଲା । ବରିଷ୍ଠ ନାଗରିକ, ଭିନ୍ନକ୍ଷମ, ମହିଳା, ଯୁବ ଭୋଟରମାନଙ୍କ ପ୍ରତି ବିଶେଷ ଧ୍ୟାନ ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ମତଦାତା ମାର୍ଗଦର୍ଶିକାକୁ ମତଦାନର ନିମନ୍ତ୍ରଣ ପତ୍ର ଭାବରେ ପ୍ରତି ପରିବାରକୁ ପହଞ୍ଚାଇ ଏକ ଜାତୀୟ ଉତ୍ସବ ପରି ନିର୍ବାଚନକୁ ପାଳନ କରିବା ପାଇଁ ପରାମର୍ଶ ଦେଇଥିଲେ ମୁଖ୍ୟ ନିର୍ବାଚନ ଅଧିକାରୀ ।
ବୈଠକର ଦ୍ଵିତୀୟ ସଂପାନରେ ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମସ୍ତ ଜିଲ୍ଲାର ଆଇନଶୃଙ୍ଖଳା ପରିସ୍ଥିତି ବିଷୟରେ ସମୀକ୍ଷା କରିଥିଲେ । ଏହି ସମୀକ୍ଷା ବୈଠକରେ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ତଥା ଏଡିଜି ସଂଜୟ କୁମାର ସିଂ ଆଭାସୀ ମାଧ୍ୟମରେ ସାମିଲ ହୋଇ ନିର୍ବାଚନ ପ୍ରସ୍ତୁତି ଓ ଆଇନଶୃଙ୍ଖଳା ପରିସ୍ଥିତି ବିଷୟରେ ପ୍ରାରମ୍ଭିକ ସୂଚନା ଦେଇଥିଲେ । ନିର୍ବାଚନ ଆଚରଣ ବିଧିର ଉଚିତ ଅନୁପାଳନ ପାଇଁ ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ, ବିଭିନ୍ନ ପ୍ରବର୍ତ୍ତନ ବିଭାଗ ଯଥା – ଅବକାରୀ, ଜିଏସ୍ଟି, ପରିବହନ ଓ ଜଙ୍ଗଲ ବିଭାଗ ସମନ୍ବିତ ଭାବେ କାର୍ଯ୍ୟ କରିବାକୁ ସିଇଓ ନିର୍ଦ୍ଦେଶ ଦେଇଥିଲେ ।
ପ୍ରେସ ବାର୍ତ୍ତା ମାଧ୍ୟମରେ ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମୀକ୍ଷାର ବିଭିନ୍ନ ଦିଗ ଉପରେ ମତ ରଖିଥିଲେ । କିଭଳି ଭାବରେ ବିଭିନ୍ନ ବୁଥରେ ସୁରକ୍ଷା, ମତଦାତାଙ୍କ ସୁବିଧା ପାଇଁ ଭୋଟିଂ ସମୟ, ବୁଥରେ ପାନୀୟ ଜଳ, ଛାଇ ଓ ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ ତାହା ଆଲୋଚନା ହୋଇଥିଲା । ୭ଟି ଜିଲ୍ଲାରେ ମୁକ୍ତ, ଅବାଧ, ନିରପେକ୍ଷ ଓ ସମସ୍ତଙ୍କ ଅଂଶଗ୍ରହଣ ଦ୍ଵାରା ନିର୍ବାଚନ ସୁପରିଚାଳନା ହେଉଛି ବୋଲି ସିଇଓ ମତ ରଖିଥିଲେ ।