ରାଜ୍ୟରେ ଜୁନ ମାସରେ ବର୍ତ୍ତମାନ ସୁଦ୍ଧା ସ୍ୱାଭାବିକଠାରୁ ୮ ପ୍ରତିଶତ ଅଧିକ ବର୍ଷା ରେକର୍ଡ: ଝାରସୁଗୁଡା ଜିଲ୍ଲାରେ ସର୍ବାଧିକ ୨୦୩.୪ ମି.ମି ବର୍ଷା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ଲଘୁଚାପ ପ୍ରଭାବରେ ଗତ କିଛି ଦିନ ହେବ ବର୍ଷ ଜାରି ରହିଛି । ଜୁନ ମାସରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସ୍ୱାଭାବିକଠାରୁ ୮ ପ୍ରତିଶତ ଅଧିକ ବର୍ଷା ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଜୁନ ୧ତାରିଖରୁ ଆଜି ଭିତରେ ରାଜ୍ୟରେ ୧୩୬.୩ ମି.ମି ବର୍ଷା ହୋଇଛି । ଯାହା ସ୍ୱାଭାବିକ ବର୍ଷା ୧୨୬.୬ ମିମିଠାରୁ ୮ ପ୍ରତିଶତ […]

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ଲଘୁଚାପ ପ୍ରଭାବରେ ଗତ କିଛି ଦିନ ହେବ ବର୍ଷ ଜାରି ରହିଛି । ଜୁନ ମାସରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସ୍ୱାଭାବିକଠାରୁ ୮ ପ୍ରତିଶତ ଅଧିକ ବର୍ଷା ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଜୁନ ୧ତାରିଖରୁ ଆଜି ଭିତରେ ରାଜ୍ୟରେ ୧୩୬.୩ ମି.ମି ବର୍ଷା ହୋଇଛି । ଯାହା ସ୍ୱାଭାବିକ ବର୍ଷା ୧୨୬.୬ ମିମିଠାରୁ ୮ ପ୍ରତିଶତ ଅଧିକ ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଜୁନ ମାସରେ ଆଜି ସୁଦ୍ଧା ଝାରସୁଗୁଡା ଜିଲ୍ଲାରେ ସର୍ବାଧିକ ୨୦୩.୪ ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୬୪.୨ ମି.ମି ବର୍ଷା ରେକର୍ଡ ହୋଇଛି ।

୩ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡା ଓ କୋରାପୁଟରେ ସ୍ୱାଭାବିକଠାରୁ ଅତ୍ୟଧିକ ଅର୍ଥାତ ୬୦% କିମ୍ବା ତାଠୁ ଅଧିକ ବର୍ଷା ରେକର୍ଡ କରାଯାଇଛି । ସେହିପରି ୮ ଜିଲ୍ଲା କଟକ, ପୁରୀ, ଦେବଗଡ, ସମ୍ବଲପୁର, ବରଗଡ଼, ସୋନପୁର, ନୂଆପଡ଼ା ଓ ମାଲକାନଗିରିରେ ସ୍ୱାଭାବିକଠାରୁ ୨୦ରୁ ୫୯ ପ୍ରତିଶତ ଯାଏଁ ଅଧିକ ବର୍ଷିଛି ।

ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ, ଯାଜପୁର, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଅନୁଭୂତ ହୋଇଛି । ଯାହା ସ୍ଵାଭିବିକ ବର୍ଷାଠାରୁ ୨୦ ରୁ ୫୯% ଯାଏଁ କମ୍ । ଅବଶିଷ୍ଠ ୧୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଅନୁଭୂତ ହୋଇଛି ।

21 Jun 2021 By The Sakala

ରାଜ୍ୟରେ ଜୁନ ମାସରେ ବର୍ତ୍ତମାନ ସୁଦ୍ଧା ସ୍ୱାଭାବିକଠାରୁ ୮ ପ୍ରତିଶତ ଅଧିକ ବର୍ଷା ରେକର୍ଡ: ଝାରସୁଗୁଡା ଜିଲ୍ଲାରେ ସର୍ବାଧିକ ୨୦୩.୪ ମି.ମି ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ଲଘୁଚାପ ପ୍ରଭାବରେ ଗତ କିଛି ଦିନ ହେବ ବର୍ଷ ଜାରି ରହିଛି । ଜୁନ ମାସରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସ୍ୱାଭାବିକଠାରୁ ୮ ପ୍ରତିଶତ ଅଧିକ ବର୍ଷା ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଜୁନ ୧ତାରିଖରୁ ଆଜି ଭିତରେ ରାଜ୍ୟରେ ୧୩୬.୩ ମି.ମି ବର୍ଷା ହୋଇଛି । ଯାହା ସ୍ୱାଭାବିକ ବର୍ଷା ୧୨୬.୬ ମିମିଠାରୁ ୮ ପ୍ରତିଶତ ଅଧିକ ।

ଜୁନ ମାସରେ ଆଜି ସୁଦ୍ଧା ଝାରସୁଗୁଡା ଜିଲ୍ଲାରେ ସର୍ବାଧିକ ୨୦୩.୪ ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୬୪.୨ ମି.ମି ବର୍ଷା ରେକର୍ଡ ହୋଇଛି ।

୩ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡା ଓ କୋରାପୁଟରେ ସ୍ୱାଭାବିକଠାରୁ ଅତ୍ୟଧିକ ଅର୍ଥାତ ୬୦% କିମ୍ବା ତାଠୁ ଅଧିକ ବର୍ଷା ରେକର୍ଡ କରାଯାଇଛି । ସେହିପରି ୮ ଜିଲ୍ଲା କଟକ, ପୁରୀ, ଦେବଗଡ, ସମ୍ବଲପୁର, ବରଗଡ଼, ସୋନପୁର, ନୂଆପଡ଼ା ଓ ମାଲକାନଗିରିରେ ସ୍ୱାଭାବିକଠାରୁ ୨୦ରୁ ୫୯ ପ୍ରତିଶତ ଯାଏଁ ଅଧିକ ବର୍ଷିଛି ।

ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ, ଯାଜପୁର, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଅନୁଭୂତ ହୋଇଛି । ଯାହା ସ୍ଵାଭିବିକ ବର୍ଷାଠାରୁ ୨୦ ରୁ ୫୯% ଯାଏଁ କମ୍ । ଅବଶିଷ୍ଠ ୧୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଅନୁଭୂତ ହୋଇଛି ।

https://www.thesakala.in/latest-odisha-news/rainfall-till-today-over-the-districts-of-odisha/article-3127
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର