ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥଯାତ୍ରା ନେଇ ଦାୟର ପିଟିସନକୁ ଖାରଜ କଲେ ହାଇକୋର୍ଟ

The Sakala Picture
Published On

ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ । ପୁରୀ ଛଡ଼ା ଅନ୍ୟ ଜାଗାରେ ରଥଯାତ୍ରା ପାଇଁ ଆବେଦନ ପ୍ରସଙ୍ଗ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ। ଅନ୍ୟ ସ୍ଥାନରେ ରଥଯାତ୍ରା ନେଇ ଦାୟର ପିଟିସନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ । ସୂଚନା ମୁତାବକ, କେନ୍ଦ୍ରାପଡ଼ା ବଳଦେବଜୀଉ ରଥଯାତ୍ରା ପାଇଁ ହୋଇଥିବା ଆବେଦନକୁ ଖାରଜ କରି ହାଇକୋର୍ଟ ଏହି ରାୟ ଦେଇଛନ୍ତି । ସୁପ୍ରିମକୋର୍ଟ ପୁରୀରେ କୋଭିଡ ଗାଇଡ଼ ଲାଇନ […]

ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ । ପୁରୀ ଛଡ଼ା ଅନ୍ୟ ଜାଗାରେ ରଥଯାତ୍ରା ପାଇଁ ଆବେଦନ ପ୍ରସଙ୍ଗ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ। ଅନ୍ୟ ସ୍ଥାନରେ ରଥଯାତ୍ରା ନେଇ ଦାୟର ପିଟିସନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ ।

ଆହୁରି ପଢ଼ନ୍ତୁ: ବିଦେଶ ଶିକ୍ଷାବୃତ୍ତି ଯୋଜନା: ଆବେଦନ ସମୟସୀମା ବୃଦ୍ଧି କଲେ ରାଜ୍ୟ ସରକାର

ସୂଚନା ମୁତାବକ, କେନ୍ଦ୍ରାପଡ଼ା ବଳଦେବଜୀଉ ରଥଯାତ୍ରା ପାଇଁ ହୋଇଥିବା ଆବେଦନକୁ ଖାରଜ କରି ହାଇକୋର୍ଟ ଏହି ରାୟ ଦେଇଛନ୍ତି । ସୁପ୍ରିମକୋର୍ଟ ପୁରୀରେ କୋଭିଡ ଗାଇଡ଼ ଲାଇନ ଅନୁଯାୟୀ ରଥଯାତ୍ରା ପାଳନ କରିବାକୁ ଅନୁମତି ଦେଇଥିଲେ । ସେହି ଗାଇଡ ଲାଇନ ଅନୁଯାୟୀ ଗତବର୍ଷ ପରି ଏଥର ମଧ୍ୟ ପୁରୀରେ କଟକଣା ଭିତରେ ରଥଯାତ୍ରା ପାଳନ ହେବ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

କିନ୍ତୁ ତାହା ପୂର୍ବରୁ ଆସନ୍ତାକାଲି କୋଭିଡ କଟକଣାରେ ପାଳନ ହେବ ଶ୍ରୀଜିଉଙ୍କ ଦେବସ୍ନାନପୂର୍ଣ୍ଣିମା। ପୂର୍ବବର୍ଷ ପରି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ସ୍ୱତ୍ତ୍ୱଲିପି ଅନୁଯାୟୀ ଆବଶ୍ୟକ ସଂଖ୍ୟକ ସେବାୟତ ନିୟୋଜିତ ହେବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଆଜି ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ ବଳବତ୍ତର ଏହା ରହିବ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର