ଓଡ଼ିଶାରେ ପହଞ୍ଚି ସତ୍ୟଭାମାପୁର ସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ରାହୁଲ ଗାନ୍ଧି
ଭୁବନେଶ୍ୱର: ଓଡ଼ିଶାରେ କଂଗ୍ରେସ ନେତା ରାହୁଲ ଗାନ୍ଧି। ଓଡ଼ିଶାରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚିଛନ୍ତି ରାହୁଲ ଗାନ୍ଧି । ମଧୁବାବୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାହୁଲ । ସେଠାରେ କିଛି ସମୟ ସ୍ମୃତିଚାରଣ କରିବା ପରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରଛାତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ରାହୁଲ ଗାନ୍ଧି । ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁର […]
ଭୁବନେଶ୍ୱର: ଓଡ଼ିଶାରେ କଂଗ୍ରେସ ନେତା ରାହୁଲ ଗାନ୍ଧି। ଓଡ଼ିଶାରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚିଛନ୍ତି ରାହୁଲ ଗାନ୍ଧି । ମଧୁବାବୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାହୁଲ । ସେଠାରେ କିଛି ସମୟ ସ୍ମୃତିଚାରଣ କରିବା ପରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରଛାତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ରାହୁଲ ଗାନ୍ଧି ।
ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁର ଗସ୍ତ କରିଛନ୍ତି ରାହୁଲ । ସାଲେପୁରରେ ସାଧାରଣ ଜନସଭାକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ରାହୁଲ । ସାଲେପୁର ସଭାରେ କଂଗ୍ରେସ କର୍ମୀ ଓ ନେତାଙ୍କୁ ଗୁରୁମନ୍ତ୍ର ଦେବେ ରାହୁଲ । ସଭାରେ ୪ଟି ଲୋକସଭା ଆସନ- କଟକ, କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତସିଂହପୁର ଏବଂ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସ କର୍ମୀ ଓ ସମର୍ଥକ ଯୋଗ ଦେଇଛନ୍ତି। ରାହୁଲଙ୍କ ପାଇଁ ଦଳୀୟ କର୍ମୀ ଉତ୍ସାହିତ ଅଛନ୍ତି। ଏହାପରେ ୨ଟା ୧୫ରେ ଭୁବନେଶ୍ୱର ଫେରିଆସିବେ ।