ଆଜି ବି ପ୍ରବଳ ବର୍ଷା : ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ରାଜ୍ୟର ସର୍ବାଧିକ ୧୨୦.୮ ମିମି ବର୍ଷା ହୋଇଥିବା ବେଳେ ଅନ୍ୟ କିଛି ସ୍ଥାନରେ ବି ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୩-୪ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍ଆର ବିଶ୍ବାସଙ୍କ କହିବା ଅନୁଯାୟୀ ଗୁରୁବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ […]

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ରାଜ୍ୟର ସର୍ବାଧିକ ୧୨୦.୮ ମିମି ବର୍ଷା ହୋଇଥିବା ବେଳେ ଅନ୍ୟ କିଛି ସ୍ଥାନରେ ବି ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୩-୪ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍ଆର ବିଶ୍ବାସଙ୍କ କହିବା ଅନୁଯାୟୀ ଗୁରୁବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି ଏହି ୧୦ ଜିଲ୍ଲା ସମେତ ବାଲେଶ୍ବର ଓ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡ଼ିର ଆଶଙ୍କା ରହିଛି ।

ଆହୁରି ପଢ଼ନ୍ତୁ:  INS ଚିଲିକାରେ ଆଉ ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ସମ୍ଭାବ୍ୟ ସ୍ଥିତିକୁ ନଜରରେ ରଖ୍ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୧୨ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୫ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଡ. ବିଶ୍ବାସ କହିଛନ୍ତି । ଏମିତିକି କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି। ବୁଧବାର ହୋଇଥିବା ବର୍ଷା ଦ୍ବାରା ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକେ ହଇରାଣ ହୋଇଛନ୍ତି । ପ୍ରବଳ ବର୍ଷା ଦ୍ବାରା ଜନଜୀବନ ଅସ୍ତବ୍ୟସ୍ତ ହେବା ସହିତ ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବରରେ ସର୍ବାଧିକ ବର୍ଷା ହୋଇଥିବା ବେଳେ କଟକରେ ୫୮ ମିମି, ପାରାଦଦୀପରେ ୬୧ ମିମି, ପୁରୀରେ ୩୭, ଅନୁଗୁଳରେ ୩୨, ନୟାଗଡ଼ରେ ୨୮ ମିମି ବର୍ଷା ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତ

24 Jun 2021 By The Sakala

ଆଜି ବି ପ୍ରବଳ ବର୍ଷା : ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ରାଜ୍ୟର ସର୍ବାଧିକ ୧୨୦.୮ ମିମି ବର୍ଷା ହୋଇଥିବା ବେଳେ ଅନ୍ୟ କିଛି ସ୍ଥାନରେ ବି ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୩-୪ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍ଆର ବିଶ୍ବାସଙ୍କ କହିବା ଅନୁଯାୟୀ ଗୁରୁବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି ଏହି ୧୦ ଜିଲ୍ଲା ସମେତ ବାଲେଶ୍ବର ଓ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡ଼ିର ଆଶଙ୍କା ରହିଛି ।

ସମ୍ଭାବ୍ୟ ସ୍ଥିତିକୁ ନଜରରେ ରଖ୍ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୧୨ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୫ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଡ. ବିଶ୍ବାସ କହିଛନ୍ତି । ଏମିତିକି କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି। ବୁଧବାର ହୋଇଥିବା ବର୍ଷା ଦ୍ବାରା ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକେ ହଇରାଣ ହୋଇଛନ୍ତି । ପ୍ରବଳ ବର୍ଷା ଦ୍ବାରା ଜନଜୀବନ ଅସ୍ତବ୍ୟସ୍ତ ହେବା ସହିତ ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବରରେ ସର୍ବାଧିକ ବର୍ଷା ହୋଇଥିବା ବେଳେ କଟକରେ ୫୮ ମିମି, ପାରାଦଦୀପରେ ୬୧ ମିମି, ପୁରୀରେ ୩୭, ଅନୁଗୁଳରେ ୩୨, ନୟାଗଡ଼ରେ ୨୮ ମିମି ବର୍ଷା ରେକର୍ଡ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର