ଆସନ୍ତାକାଲି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ, ବୁଥ୍‌‌ମୁହାଁ ପୁଲିଂ ପାର୍ଟି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୦ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଥିବା ବେଳେ ଶନିବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟକ୍ରମରେ ବିରାମ ଲାଗିଛି। ଏହି ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଲୋକସଭା କ୍ଷେତ୍ର ଏବଂ ଏହା ଅଧିନରେ ଆସୁଥିବା ୩୫ ବିଧାନସଭା ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟ ମତଦାନ ପାଇଁ ପୁଲିଂ ପାର୍ଟିଗୁଡ଼ିକ ବୁଥ୍‌‌ମୁହାଁ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ମତଦାନ […]

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୦ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଥିବା ବେଳେ ଶନିବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟକ୍ରମରେ ବିରାମ ଲାଗିଛି। ଏହି ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଲୋକସଭା କ୍ଷେତ୍ର ଏବଂ ଏହା ଅଧିନରେ ଆସୁଥିବା ୩୫ ବିଧାନସଭା ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟ ମତଦାନ ପାଇଁ ପୁଲିଂ ପାର୍ଟିଗୁଡ଼ିକ ବୁଥ୍‌‌ମୁହାଁ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ମତଦାନ ପ୍ରକ୍ରିୟାରେ ୬୦ହଜାରରୁ ଊର୍ଦ୍ଧ୍ବ ପୋଲିଂ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ଶନିବାରଠାରୁ ସେମାନେ ବୁଥ୍‌‌ମୁହାଁ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରୁ ମିଳିଥିବା ସୂଚନା ଅନୁଯାୟୀ, ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ୩୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଶନିବାର ୧୭ଟି ନିର୍ବାଚନମଣ୍ଡଳୀକୁ ପୁଲିଂ ପାର୍ଟି ଯାଇସାରିଛନ୍ତି। ସେହିପରି ଆଜି ବଳକା ୧୮ଟି ନିର୍ବାଚନମଣ୍ଡଳୀକୁ ପୁଲିଂ ପାର୍ଟି ଗସ୍ତ କରିବେ। ଅପରପକ୍ଷେ ୫ଲୋକସଭା କ୍ଷେତ୍ର ପାଇଁ ମୋଟ ୪୦ଜଣ ପ୍ରାର୍ଥୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୩୪ଜଣ ପୁରୁଷ ଏବଂ ୬ଜଣ ମହିଳା ପ୍ରାର୍ଥୀ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ସେହିପରି ୩୫ଟି ବିଧାନସଭା ଆସନ ପାଇଁ ମୋଟ ୨୬୫ ଜଣ ପ୍ରାର୍ଥୀ ରହିଛନ୍ତି। ସେମାନଙ୍କ ମଧ୍ୟରେ ୨୨୪ ଜଣ ପୁରୁଷ ଏବଂ ୪୧ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। ମତଦାନକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ବ୍ଲକିଂ ଏବଂ ଚେକିଂ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଉଛି। ଏହି ଲୋକସଭା କ୍ଷେତ୍ର ସୀମାକୁ ଲାଗିଥିବା ଅଞ୍ଚଳରେ ତନଖି ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଥିବା ବେଳେ ପ୍ରତିଟି ଗାଡ଼ିର ଯାଞ୍ଚ କରାଯାଉଛି।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର