ରାଜ୍ୟରେ ଆଗାମୀ ୫ଦିନ ଜାରି ରହିବ କାଳବୈଶାଖୀର ପ୍ରଭାବ

The Sakala Picture
Published On

ଭୁବନେଶ୍ବର: ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବ । ୨୪ରେ ଏହା ଅବପାତର ରୂପ ନେଇପାରେ । ଏହାର ପ୍ରଭାବ ସମୁଦ୍ର ଅଶାନ୍ତ ରହିବ । ୨୪ ଓ ୨୫ ତାରିଖର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ଆଗାମୀ ୫ ଦିନରେ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ। ୨୨ତାରିଖ ୨୩ତାରିଖ ଓ […]

ଭୁବନେଶ୍ବର: ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବ । ୨୪ରେ ଏହା ଅବପାତର ରୂପ ନେଇପାରେ । ଏହାର ପ୍ରଭାବ ସମୁଦ୍ର ଅଶାନ୍ତ ରହିବ । ୨୪ ଓ ୨୫ ତାରିଖର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ସେପଟେ ଆଗାମୀ ୫ ଦିନରେ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ। ୨୨ତାରିଖ ୨୩ତାରିଖ ଓ ୨୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨୩ ଓ ୨୪ ତାରିଖରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ବିଭିନ୍ନ ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ସେହିପରି ୨୨ ତାରିଖରେ  ଲଘୁଚାପ ସୃଷ୍ଟି ହେବା ନେଇ ମଧ୍ୟ ଆକଳନ କରିଛି ପାଣିପାଗ କେନ୍ଦ୍ର । ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବା ସହ ୨୪ ତାରିଖରେ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ମତ୍ସ୍ୟଜୀବୀମାନଙ୍କୁ ମେ ୨୩ରୁ ବଙ୍ଗୋପସାଗରର କେନ୍ଦ୍ରୀୟ ଉପସାଗରରେ ଏବଂ ମେ ୨୪ରୁ ଉତ୍ତର ବଙ୍ଗୋପସାଗରରେ ପ୍ରବେଶ ନକରିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ମେ’ ୨୩ପୂର୍ବରୁ ଉପକୂଳକୁ ଫେରିବାକୁ ପରାମର୍ଶ ଦିଆଯାଇଥିବା ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର