ବୁର୍ଲା ଭିସୁଟକୁ ସଟଡାଉନ୍ ଘୋଷଣାକଲେ ଜିଲାପାଳ

The Sakala Picture
Published On

ସମ୍ବଲପୁର: ବୁର୍ଲା ଭିସୁଟକୁ ସଟଡାଉନ ଘୋଷଣା କରାଯାଇଛି। ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ହଷ୍ଟେଲରୁ କୋଭିଡ ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲାପାଳ ତଥା ବର୍ତ୍ତମାନର ପିଡି ଡିଆରଡିଏ ସୁକାନ୍ତ ତ୍ରିପାଠୀ ଏହି ଘୋଷଣା କରିଛନ୍ତି । ଭିସୁଟର ୧୧ଟି ହଷ୍ଟେଲ୍ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ସେହିପରି ପୁଲହ ହଷ୍ଟେଲର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ବଫର୍ ଜୋନ୍ ଘୋଷଣା ହୋଇଛି। ଗାଡ଼ି ଚଳାଚଳ ଓ ସାଧାରଣ ଲୋକଙ୍କ ଗମନାଗମନ ଉପରେ କଟକଣା ଲଗାଯାଇଛି। ସେହିପରି ଜରୁରୀ […]

ସମ୍ବଲପୁର: ବୁର୍ଲା ଭିସୁଟକୁ ସଟଡାଉନ ଘୋଷଣା କରାଯାଇଛି। ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ହଷ୍ଟେଲରୁ କୋଭିଡ ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲାପାଳ ତଥା ବର୍ତ୍ତମାନର ପିଡି ଡିଆରଡିଏ ସୁକାନ୍ତ ତ୍ରିପାଠୀ ଏହି ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଭିସୁଟର ୧୧ଟି ହଷ୍ଟେଲ୍ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ସେହିପରି ପୁଲହ ହଷ୍ଟେଲର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ବଫର୍ ଜୋନ୍ ଘୋଷଣା ହୋଇଛି। ଗାଡ଼ି ଚଳାଚଳ ଓ ସାଧାରଣ ଲୋକଙ୍କ ଗମନାଗମନ ଉପରେ କଟକଣା ଲଗାଯାଇଛି। ସେହିପରି ଜରୁରୀ ମେଡିକାଲ୍ କେସରେ ଅନୁମତି ନେଇ ପ୍ରବେଶ କରିହେବ । କଣ୍ଟେନମେଣ୍ଟ ଓ ବଫର୍ ଜୋନରେ ସବୁ ଦୋକାନ ବନ୍ଦ ରହିବ। ଉଭୟ ଜୋନରେ ଜରୁରୀ ସାମଗ୍ରୀ ମହାନଗର ନିଗମ ପହଞ୍ଚାଇବ। ସେହିପରି ବଫର ଜୋନ ଏବଂ କଣ୍ଟେନମେଣ୍ଟ ଜୋନ ଅଞ୍ଚଳରେ ସମସ୍ତେ ମାସ୍କ ପିନ୍ଧିବାକୁ ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ବାଧ୍ୟତାମୂଳକ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ପରବର୍ତ୍ତୀ ନିର୍ଦ୍ଦେଶନାମା ଆସିବା ଯାଏଁ ଏହି ଘୋଷଣା ବଳବତ୍ତର ରହିବ । ଏହା ସହ କଣ୍ଟେନମେଣ୍ଟ ଜୋନରେ ଜରୁରୀକାଳିନ ସେବାକୁ ବାଦ ଦେଲେ କୌଣସି ଯାନ ବାହନ ଚଳାଚଳ କରିପାରିବ ନାହିଁ । ଏହା ସହ ବାହାର କୌଣସି ଲୋକ ଭିତରକୁ ଯାଇ ପାରିବେ ନାହିଁ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ସୂଚନା ଅନୁଯାୟୀ, ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି।  କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ହଷ୍ଟେଲ ଯାଇ ସ୍ଥିତି ପରଖିଥିଲେ ଜିଲ୍ଲାପାଳ ଓ ପିଡି ଡିଆରଡିଏ। ୨୫ ଜଣ ଛାତ୍ର ଚିହ୍ନଟ ହେବା ପରେ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଥିଲା। ସେମାନଙ୍କ ଠାରୁ ଆଉ କୌଣସି ଛାତ୍ର କିମ୍ବା ଆଉ କିଏ ଯେପରି ସଂକ୍ରମିତ ନହୁନ୍ତି ସେଥିପ୍ରତି ଧ୍ୟାନ ଦିଆଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍ ସସପେଣ୍ଡ କରାଯାଇଥିଲା ।

ହଷ୍ଟେଲ ଭିତରେ ଥିବା ଛାତ୍ରଛାତ୍ରୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ । ତେବେ ପରୀକ୍ଷା ଚାଲିଥିବା ଛାତ୍ରଛାତ୍ରୀଙ୍କ ଭିତରେ କେହି କରୋନା ଆକ୍ରାନ୍ତ ନାହାନ୍ତି। ତେଣୁ ଅବାଧରେ ପରୀକ୍ଷା ଚାଲିପାରିବ ବୋଲି କୁଳପତି କହିଥିଲେ।

28 Feb 2021 By The Sakala

ବୁର୍ଲା ଭିସୁଟକୁ ସଟଡାଉନ୍ ଘୋଷଣାକଲେ ଜିଲାପାଳ

ସମ୍ବଲପୁର: ବୁର୍ଲା ଭିସୁଟକୁ ସଟଡାଉନ ଘୋଷଣା କରାଯାଇଛି। ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ହଷ୍ଟେଲରୁ କୋଭିଡ ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲାପାଳ ତଥା ବର୍ତ୍ତମାନର ପିଡି ଡିଆରଡିଏ ସୁକାନ୍ତ ତ୍ରିପାଠୀ ଏହି ଘୋଷଣା କରିଛନ୍ତି ।

ଭିସୁଟର ୧୧ଟି ହଷ୍ଟେଲ୍ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ସେହିପରି ପୁଲହ ହଷ୍ଟେଲର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ବଫର୍ ଜୋନ୍ ଘୋଷଣା ହୋଇଛି। ଗାଡ଼ି ଚଳାଚଳ ଓ ସାଧାରଣ ଲୋକଙ୍କ ଗମନାଗମନ ଉପରେ କଟକଣା ଲଗାଯାଇଛି। ସେହିପରି ଜରୁରୀ ମେଡିକାଲ୍ କେସରେ ଅନୁମତି ନେଇ ପ୍ରବେଶ କରିହେବ । କଣ୍ଟେନମେଣ୍ଟ ଓ ବଫର୍ ଜୋନରେ ସବୁ ଦୋକାନ ବନ୍ଦ ରହିବ। ଉଭୟ ଜୋନରେ ଜରୁରୀ ସାମଗ୍ରୀ ମହାନଗର ନିଗମ ପହଞ୍ଚାଇବ। ସେହିପରି ବଫର ଜୋନ ଏବଂ କଣ୍ଟେନମେଣ୍ଟ ଜୋନ ଅଞ୍ଚଳରେ ସମସ୍ତେ ମାସ୍କ ପିନ୍ଧିବାକୁ ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ବାଧ୍ୟତାମୂଳକ।

ପରବର୍ତ୍ତୀ ନିର୍ଦ୍ଦେଶନାମା ଆସିବା ଯାଏଁ ଏହି ଘୋଷଣା ବଳବତ୍ତର ରହିବ । ଏହା ସହ କଣ୍ଟେନମେଣ୍ଟ ଜୋନରେ ଜରୁରୀକାଳିନ ସେବାକୁ ବାଦ ଦେଲେ କୌଣସି ଯାନ ବାହନ ଚଳାଚଳ କରିପାରିବ ନାହିଁ । ଏହା ସହ ବାହାର କୌଣସି ଲୋକ ଭିତରକୁ ଯାଇ ପାରିବେ ନାହିଁ ।

ସୂଚନା ଅନୁଯାୟୀ, ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି।  କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ହଷ୍ଟେଲ ଯାଇ ସ୍ଥିତି ପରଖିଥିଲେ ଜିଲ୍ଲାପାଳ ଓ ପିଡି ଡିଆରଡିଏ। ୨୫ ଜଣ ଛାତ୍ର ଚିହ୍ନଟ ହେବା ପରେ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଥିଲା। ସେମାନଙ୍କ ଠାରୁ ଆଉ କୌଣସି ଛାତ୍ର କିମ୍ବା ଆଉ କିଏ ଯେପରି ସଂକ୍ରମିତ ନହୁନ୍ତି ସେଥିପ୍ରତି ଧ୍ୟାନ ଦିଆଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍ ସସପେଣ୍ଡ କରାଯାଇଥିଲା ।

ହଷ୍ଟେଲ ଭିତରେ ଥିବା ଛାତ୍ରଛାତ୍ରୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ । ତେବେ ପରୀକ୍ଷା ଚାଲିଥିବା ଛାତ୍ରଛାତ୍ରୀଙ୍କ ଭିତରେ କେହି କରୋନା ଆକ୍ରାନ୍ତ ନାହାନ୍ତି। ତେଣୁ ଅବାଧରେ ପରୀକ୍ଷା ଚାଲିପାରିବ ବୋଲି କୁଳପତି କହିଥିଲେ।

https://www.thesakala.in/latest-odisha-news/vssut-burla-shut-down-due-to-covid19/article-323
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର