୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲେ କାର୍ତ୍ତିକ ପାଣ୍ଡିଆନ

The Sakala Picture
Published On

ଭୁବନେଶ୍ବର: ୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ବିଜେପିର ୯ ସେଲ୍ଫ ଗୋଲ କଥା କହି ସମାଲୋଚନା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶା ବାସୀ। ବାହାରୁ ନେତା, କେନ୍ଦ୍ରମନ୍ତ୍ରୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ଭାଷାରେ ଅସମ୍ମାନ ଗାଳି ଗୁଲଜ କରୁଛନ୍ତି। ଯାହାକୁ ଓଡ଼ିଶା ବାସୀ ପସନ୍ଦ କରୁନାହାନ୍ତି। ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ବିଜେପି ସରକାରକୁ […]

ଭୁବନେଶ୍ବର: ୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ବିଜେପିର ୯ ସେଲ୍ଫ ଗୋଲ କଥା କହି ସମାଲୋଚନା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶା ବାସୀ। ବାହାରୁ ନେତା, କେନ୍ଦ୍ରମନ୍ତ୍ରୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ଭାଷାରେ ଅସମ୍ମାନ ଗାଳି ଗୁଲଜ କରୁଛନ୍ତି। ଯାହାକୁ ଓଡ଼ିଶା ବାସୀ ପସନ୍ଦ କରୁନାହାନ୍ତି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ବିଜେପି ସରକାରକୁ ଆସିଲେ ମିଶନଶକ୍ତି ବନ୍ଦ କରିବେ। ନିର୍ବାଚନ ଇସ୍ତାହାର ରେ ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି କହିଛି। ମିଶନଶକ୍ତି କୁ ବନ୍ଦ କରିବାକୁ ବିଜେପି ଷଡଯନ୍ତ୍ର କରୁଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

BSKY ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ଆୟୁଷ୍ମାନ ଭାରତ କେବଳ ବିପିଏଲ ପରିବାର ପାଇଁ । କିନ୍ତୁ BSKY ଯୋଜନା ସମସ୍ତଙ୍କ ପାଇଁ। ରାଜ୍ୟର ୯୦ ପ୍ରତିଶତ ଲୋକ ସୁବିଧା ପାଉଛନ୍ତି। ଆଗକୁ BSKY ନବୀନ କାର୍ଡରେ ସମସ୍ତଙ୍କୁ ସାମିଲ କରାଯିବ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଯୁବ କ୍ଷେତ୍ରକୁ ଗୁରୁତ୍ଵ ଦେଇ ନବୀନ ସରକାର 5T ସ୍କୁଲ , 5T କଲେଜ, ଯୁବ ବଜେଟ ବ୍ୟବସ୍ଥା କରିଛନ୍ତି। ୯୮ ପ୍ରତିଶତ ପିଲାଙ୍କ ପାଇଁ ନୂଆ ଓ ଛାତ୍ର ବୃତ୍ତି ଯୋଜନା ଆରମ୍ଭ ହୋଇଛି। ଯୁବକଙ୍କ ପାଇଁ ବିଜେପି ଇସ୍ତାହାର ରେ କିଛି ନଥିବା ବେଳେ ଏହାକୁ ବନ୍ଦ କରିବାକୁ ଯୋଜନା କରୁଛି ବିଜେପି।

ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ପରିଚୟ ପାଇଁ SDC ଗଠନ କରିଛନ୍ତି। ଡବଲ ଇଞ୍ଜିନ ଚାଲିଥିବା ରାଜ୍ୟରେ ଅଧିକ ଆଦିବାସୀ ଥାଇ ବି SDC ଗଠନ କରାଯାଇ ନାହିଁ। ବିଜେପି ସରକାରକୁ ଆସିଲେ ଏହାକୁ ବନ୍ଦ କରିବେ।

ଡବଲ ଇଞ୍ଜିନ ସରକାର ଥିବା ରାଜ୍ୟରେ ଶାନ୍ତି ନାହିଁ। ଓଡ଼ିଶାରେ ଶାନ୍ତି ଅଛି। ଓଡ଼ିଶାରେ ଦାଦା ବଟି ନାହିଁ। କିନ୍ତୁ ବିଜେଡିରୁ ବିଦା ହୋଇଥିବା ଅନେକ ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ଥିବା ବ୍ୟକ୍ତିଙ୍କୁ ବିଜେପି ନିଜ ଦଳରେ ସାମିଲ କରିଛି।

ବିଜେଡ଼ିର ମାଗଣା ବିଦ୍ୟୁତ୍ ଘୋଷଣା ପରେ ବିଜେପିକୁ କରେଣ୍ଟ ଲାଗିଛି । ବିଜେପି ସୋଲାର ବ୍ୟବସ୍ଥାରେ ବିଦ୍ୟୁତ୍ ଯୋଗାଇବା କଥା କହୁଛି। ରନ୍ଧନ ଗ୍ୟାସ ମାଗଣାରେ ଯୋଗାଇବା କଥା କହି ବାରମ୍ବାର ଦର ବଢାଇ ଚାଲିଛି। LPG ଗ୍ୟାସ ପରି ବିଜେପିର ସୋଲାର ବିଦ୍ୟୁତ୍ ଘୋଷଣା ଏକ ବଡ ଜୁମଲା।

ଚାଷୀଙ୍କ ପାଇଁ ୩୧୦୦ ଟଙ୍କା MSP ବଡ ଜୁମଲା। MSP ବୃଦ୍ଧି କେନ୍ଦ୍ର ବିଚାରାଧୀନ ହୋଇଥିଲେ ବି ୧୦ ବର୍ଷ ଧରି ଚାଷୀଙ୍କ କଥା ଚିନ୍ତା କରିନଥିଲା ବିଜେପି। ଏବେ ନିର୍ବାଚନ ପାଇଁ ଚାଷୀଙ୍କ କଥା ମନେ ପଡୁଛି।

ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କା ଭାଉଚର ଦେବାକୁ ବିଜେପିର ଘୋଷଣା ମଧ୍ୟ ଏକ ଜୁମଲା। ଯଦି ୫୦ ହଜାର ଟଙ୍କା ଦିଆଯାଏ ୧ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। କିନ୍ତୁ ଓଡ଼ିଶାରେ ବିକାଶମୂଳକ ବାବଦରେ ସ୍କିମ ୨୫ ହଜାର କୋଟି ଟଙ୍କା ବଜେଟ ରହୁଛି।

ଓଡିଶା ବାସୀ ଜାଣିଛନ୍ତି ଓଡିଶାରେ ବିଜେପିର ସ୍ଥିତି କିଛି ନାହିଁ। ବିଜେଡ଼ି ତୃତୀୟ ପର୍ଯ୍ୟାୟ ପରେ ଲୋକଙ୍କ ଆଶୀର୍ବାଦରେ ବହୁମତ ପାଇ ସାରିଛି। ବିଜେଡ଼ି ସୁଇପ କରିବ, ୯୦-୯୫ ଷ୍ଟାଇକ ରେଟ ହେବ। ଅନ୍ୟ ସ୍ଥାନରେ ଯଦି ୮୦-୮୫ ପ୍ରତିଶତ ରହିଛି ଏଇଟା ବିଜେଡ଼ିର ଗଡ଼। ଯାଜପୁର, ଭଦ୍ରକ,ଜଗତସିଂପୁର ,କେନ୍ଦ୍ରାପଡ଼ା ବାଲେଶ୍ୱର, ମୟୁରଭଞ୍ଜ । ମୟୂରଭଞ୍ଜରେ ଜିଲ୍ଲା ପରିଷଦ ନିର୍ବାଚନରେ ୫୫ରୁ ୫୪ ବିଜେଡ଼ି ଜିତିଲା। ଆଉ କେଉଁ ଦଳ ଗୋଟିଏ ଆସନ ପାଇଥିଲେ ।

ଅମିତ ଶାହା ଓଡିଶା ଗସ୍ତ ଉପରେ ପ୍ରତିକ୍ରିୟା ରଖି କାର୍ତ୍ତିର ପାଣ୍ଡିଆନ କହିଛନ୍ତି,  ଓଡ଼ିଶା ବହୁତ ନେତା ମାନେ ଆସୁଛନ୍ତି , ଭଲ କଥା। ଓଡିଶାକୁ ଆସିବା ସ୍ଵାଗତ। ହେଲେ ଓଡିଶା ଆସି ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି। ଏହାର ଜବାବ ଆଗାମୀ ଦିନରେ ଓଡ଼ିଶାବାସୀ ଦେବେ। ମତେ ଗାଳି କି ଆକ୍ରମଣ କଲେ କିଛି ପ୍ରଭାବ ପଡ଼ିବ ନାହିଁ। ମୁଁ ବହୁତ ଖୁସୀ ଅଛି। ମୋତେ ଯଦି ଗାଳି ଦେଲେ ତାହାର ଜବାବ ଓଡ଼ିଶାବାସୀ ଦେବେ। ଓଡିଶାର ସବୁ ଯୋଜନା ୫ଟିରେ ହେଉଛି, ସେମାନେ ଏଇଟା ଜାଣିଛନ୍ତି। ମତେ ଗାଳି ଦେଲେ ଲୋକ ବୁଝିବେ।

୨୦୧୯ ପରଠୁ ଓଡିଶାରେ ବହୁତ ଭଲ କାମ କରାଯାଇଛି। ୫ଟି ଘୋଷଣା ପରେ ସବୁ କାମ ଭଲ ହୋଇଛି । କୋଭିଡ ବେଳେ ଓଡିଶାବାସୀ ମାଗଣା ଚିକିତ୍ସା ପାଇଛନ୍ତି। ଏହାସହ ଅନେକ ଯୋଜନା ଲୋକଙ୍କ ହୃଦୟକୁ ଛୁଇଁଛି। ଏବେ ସବୁ କିଛି ସବୁ ରୂପାନ୍ତରିକରଣ ହେଉଛି, ସ୍କୁଲ, କଲେଜଠୁ ଆରମ୍ଭ କରି ମନ୍ଦିର ପର୍ଯ୍ୟନ୍ତ। ମୋ ସରକାର ଲାଗୁ ହେବା ପରେ ସବୁ ଅଫିସ ବିଷୟରେ ଆପଣ ଲୋକଙ୍କଠୁ ମତାମତ ନେଲେ ସେମାନେ କହିବେ। ୫ଟି ଓ ମୋ ସରକାର ଦ୍ୱାରା କିପରି ଉପକୃତ ହେଉଛନ୍ତି। ବିଜେଡ଼ି ଲୋକଙ୍କର ସରକାର ବୋଲି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।

28 May 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର