ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ବିଜେଡି ନେତା ତଥା ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ

The Sakala Picture
Published On

ଭୁବନେଶ୍ୱର: ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ବିଜେଡି ନେତା ତଥା କନ୍ଧମାଳର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ । ରାଜନୀତିରୁ ଅବସର ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅଚ୍ୟୁତ। ତେବେ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେବା ପରେ ବି ଦୀର୍ଘ ୩୨ବର୍ଷ ଧରି ସେ ଜାରି ରଖିଥିବା ସମାଜସେବା ପୂର୍ବଭଳି ଜାରି ରହିବ ଏବଂ ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଅଚ୍ୟୁତ ସାମନ୍ତ ପ୍ରକାଶ କରିଛନ୍ତି। ଏହାସହ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ […]

ଭୁବନେଶ୍ୱର: ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ବିଜେଡି ନେତା ତଥା କନ୍ଧମାଳର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ । ରାଜନୀତିରୁ ଅବସର ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅଚ୍ୟୁତ। ତେବେ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେବା ପରେ ବି ଦୀର୍ଘ ୩୨ବର୍ଷ ଧରି ସେ ଜାରି ରଖିଥିବା ସମାଜସେବା ପୂର୍ବଭଳି ଜାରି ରହିବ ଏବଂ ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଅଚ୍ୟୁତ ସାମନ୍ତ ପ୍ରକାଶ କରିଛନ୍ତି। ଏହାସହ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି ଅଚ୍ୟୁତ ସାମନ୍ତ। ଶନିବାର ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ଭେଟିଥିଲେ । ଉଭୟ ଲୋକସଭା ଓ ରାଜ୍ୟସଭାରେ ତାଙ୍କୁ ସୁଯୋଗ ଦେଇଥିବାରୁ ଦଳର ମୁଖିଆଙ୍କୁ କୃତଜ୍ଞତା ଜଣାଇଥିଲେ ଅଚ୍ୟୁତ।

ଆହୁରି ପଢ଼ନ୍ତୁ: ଉମରକୋଟ କଲେଜରେ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ହିଂସା: ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କୁ ଛୁରାମାଡ଼

୨୦୧୮ରେ ଅଚ୍ୟୁତ ସାମନ୍ତ ରାଜନୀତିରେ ପ୍ରବେଶ କରିବା ସହ ବିଜେଡିରେ ସାମିଲ ହୋଇଥିଲେ। ଏବଂ ସେହି ବର୍ଷ ତାଙ୍କୁ ରାଜ୍ୟସଭା ପଠାଇଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପରେ ୨୦୧୯ ନିର୍ବାଚନରେ କନ୍ଧମାଳରୁ ବିଜେଡିର ଲୋକସଭା ପ୍ରାର୍ଥୀ ଭାବେ ନିର୍ବାଚନ ଜିତି ସପ୍ତଦଶ ଲୋକସଭାରେ ପାଦ ଥାପିଥିଲେ। ନିଜର ନିକଟତମ ପ୍ରତିଦ୍ୱନ୍ଦ୍ୱି ବିଜେପିର ଖାରବେଳ ସ୍ୱାଇଁଙ୍କୁ ପାଖାପାଖି ଏକ ଲକ୍ଷ ଭୋଟ ବ୍ୟବଧାନରେ ପରାସ୍ତ କରି ଲୋକସଭାକୁ ନିର୍ବାଚିତ ହୋଇଥିଲେ ଅଚ୍ୟୁତ ସାମନ୍ତ। ହେଲେ ୨୦୨୪ ଲୋକସଭା ନିର୍ବାଚନରେ କନ୍ଧମାଳ ଆସନରୁ ପରାଜୟ ପରେ ଆଜି ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଇ ଘୋଷଣା କରିଛନ୍ତି ଅଚ୍ୟୁତ ସାମନ୍ତ। ଏହି ଅବସରରେ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ସେମାନଙ୍କ ଭଲ ପାଇବା ପାଇଁ କନ୍ଧମାଳବାସୀଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ବୋମାମାଡ଼ ଆତଙ୍କ ପରେ କ୍ୟାମ୍ପସରେ ପୋଲିସ ଛାଉଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର