ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ, ବିଜେପି ବିଧାୟକ ଦଳ ବୈଠକରେ ହେଲା ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ବର : ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ମଙ୍ଗଳବାର ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳର ବୈଠକରେ ତାଙ୍କ ନାଁ ଉପରେ ମୋହର ଲାଗିଛି। ଆଜି ଅପରାହ୍ନ ୪.୩୦ରେ ବିଜେପିର ନବନିର୍ବାଚିତ ୭୮ ବିଧାୟକ ମାନଙ୍କ ସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ ଆଲୋଚନା ପରେ ମୋହନ ମାଝୀ ନାଁରେ ମୋହର ଲାଗିଛି। ଏଥି ସହିତ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ଉପ-ମୁଖ୍ୟମନ୍ତ୍ରୀ ରହିବେ। […]

ଭୁବନେଶ୍ବର : ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ମଙ୍ଗଳବାର ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳର ବୈଠକରେ ତାଙ୍କ ନାଁ ଉପରେ ମୋହର ଲାଗିଛି। ଆଜି ଅପରାହ୍ନ ୪.୩୦ରେ ବିଜେପିର ନବନିର୍ବାଚିତ ୭୮ ବିଧାୟକ ମାନଙ୍କ ସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ ଆଲୋଚନା ପରେ ମୋହନ ମାଝୀ ନାଁରେ ମୋହର ଲାଗିଛି। ଏଥି ସହିତ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ଉପ-ମୁଖ୍ୟମନ୍ତ୍ରୀ ରହିବେ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ଆସନ୍ତାକାଲି ମୋହନ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ମୋହନ ମାଝୀ କେନ୍ଦୁଝରରୁ ଏଥର କ୍ରମାଗତ ୪ର୍ଥ ବିଜୟ ହାସଲ କରିଛନ୍ତି। ସେହିପରି ସେ ଜଣେ ଆଦିବାସୀ ନେତା ଭାବେ ବେଶ ପରିଚିତ। ଅନ୍ୟପଟେ ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଏହି ନେତାମାନେ ବିଧିବଦ୍ଧ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳର ବୈଠକରେ ସମସ୍ତ ୭୮ ବିଧାୟକଙ୍କ ସହ ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବ ଓ ନବନିର୍ବାଚତ ସାସଂଦ ସଙ୍ଗୀତା ସିଂଦେଓ, ଅପରାଜିତା ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ରୁଦ୍ର ପାଣି, ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ମଧ୍ୟ ଉପସ୍ଥିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

11 Jun 2024 By The Sakala

ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ, ବିଜେପି ବିଧାୟକ ଦଳ ବୈଠକରେ ହେଲା ନିଷ୍ପତ୍ତି

ଭୁବନେଶ୍ବର : ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ମଙ୍ଗଳବାର ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳର ବୈଠକରେ ତାଙ୍କ ନାଁ ଉପରେ ମୋହର ଲାଗିଛି। ଆଜି ଅପରାହ୍ନ ୪.୩୦ରେ ବିଜେପିର ନବନିର୍ବାଚିତ ୭୮ ବିଧାୟକ ମାନଙ୍କ ସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ ଆଲୋଚନା ପରେ ମୋହନ ମାଝୀ ନାଁରେ ମୋହର ଲାଗିଛି। ଏଥି ସହିତ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ଉପ-ମୁଖ୍ୟମନ୍ତ୍ରୀ ରହିବେ।

ଆସନ୍ତାକାଲି ମୋହନ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ମୋହନ ମାଝୀ କେନ୍ଦୁଝରରୁ ଏଥର କ୍ରମାଗତ ୪ର୍ଥ ବିଜୟ ହାସଲ କରିଛନ୍ତି। ସେହିପରି ସେ ଜଣେ ଆଦିବାସୀ ନେତା ଭାବେ ବେଶ ପରିଚିତ। ଅନ୍ୟପଟେ ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଏହି ନେତାମାନେ ବିଧିବଦ୍ଧ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ।

ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳର ବୈଠକରେ ସମସ୍ତ ୭୮ ବିଧାୟକଙ୍କ ସହ ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବ ଓ ନବନିର୍ବାଚତ ସାସଂଦ ସଙ୍ଗୀତା ସିଂଦେଓ, ଅପରାଜିତା ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ରୁଦ୍ର ପାଣି, ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ମଧ୍ୟ ଉପସ୍ଥିତ ରହିଥିଲେ।

https://www.thesakala.in/latest-odisha-news/mohan-majhi-is-the-new-chief-minister-of-odisha/article-32823
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର