୧୦ ଜିଲ୍ଲାରେ ଖୋଲିବ ୬୦ ନର୍ସିଂ କଲେଜ୍

The Sakala Picture
Published On

ଝାରସୁଗୁଡ଼ା: ରାଜ୍ୟର ୧୦ ଗୋଟି ଜିଲ୍ଲାରେ ନର୍ସିଂ କଲେଜ୍ ଖୋଲିବ । ରାଜ୍ୟରେ ସୁଦୃଢ଼ ହେବ ସ୍ୱାସ୍ଥ୍ୟସେବା । ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି । ସବୁ କଲେଜରେ ୬୦ଟି ଲେଖାଏଁ ସିଟ୍ ରହିବ । ଏଥିସହ ପରବର୍ତ୍ତୀ ସମୟରେ ଏହି ସିଟ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ମୟୂରଭଞ୍ଜ, ବଲାଙ୍ଗିର, କୋରାପୁଟ, ବାଲେଶ୍ୱର, ଝାରସୁଗୁଡ଼ା, ପୁରୀ, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ନର୍ସିଂ କଲେଜ […]

ଝାରସୁଗୁଡ଼ା: ରାଜ୍ୟର ୧୦ ଗୋଟି ଜିଲ୍ଲାରେ ନର୍ସିଂ କଲେଜ୍ ଖୋଲିବ । ରାଜ୍ୟରେ ସୁଦୃଢ଼ ହେବ ସ୍ୱାସ୍ଥ୍ୟସେବା । ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି । ସବୁ କଲେଜରେ ୬୦ଟି ଲେଖାଏଁ ସିଟ୍ ରହିବ । ଏଥିସହ ପରବର୍ତ୍ତୀ ସମୟରେ ଏହି ସିଟ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ମୟୂରଭଞ୍ଜ, ବଲାଙ୍ଗିର, କୋରାପୁଟ, ବାଲେଶ୍ୱର, ଝାରସୁଗୁଡ଼ା, ପୁରୀ, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ନର୍ସିଂ କଲେଜ ଖୋଲିବ । ଏଥିସହ ଝାରସୁଗୁଡ଼ା ଜିଲ୍ଲାରେ ଚଳିତବର୍ଷ ହାର୍ଟ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ଆଗକୁ କରୋନାର ତୃତୀୟ ଲହର ଆସୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ ପଦକ୍ଷେପ ନିଆଯାଇଛି । କରୋନା ହାରିବ, ଓଡ଼ିଶା ଜିତିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

28 Jun 2021 By The Sakala

୧୦ ଜିଲ୍ଲାରେ ଖୋଲିବ ୬୦ ନର୍ସିଂ କଲେଜ୍

ଝାରସୁଗୁଡ଼ା: ରାଜ୍ୟର ୧୦ ଗୋଟି ଜିଲ୍ଲାରେ ନର୍ସିଂ କଲେଜ୍ ଖୋଲିବ । ରାଜ୍ୟରେ ସୁଦୃଢ଼ ହେବ ସ୍ୱାସ୍ଥ୍ୟସେବା । ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି । ସବୁ କଲେଜରେ ୬୦ଟି ଲେଖାଏଁ ସିଟ୍ ରହିବ । ଏଥିସହ ପରବର୍ତ୍ତୀ ସମୟରେ ଏହି ସିଟ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ମୟୂରଭଞ୍ଜ, ବଲାଙ୍ଗିର, କୋରାପୁଟ, ବାଲେଶ୍ୱର, ଝାରସୁଗୁଡ଼ା, ପୁରୀ, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ନର୍ସିଂ କଲେଜ ଖୋଲିବ । ଏଥିସହ ଝାରସୁଗୁଡ଼ା ଜିଲ୍ଲାରେ ଚଳିତବର୍ଷ ହାର୍ଟ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ଆଗକୁ କରୋନାର ତୃତୀୟ ଲହର ଆସୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ ପଦକ୍ଷେପ ନିଆଯାଇଛି । କରୋନା ହାରିବ, ଓଡ଼ିଶା ଜିତିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

https://www.thesakala.in/latest-odisha-news/60-nursing-colleges-will-be-opened-in-10-districts/article-3291
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର