ସ୍ନାନ ପୂର୍ଣ୍ଣିମା ପାଇଁ ସେନାପଟା ଲାଗି ନୀତି: ଆଜି ରାତି ୧୨ଟାରୁ ଆସନ୍ତାକାଲି ଦିନ ୧୧ ଟା ଯାଏ ବନ୍ଦ ରହିବ ଜଗା ଦର୍ଶନ

The Sakala Picture
Published On

ପୁରୀ: ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଆଜି ରାତି ୧୨ଟା ଠାରୁ ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଦିନ ୧୧ ଟା ପର୍ଯ୍ୟନ୍ତ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୨ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପକୁ ଚତୁର୍ଦ୍ଧାବିଗ୍ରହ ବିଜେ କରି ପ୍ରତ୍ୟକ୍ଷ ସ୍ନାନ କରିବେ। […]

ପୁରୀ: ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଆଜି ରାତି ୧୨ଟା ଠାରୁ ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଦିନ ୧୧ ଟା ପର୍ଯ୍ୟନ୍ତ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଆସନ୍ତା ୨୨ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପକୁ ଚତୁର୍ଦ୍ଧାବିଗ୍ରହ ବିଜେ କରି ପ୍ରତ୍ୟକ୍ଷ ସ୍ନାନ କରିବେ। ଲକ୍ଷ ଲକ୍ଷ ଭକ୍ତ ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ପ୍ରତ୍ୟକ୍ଷ ସ୍ନାନ ଏବଂ ହାତୀବେଶ ଦର୍ଶନ ଲାଗି ଆସିବେ। ତେଣୁ ଠାକୁରଙ୍କ ନୀତିକାନ୍ତି ଏବଂ ଭକ୍ତମାନେ କିପରି ଶୃଙ୍ଖଳିତ ଭାବେ ଦର୍ଶନ କରିବେ ସେ ନେଇ ବୁଧବାର ଅନୁଷ୍ଠିତ ହୋଇଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ନାନଯାତ୍ରା ନୀତିରେ ମୋହର ବାଜିଥିବା ବେଳେ ବ୍ୟବସ୍ଥାବଳୀକୁ ମଧ୍ୟ ଅନୁମୋଦନ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଆସନ୍ତା ୨୨ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ପୂର୍ବ ରାତି ସାଢ଼େ ୪ଟାରେ ମଙ୍ଗଳାର୍ପଣ ସରି ଭୋର ୫ଟାରୁ ପହଣ୍ଡି ଆରମ୍ଭ ହେବ। ସକାଳ ୭ଟାରେ ପହଣ୍ଡି ସରି ୯ଟାରେ ହେବ ମଙ୍ଗଳ ଆଳତି। ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ମଧ୍ୟରେ ଜଳବିଜେ, ପୂଜା ଓ ଠାକୁରଙ୍କ ସ୍ନାନ ସରିବ। ଅପରାହ୍ନ ୩ଟାରେ ଛେରାପହଁରା ପରେ ୩ଟା ୪୦ରେ ଠାକୁରଙ୍କ ହାତୀବେଶ କରାଯିବ। ସନ୍ଧ୍ୟା ସାଢ଼େ ୭ଟାରୁ ରାତି ସାଢ଼େ ୧୦ ଅର୍ଥାତ୍‌‌ ସାଢେ ୩ ଘଣ୍ଟା ସାହାଣ ମେଲା ଦର୍ଶନ ରହିଛି। ସ୍ନାନଯାତ୍ରା ଦିନ ପହଣ୍ଡି ପରଠାରୁ ଭକ୍ତଙ୍କ ନିରବଚ୍ଛିନ ଦର୍ଶନ ଚାଲୁ ରହିବ। ତେବେ ସ୍ନାନ ବେଦୀରେ ଅବରୋଧ ମୁକ୍ତ ଦର୍ଶନ ଉପରେ ଗୁରୁତ୍ୱ ଦିଆଯାଇଛି। ଶ୍ରଦ୍ଧାଳୁମାନେ ସ୍ନାନମଣ୍ଡପ ସମ୍ମୁଖରୁ ଦର୍ଶନ କରିବେ କିନ୍ତୁ କେହି ଠାକୁରଙ୍କୁ ସ୍ପର୍ଶ କରିବେ ନାହିଁ। ସ୍ନାନଯାତ୍ରାର ବାହୁଡା ପହଣ୍ଡି ରାତି ସାଢ଼େ ୧୧ରୁ ଆରମ୍ଭ ହୋଇ ରାତି ୨ଟାରେ ଶେଷ ହେବ। ଏହାପରେ ସାଢେ ୨ଟାରେ ଠାକୁରଙ୍କ ସୁନାଚିତା ଏବଂ ରାହୁରେଖା ମଇଲମ ହେବ।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

20 Jun 2024 By The Sakala

ସ୍ନାନ ପୂର୍ଣ୍ଣିମା ପାଇଁ ସେନାପଟା ଲାଗି ନୀତି: ଆଜି ରାତି ୧୨ଟାରୁ ଆସନ୍ତାକାଲି ଦିନ ୧୧ ଟା ଯାଏ ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଆଜି ରାତି ୧୨ଟା ଠାରୁ ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଦିନ ୧୧ ଟା ପର୍ଯ୍ୟନ୍ତ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ଆସନ୍ତା ୨୨ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପକୁ ଚତୁର୍ଦ୍ଧାବିଗ୍ରହ ବିଜେ କରି ପ୍ରତ୍ୟକ୍ଷ ସ୍ନାନ କରିବେ। ଲକ୍ଷ ଲକ୍ଷ ଭକ୍ତ ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ପ୍ରତ୍ୟକ୍ଷ ସ୍ନାନ ଏବଂ ହାତୀବେଶ ଦର୍ଶନ ଲାଗି ଆସିବେ। ତେଣୁ ଠାକୁରଙ୍କ ନୀତିକାନ୍ତି ଏବଂ ଭକ୍ତମାନେ କିପରି ଶୃଙ୍ଖଳିତ ଭାବେ ଦର୍ଶନ କରିବେ ସେ ନେଇ ବୁଧବାର ଅନୁଷ୍ଠିତ ହୋଇଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ନାନଯାତ୍ରା ନୀତିରେ ମୋହର ବାଜିଥିବା ବେଳେ ବ୍ୟବସ୍ଥାବଳୀକୁ ମଧ୍ୟ ଅନୁମୋଦନ ଦିଆଯାଇଛି।

ଆସନ୍ତା ୨୨ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ପୂର୍ବ ରାତି ସାଢ଼େ ୪ଟାରେ ମଙ୍ଗଳାର୍ପଣ ସରି ଭୋର ୫ଟାରୁ ପହଣ୍ଡି ଆରମ୍ଭ ହେବ। ସକାଳ ୭ଟାରେ ପହଣ୍ଡି ସରି ୯ଟାରେ ହେବ ମଙ୍ଗଳ ଆଳତି। ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ମଧ୍ୟରେ ଜଳବିଜେ, ପୂଜା ଓ ଠାକୁରଙ୍କ ସ୍ନାନ ସରିବ। ଅପରାହ୍ନ ୩ଟାରେ ଛେରାପହଁରା ପରେ ୩ଟା ୪୦ରେ ଠାକୁରଙ୍କ ହାତୀବେଶ କରାଯିବ। ସନ୍ଧ୍ୟା ସାଢ଼େ ୭ଟାରୁ ରାତି ସାଢ଼େ ୧୦ ଅର୍ଥାତ୍‌‌ ସାଢେ ୩ ଘଣ୍ଟା ସାହାଣ ମେଲା ଦର୍ଶନ ରହିଛି। ସ୍ନାନଯାତ୍ରା ଦିନ ପହଣ୍ଡି ପରଠାରୁ ଭକ୍ତଙ୍କ ନିରବଚ୍ଛିନ ଦର୍ଶନ ଚାଲୁ ରହିବ। ତେବେ ସ୍ନାନ ବେଦୀରେ ଅବରୋଧ ମୁକ୍ତ ଦର୍ଶନ ଉପରେ ଗୁରୁତ୍ୱ ଦିଆଯାଇଛି। ଶ୍ରଦ୍ଧାଳୁମାନେ ସ୍ନାନମଣ୍ଡପ ସମ୍ମୁଖରୁ ଦର୍ଶନ କରିବେ କିନ୍ତୁ କେହି ଠାକୁରଙ୍କୁ ସ୍ପର୍ଶ କରିବେ ନାହିଁ। ସ୍ନାନଯାତ୍ରାର ବାହୁଡା ପହଣ୍ଡି ରାତି ସାଢ଼େ ୧୧ରୁ ଆରମ୍ଭ ହୋଇ ରାତି ୨ଟାରେ ଶେଷ ହେବ। ଏହାପରେ ସାଢେ ୨ଟାରେ ଠାକୁରଙ୍କ ସୁନାଚିତା ଏବଂ ରାହୁରେଖା ମଇଲମ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର