ସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତି: ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ

The Sakala Picture
Published On

ପୁରୀ: ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମା ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦିରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀଜିଉ। ଶ୍ରୀବଳଭଦ୍ର ୩୩ ଗଡ଼ୁ, ସୁଭଦ୍ରା ୨୨ ଗଡ଼ୁ, ଶ୍ରୀଜଗନ୍ନାଥ ୩୫ ଗଡ଼ୁ ଏବଂ ସୁଦର୍ଶନ ୧୮ ଗଡ଼ୁ ଜଳରେ ସ୍ନାନ କରିଛନ୍ତି। ଏହାପରେ ୩ଟାରେ ଛେରାପହଁରା ନୀତି ସମ୍ପନ୍ନ ହେବା […]

ପୁରୀ: ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମା ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦିରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀଜିଉ। ଶ୍ରୀବଳଭଦ୍ର ୩୩ ଗଡ଼ୁ, ସୁଭଦ୍ରା ୨୨ ଗଡ଼ୁ, ଶ୍ରୀଜଗନ୍ନାଥ ୩୫ ଗଡ଼ୁ ଏବଂ ସୁଦର୍ଶନ ୧୮ ଗଡ଼ୁ ଜଳରେ ସ୍ନାନ କରିଛନ୍ତି।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଏହାପରେ ୩ଟାରେ ଛେରାପହଁରା ନୀତି ସମ୍ପନ୍ନ ହେବା । ପରେ ୩ଟା ୪୦ରୁ  ମହାପ୍ରଭୁଙ୍କ ଦୁର୍ଲ୍ଲଭ ହାତୀବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ୭ଟା ୩୦ରୁ ରାତି ୧୦ଟା ୩୦ ଯାଏଁ ସାହାଣ ମେଲା ଦର୍ଶନ ପାଇଁ ସମୟ ଧାର୍ଯ୍ୟ ହୋଇଛି। ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ । ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ । ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ ।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ଶ୍ରୀକ୍ଷେତ୍ର ପୁରୀ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ସ୍ନାନଯାତ୍ରା ପାଇଁ ପୋଲିସ, ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଭିଆଇପିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତ ମାନେ ମାର୍କେଟ ଛକରୁ ବାରିଗେଟ ଦେଇ ଶ୍ରୀ ମନ୍ଦିରରେ ପ୍ରବେଶ କରିବେ ପହଣ୍ଡି ଟିକେଟ ଦର୍ଶନ ଲାଗି ଦକ୍ଷିଣ ଦ୍ୱାରରେ ପ୍ରବେଶ କରିବେ । ଶ୍ରୀମନ୍ଦିର ଚାରିପଟେ ଏବଂ ମରଚି କୋଟ ଛକଠାରୁ ନୋ ଭେଇକିଲ ଜୋନ କରାଯାଇଛି ।

ଆହୁରି ପଢ଼ନ୍ତୁ: ସବୁ ରାତିରେ ଜଳୁଛି ବିଦ୍ୟୁତ୍‌ ଖୁଣ୍ଟ, ଘର ଭିତରେ ପଡୁଛି ନିଆଁ ଝୁଲ; ଭୟରେ କଲୋନୀ ବାସିନ୍ଦା

ଜେଲ ରୋଡ଼ରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ଶରଧାବାଲିରେ ମଟର ସାଇକେଲ ଷ୍ଟାଣ୍ଡ ହେବ । ଜଗନ୍ନାଥ ବଲ୍ଳଭ ପାର୍କିଙ୍ଗରେ ଚାରି ଚକିଆ ପର୍କିଙ୍ଗ କରାଯିବ । ମରଚିକୋଟ ଛକ ଠାରୁ ଗାଡି ଚଳା ଚଳ ବନ୍ଦ ରହିବ କେବଳ ପାସ ଧରି ଯାଇପାରିବେ । ଭକ୍ତ ସିଂହ ଦ୍ୱାରରେ ପ୍ରବେଶ କାରି ଅନ୍ୟ ଦ୍ୱାରରେ ପ୍ରସ୍ଥାନ କରିବେ । ମନ୍ଦିର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ପୁଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମୋଟ ୬୮ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ ରହିଛନ୍ତି।

22 Jun 2024 By The Sakala

ସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତି: ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ

ପୁରୀ: ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମା ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦିରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀଜିଉ। ଶ୍ରୀବଳଭଦ୍ର ୩୩ ଗଡ଼ୁ, ସୁଭଦ୍ରା ୨୨ ଗଡ଼ୁ, ଶ୍ରୀଜଗନ୍ନାଥ ୩୫ ଗଡ଼ୁ ଏବଂ ସୁଦର୍ଶନ ୧୮ ଗଡ଼ୁ ଜଳରେ ସ୍ନାନ କରିଛନ୍ତି।

ଏହାପରେ ୩ଟାରେ ଛେରାପହଁରା ନୀତି ସମ୍ପନ୍ନ ହେବା । ପରେ ୩ଟା ୪୦ରୁ  ମହାପ୍ରଭୁଙ୍କ ଦୁର୍ଲ୍ଲଭ ହାତୀବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ୭ଟା ୩୦ରୁ ରାତି ୧୦ଟା ୩୦ ଯାଏଁ ସାହାଣ ମେଲା ଦର୍ଶନ ପାଇଁ ସମୟ ଧାର୍ଯ୍ୟ ହୋଇଛି। ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ । ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ । ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ ।

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ଶ୍ରୀକ୍ଷେତ୍ର ପୁରୀ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ସ୍ନାନଯାତ୍ରା ପାଇଁ ପୋଲିସ, ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଭିଆଇପିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତ ମାନେ ମାର୍କେଟ ଛକରୁ ବାରିଗେଟ ଦେଇ ଶ୍ରୀ ମନ୍ଦିରରେ ପ୍ରବେଶ କରିବେ ପହଣ୍ଡି ଟିକେଟ ଦର୍ଶନ ଲାଗି ଦକ୍ଷିଣ ଦ୍ୱାରରେ ପ୍ରବେଶ କରିବେ । ଶ୍ରୀମନ୍ଦିର ଚାରିପଟେ ଏବଂ ମରଚି କୋଟ ଛକଠାରୁ ନୋ ଭେଇକିଲ ଜୋନ କରାଯାଇଛି ।

ଜେଲ ରୋଡ଼ରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ଶରଧାବାଲିରେ ମଟର ସାଇକେଲ ଷ୍ଟାଣ୍ଡ ହେବ । ଜଗନ୍ନାଥ ବଲ୍ଳଭ ପାର୍କିଙ୍ଗରେ ଚାରି ଚକିଆ ପର୍କିଙ୍ଗ କରାଯିବ । ମରଚିକୋଟ ଛକ ଠାରୁ ଗାଡି ଚଳା ଚଳ ବନ୍ଦ ରହିବ କେବଳ ପାସ ଧରି ଯାଇପାରିବେ । ଭକ୍ତ ସିଂହ ଦ୍ୱାରରେ ପ୍ରବେଶ କାରି ଅନ୍ୟ ଦ୍ୱାରରେ ପ୍ରସ୍ଥାନ କରିବେ । ମନ୍ଦିର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ପୁଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମୋଟ ୬୮ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର